Posted inRasifala

ରାଶିଫଳ: ସୋମବାର, ଅଗଷ୍ଟ ୭ ତାରିଖ – Daily Horoscope

ମେଷ
ଆପଣ ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ପଛକଥା ନ ଭାବି ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ। କିଣାବିକାରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି।
ବୃଷ
ବୃଷ
ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। କର୍ମ କ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇପାରେ। କର୍ମକ୍ଷେତ୍ରରେ ଆଶାନୁରୂପକ ସଫଳତା ହାସଲ କରିିବେ।
ମିଥୁନ
ମିଥୁନ
ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ। ଖଳ ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି। ଘର ପାଇଁ ନିଜେ ହଇରାଣରେ ପଡିପାରନ୍ତି। ଠିକାଦାରମାନେ କୌଶଳରେ କାର୍ଯ୍ୟ ହାସଲ କରିନେବେ। ବନ୍ଧୁଙ୍କ ଅନୁରୋଧ ରକ୍ଷାକରି ଦୂରଯାତ୍ରା କରିପାରନ୍ତି। କର୍ମହେତୁକ କ୍ଳାନ୍ତି ଅନୁଭବ କରିବେ।
କର୍କଟ
କର୍କଟ
ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। ସନ୍ତାନ ହେତୁକ ପୀଡା ଅନୁଭବ କରିବେ। ବ୍ୟବସାୟୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ଯାନବାହନରେ ଆଘାତ ଲାଗିପାରେ। ପାରିବାରିକ ଖର୍ଚ୍ଚ ବୃଦ୍ଧିରୁ ଚିନ୍ତିତ ହେବେ।
ସି˚ହ
ସି˚ହ
କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। କର୍ମକ୍ଷେତ୍ରରେ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ମନୋବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ। କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ। କର୍ମ କ୍ଷେତ୍ରରେ ସହକର୍ମୀ ଅସହଯୋଗ କରିପାରନ୍ତି।
କନ୍ୟା
ଦୁର୍ଭାବନା ବଢ଼ିଚାଲିବ, ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ। ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ। ପରିବାରରୁ ପ୍ରତିରୋଧର ସମ୍ଭାବନା ରହିଛି ଓ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ। ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରିବେ।
ତୁଳା
ତୁଳା
ଅପ୍ରିୟ ସତ କଥା କହି ବିରୋଧୀ ହୋଇପାରନ୍ତି। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ବୁଦ୍ଧିଜୀବୀମାନଙ୍କ ପାଇଁ ଦିନଟି ଭଲରେ କଟିବ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା କରି ସଫଳ ହେବେ। ବନ୍ଧୁ ଜଣେ କେହି ଅପେକ୍ଷା କରିବାକୁ କହି ଆସି ନ ପାରନ୍ତି। ସ୍ବାସ୍ଥ୍ୟ ଭଲ ରହିବ।
ବିଛା
ବିଛା
ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇବେ। ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍‌ଠାକ୍‌ ହୋଇଯିବ। ପୁରାଣ ପଠନ ସାଙ୍ଗକୁ ଧର୍ମ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ନୂତନ ଯୋଜନା ପାଇଁ କର୍ମତପତ୍ର ହୋଇ ଉଠିବେ।
ଧନୁ
ଧନୁ
ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ଯୋଜନାଗୁଡ଼ିକୁ ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ। ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ। କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ସନ୍ତାନଙ୍କ ପାଠପଢ଼ାକୁ ନେଇ କିଛିମାତ୍ରାରେ ଚିନ୍ତିତ ହୋଇପାରନ୍ତି।
ମକର
ମକର
ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ। ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତିି। କର୍ମ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି। ଯେଉଁ କାମ ଲାଗି ଦୀର୍ଘଦିନ ଧରି ଅପେକ୍ଷା କରିଥିଲେ ଆଜି ତାହା ହୋଇପାରେ।
କୁମ୍ଭ
କୁମ୍ଭ
ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ। କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ। ମିଳିତ ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ। କର୍ମକ୍ଷେତ୍ରରେ ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ।
ମୀନମୀନ

ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିବେ। ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବେ। ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ। ପଡ଼ୋଶୀ କେହି ମିଥ୍ୟା ଅଭିଯୋଗ ଆଣିପାରନ୍ତି। ଆଜି ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri