Posted inRasifala

ରାଶିଫଳ: ବୁଧବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର ଯୁକ୍ତ ମଙ୍ଗଳ ଦ୍ୱିତୀୟସ୍ଥ ଯୋଗୁ ଅର୍ଥସଂକଟ ଦୂରେଇଯିବ। କର୍ମକ୍ଷେତ୍ରରେ ବିଶେଷ କିଛି ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଯେତେ ସୁବିଧାଜନକ ଭାବରେ କରିବାକୁ ଚାହିଁଲେ ମଧ୍ୟ ସମସ୍ତ କାମ ଝିନ୍‌ଝଟ୍‌ ମଧ୍ୟରେ ଆଗକୁ ବଢ଼ିବ । ବିଳମ୍ବିତ ସମୟରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବାର ଆଶା ରହିଛି।
ବୃଷ
ବୃଷ
କର୍ମାଧିପତି ଭାଗ୍ୟସ୍ଥ ହେତୁ କର୍ମକ୍ଷେତ୍ରରେ ଅନ୍ୟର ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। କିନ୍ତୁ ଅବିଚାରପୂର୍ବକ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ଈର୍ଷା ଓ ଅସୂୟାର ବଶବର୍ତ୍ତୀ ହୋଇ ମିତ୍ର ବନ୍ଧୁମାନେ ଆବଶ୍ୟକୀୟ ଅସହଯୋଗ କରିବେ। ପାରିବାରିକ କ୍ଷେତ୍ରରେ ସେପରି କିଛି ବିଶେଷ ଅସୁବିଧା ହେବନାହିଁ।
ମିଥୁନ
ମିଥୁନ
ଏକାଦଶସ୍ଥ ରାହୁଙ୍କ ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ କୌଶଳରେ କାର୍ଯ୍ୟ ହାସଲ କରିନେବେ। ସ୍ଥଗିତକାମରେ ଚେଷ୍ଟାସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିପାରନ୍ତି । ସାମାଜିକ ସ୍ତରରେ ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ। କଳା, ସାହିତ୍ୟ, ସଙ୍ଗୀତ ଓ କ୍ରୀଡ଼ା ପ୍ରତି ଅଭିରୁଚି ବୃଦ୍ଧି ପାଇବ।
କର୍କଟ
କର୍କଟ
କର୍ମାଧିପ ଲାଭବାସ୍ଥ ଯୋଗୁ ପ୍ରତ୍ୟେକ ପରିସ୍ଥିତିରେ ଦୃଢ଼ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। ରାଜନୈତିକ କିମ୍ବା ସାଂଗଠନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି। ସାମାଜିକ ସ୍ତରରେ ହାତରୁ ଖାଇ ପର ପାଇଁ ଖଟିବାକୁ ପଡ଼ିପାରେ। ଜାଣିଶୁଣି ହଠାତ୍‌ ବିରୋଧୀ ପକ୍ଷ ସକ୍ରିୟ ହୋଇ ହୋହଲ୍ଲା କରିପାରନ୍ତି।
ସି˚ହ
ସି˚ହ
ବୃହସ୍ପତିଙ୍କ ଶୁଭଦୃଷ୍ଟିରୁ ମନର କଥାଟିକୁ ଲୁଚାଇ ରଖି ପ୍ରତ୍ୟକ୍ଷରେ ହସଖୁସୀରେ କଥାବାର୍ତ୍ତା କରିବାକୁ ବାଧ୍ୟ ହେବେ। ଆଜି ମଘା ନକ୍ଷତ୍ର କିନ୍ତୁ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳରେ ପହଞ୍ଚତ୍ବା ବିଳମ୍ବ ଘଟିପାରେ। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବା ଆଶଙ୍କା ରହିଛି ।
କନ୍ୟା
ପାପଗ୍ରମ ମଧ୍ୟସ୍ଥ ଗୁରୁ ହେତୁ ଦୂରସ୍ଥାନକୁ ଯାତ୍ରା କରିବା ସମୟରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ ।
ଯଥାସମ୍ଭବ କମ୍‌ କଥାବାର୍ତ୍ତା କଲେ କଳହରୁ ଦୂରେଇ ରହିବାରେ ସମର୍ଥ ହେବେ। ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। କର୍ମକ୍ଷେତ୍ରରେ ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ ।
ତୁଳା
ତୁଳା
କେତୁ ଓ ଅଷ୍ଟମ ଚନ୍ଦ୍ରଙ୍କ କୁପ୍ରଭାବରୁ କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ପିଲାମାନଙ୍କ କନ୍ଦଳକୁ କେନ୍ଦ୍ରକରି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ଆର୍ଥିକ ସଂକଟ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ପାରିବାରିକ ଜୀବନରେ ଭୁଲ୍‌ବୁଝାମଣା ଅଶାନ୍ତିର କାରଣ ହୋଇପାରେ।
ବିଛା
ବିଛା
ରାଶିରେ ରବିଙ୍କ ପ୍ରଭାବରୁ ଆଜି ବନ୍ଧୁଙ୍କ ସହାୟତାରେ କାର୍ଯ୍ୟସିଦ୍ଧି ସଙ୍ଗକୁ ଅର୍ଥ ଓ ସମ୍ମାନ ପାଇବେ। ଚତୁର୍ଥସ୍ଥ ଶନିଙ୍କ ଯୋଗୁ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ଗଠନମୂଳକ କାଯର୍‌ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ। ଦୀର୍ଘଦିନର ଆଶା ଫଳବତୀ ହେବ ଓ ନୂତନ ସମ୍ପର୍କ ସ୍ଥାପିତ ହୋଇପାରେ ।
ଧନୁ
ଧନୁ
ଚତୁର୍ଥସ୍ଥ ଶନି ଦୃଷ୍ଟ ଗୁରୁ ହେତୁ ଛୋଟ କଥାକୁ ଧରିବସିଲେ ଅସୁବିଧାର ସମ୍ମୁଖୀନ ହେବେ। ଉତ୍ତରାଷାଢ଼ା ନକ୍ଷତ୍ର ସକାଶେ ଆର୍ଥିକ ଦୁଃସ୍ଥିତି ମାନସିକ ସ୍ତରକୁ ସଂକୁଚିତ କରିବ। ସବୁ କାମରେ ପଛୁଆ ହେତୁ ମାନେ ନିଜକୁ ଅପାରଗ ମନେ କରିପାରନ୍ତି। ଆଗାମୀ ଆନୁଷ୍ଠାନିକ କାମ ସକାଶେ ଘର ସାଜସଜ୍ଜାରେ ସମୟ ଅତିବାହିତ କରିବେ।
ମକର
ମକର
ଚତୁର୍ଥସ୍ଥ ରାହୁଙ୍କ କୁପ୍ରଭାବରୁ ସାମାଜିକ ସ୍ତରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। କିନ୍ତୁ ରାଜନୈତିକ ଗ୍ରହ ରବି ଓ ରାହୁ ହେତୁ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ଶତ୍ରୁପୀଡ଼ାଜନିତ ଟେନ୍ସନ ଲାଗି ରହିବାର ଆଶଙ୍କା ରହିଛି ।
କୁମ୍ଭ
କୁମ୍ଭ
ଆଜିର ଗ୍ରହସ୍ଥିତି ଭଲ ରହିଥିବାରୁ ଯାହା ଚାହିଁବେ ତାହା ଅବଶ୍ୟ ପାଇପାରିବେ। କିନ୍ତୁ ଧନିଷ୍ଠା ନକ୍ଷତ୍ର ଯୋଗୁ ବିଭିନ୍ନ ପ୍ରକାରର ଅସୁବିଧା ଓ ପ୍ରତି ବନ୍ଧକ ଭିତରେ ଚଳିବାକୁ ପଡ଼ିବ। ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରି ସଫଳତା ହାସଲ କରିପାରନ୍ତି। ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ
ମୀନମୀନ
ବୁଧ ଓ ଶୁକ୍ର କର୍ମଭାବସ୍ଥ ଯୋଗୁ କାର୍ଯ୍ୟହାସଲ ହେବା କାରଣରୁ ମାନସିକ ସ୍ଥିତି ଆଜି ପ୍ରାୟତଃ ଭଲ ରହିବ। ଶିଳ୍ପ, ବାଣିଜ୍ୟ, ରାଜନୀତି ଓ କୂଟନୈତିକ ଆଲୋଚନା କ୍ଷେତ୍ରରେ ସଫଳତା ହାସଲ କରିବେ। ଅନ୍ୟମାନଙ୍କ ଭଲ ସକାଶେ ନିଜକୁ ଉତ୍ତରଦାୟୀ ହେବାକୁ ପଡ଼ିପାରେ। ରେବତୀ ନକ୍ଷତ୍ର ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ଚିନ୍ତିତ ରହିପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri