Posted inRasifala

ରାଶିଫଳ: ବୁଧବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର ଯୁକ୍ତ ମଙ୍ଗଳ ଦ୍ୱିତୀୟସ୍ଥ ଯୋଗୁ ଅର୍ଥସଂକଟ ଦୂରେଇଯିବ। କର୍ମକ୍ଷେତ୍ରରେ ବିଶେଷ କିଛି ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଯେତେ ସୁବିଧାଜନକ ଭାବରେ କରିବାକୁ ଚାହିଁଲେ ମଧ୍ୟ ସମସ୍ତ କାମ ଝିନ୍‌ଝଟ୍‌ ମଧ୍ୟରେ ଆଗକୁ ବଢ଼ିବ । ବିଳମ୍ବିତ ସମୟରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବାର ଆଶା ରହିଛି।
ବୃଷ
ବୃଷ
କର୍ମାଧିପତି ଭାଗ୍ୟସ୍ଥ ହେତୁ କର୍ମକ୍ଷେତ୍ରରେ ଅନ୍ୟର ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। କିନ୍ତୁ ଅବିଚାରପୂର୍ବକ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ଈର୍ଷା ଓ ଅସୂୟାର ବଶବର୍ତ୍ତୀ ହୋଇ ମିତ୍ର ବନ୍ଧୁମାନେ ଆବଶ୍ୟକୀୟ ଅସହଯୋଗ କରିବେ। ପାରିବାରିକ କ୍ଷେତ୍ରରେ ସେପରି କିଛି ବିଶେଷ ଅସୁବିଧା ହେବନାହିଁ।
ମିଥୁନ
ମିଥୁନ
ଏକାଦଶସ୍ଥ ରାହୁଙ୍କ ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ କୌଶଳରେ କାର୍ଯ୍ୟ ହାସଲ କରିନେବେ। ସ୍ଥଗିତକାମରେ ଚେଷ୍ଟାସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିପାରନ୍ତି । ସାମାଜିକ ସ୍ତରରେ ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ। କଳା, ସାହିତ୍ୟ, ସଙ୍ଗୀତ ଓ କ୍ରୀଡ଼ା ପ୍ରତି ଅଭିରୁଚି ବୃଦ୍ଧି ପାଇବ।
କର୍କଟ
କର୍କଟ
କର୍ମାଧିପ ଲାଭବାସ୍ଥ ଯୋଗୁ ପ୍ରତ୍ୟେକ ପରିସ୍ଥିତିରେ ଦୃଢ଼ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। ରାଜନୈତିକ କିମ୍ବା ସାଂଗଠନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି। ସାମାଜିକ ସ୍ତରରେ ହାତରୁ ଖାଇ ପର ପାଇଁ ଖଟିବାକୁ ପଡ଼ିପାରେ। ଜାଣିଶୁଣି ହଠାତ୍‌ ବିରୋଧୀ ପକ୍ଷ ସକ୍ରିୟ ହୋଇ ହୋହଲ୍ଲା କରିପାରନ୍ତି।
ସି˚ହ
ସି˚ହ
ବୃହସ୍ପତିଙ୍କ ଶୁଭଦୃଷ୍ଟିରୁ ମନର କଥାଟିକୁ ଲୁଚାଇ ରଖି ପ୍ରତ୍ୟକ୍ଷରେ ହସଖୁସୀରେ କଥାବାର୍ତ୍ତା କରିବାକୁ ବାଧ୍ୟ ହେବେ। ଆଜି ମଘା ନକ୍ଷତ୍ର କିନ୍ତୁ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳରେ ପହଞ୍ଚତ୍ବା ବିଳମ୍ବ ଘଟିପାରେ। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବା ଆଶଙ୍କା ରହିଛି ।
କନ୍ୟା
ପାପଗ୍ରମ ମଧ୍ୟସ୍ଥ ଗୁରୁ ହେତୁ ଦୂରସ୍ଥାନକୁ ଯାତ୍ରା କରିବା ସମୟରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ ।
ଯଥାସମ୍ଭବ କମ୍‌ କଥାବାର୍ତ୍ତା କଲେ କଳହରୁ ଦୂରେଇ ରହିବାରେ ସମର୍ଥ ହେବେ। ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। କର୍ମକ୍ଷେତ୍ରରେ ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ ।
ତୁଳା
ତୁଳା
କେତୁ ଓ ଅଷ୍ଟମ ଚନ୍ଦ୍ରଙ୍କ କୁପ୍ରଭାବରୁ କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ପିଲାମାନଙ୍କ କନ୍ଦଳକୁ କେନ୍ଦ୍ରକରି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ଆର୍ଥିକ ସଂକଟ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ପାରିବାରିକ ଜୀବନରେ ଭୁଲ୍‌ବୁଝାମଣା ଅଶାନ୍ତିର କାରଣ ହୋଇପାରେ।
ବିଛା
ବିଛା
ରାଶିରେ ରବିଙ୍କ ପ୍ରଭାବରୁ ଆଜି ବନ୍ଧୁଙ୍କ ସହାୟତାରେ କାର୍ଯ୍ୟସିଦ୍ଧି ସଙ୍ଗକୁ ଅର୍ଥ ଓ ସମ୍ମାନ ପାଇବେ। ଚତୁର୍ଥସ୍ଥ ଶନିଙ୍କ ଯୋଗୁ ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ଗଠନମୂଳକ କାଯର୍‌ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ। ଦୀର୍ଘଦିନର ଆଶା ଫଳବତୀ ହେବ ଓ ନୂତନ ସମ୍ପର୍କ ସ୍ଥାପିତ ହୋଇପାରେ ।
ଧନୁ
ଧନୁ
ଚତୁର୍ଥସ୍ଥ ଶନି ଦୃଷ୍ଟ ଗୁରୁ ହେତୁ ଛୋଟ କଥାକୁ ଧରିବସିଲେ ଅସୁବିଧାର ସମ୍ମୁଖୀନ ହେବେ। ଉତ୍ତରାଷାଢ଼ା ନକ୍ଷତ୍ର ସକାଶେ ଆର୍ଥିକ ଦୁଃସ୍ଥିତି ମାନସିକ ସ୍ତରକୁ ସଂକୁଚିତ କରିବ। ସବୁ କାମରେ ପଛୁଆ ହେତୁ ମାନେ ନିଜକୁ ଅପାରଗ ମନେ କରିପାରନ୍ତି। ଆଗାମୀ ଆନୁଷ୍ଠାନିକ କାମ ସକାଶେ ଘର ସାଜସଜ୍ଜାରେ ସମୟ ଅତିବାହିତ କରିବେ।
ମକର
ମକର
ଚତୁର୍ଥସ୍ଥ ରାହୁଙ୍କ କୁପ୍ରଭାବରୁ ସାମାଜିକ ସ୍ତରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। କିନ୍ତୁ ରାଜନୈତିକ ଗ୍ରହ ରବି ଓ ରାହୁ ହେତୁ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ଶତ୍ରୁପୀଡ଼ାଜନିତ ଟେନ୍ସନ ଲାଗି ରହିବାର ଆଶଙ୍କା ରହିଛି ।
କୁମ୍ଭ
କୁମ୍ଭ
ଆଜିର ଗ୍ରହସ୍ଥିତି ଭଲ ରହିଥିବାରୁ ଯାହା ଚାହିଁବେ ତାହା ଅବଶ୍ୟ ପାଇପାରିବେ। କିନ୍ତୁ ଧନିଷ୍ଠା ନକ୍ଷତ୍ର ଯୋଗୁ ବିଭିନ୍ନ ପ୍ରକାରର ଅସୁବିଧା ଓ ପ୍ରତି ବନ୍ଧକ ଭିତରେ ଚଳିବାକୁ ପଡ଼ିବ। ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରି ସଫଳତା ହାସଲ କରିପାରନ୍ତି। ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ
ମୀନମୀନ
ବୁଧ ଓ ଶୁକ୍ର କର୍ମଭାବସ୍ଥ ଯୋଗୁ କାର୍ଯ୍ୟହାସଲ ହେବା କାରଣରୁ ମାନସିକ ସ୍ଥିତି ଆଜି ପ୍ରାୟତଃ ଭଲ ରହିବ। ଶିଳ୍ପ, ବାଣିଜ୍ୟ, ରାଜନୀତି ଓ କୂଟନୈତିକ ଆଲୋଚନା କ୍ଷେତ୍ରରେ ସଫଳତା ହାସଲ କରିବେ। ଅନ୍ୟମାନଙ୍କ ଭଲ ସକାଶେ ନିଜକୁ ଉତ୍ତରଦାୟୀ ହେବାକୁ ପଡ଼ିପାରେ। ରେବତୀ ନକ୍ଷତ୍ର ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁ ଚିନ୍ତିତ ରହିପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜୁନ୍ ୧୮ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହାୟତାରେ କର୍ମକ୍ଷେତ୍ରର ପ୍ରତ୍ୟେକ ପରିସ୍ଥିତିକୁ କୌଶଳରେ ସଜାଡ଼ି ନେବେ। କିନ୍ତୁ କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‌ ସମ୍ଭାବନାକୁ…

ରାଶିଫଳ: ବୁଧବାର, ଜୁନ୍ ୧୭ ତାରିଖ – Daily Horoscope

ମେଷ କେନ୍ଦ୍ରକୋଣାଧିପଙ୍କ ଅଷ୍ଟମଭାବ ସଂସ୍ଥିତି ବନ୍ଧୁମିଳନ ସଙ୍ଗକୁ ଆର୍ଥିକ ଅଭିବୃଦ୍ଧି କରାଇବ। ପାରିବାରିକ ସ୍ତରରେ ସାମୟିକ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଦିନଟି ପ୍ରାୟତଃ ଭଲରେ ବିତିବ।…

ରାଶିଫଳ: ମଙ୍ଗଳବାର, ଜୁନ୍ ୧୬ ତାରିଖ – Daily Horoscope

ମେଷ ସ୍ବଗୃହୀ ମଙ୍ଗଳଙ୍କ ପ୍ରଭାବରେ ଦୈହିକ ସୁସ୍ଥତା ସହ କର୍ମକ୍ଷେତ୍ର ଏବଂ ବ୍ୟବସାୟିକ ସ୍ଥିତି ବହୁତ ଭଲ ରହିବ। ବନ୍ଧୁମାନଙ୍କ ପ୍ରେରଣାରେ ଉଦ୍‍ବୁଦ୍ଧ ହୋଇ ନୂତନ ଉତ୍ସାହର…

ରାଶିଫଳ: ସୋମବାର, ଜୁନ୍ ୧୫ ତାରିଖ – Daily Horoscope

ମେଷ ଶୁକ୍ର ମୁଖଭାବରେ ରହି ଏକାଧାରରେ ଅର୍ଥ, ବସ୍ତ୍ରଭୂଷଣ, ବନ୍ଧୁଙ୍କ ଆତିଥ୍ୟଯୋଗ ଲାଭ କରି ଖୁସୀ ହେବେ ା ଅଫିସରେ ସହକର୍ମୀଙ୍କ ସୈାହାର୍ଦ୍ଦ୍ୟ ମଧ୍ୟରେ ନୂତନ ଯୋଜନା…

ରାଶିଫଳ: ରବିବାର, ଜୁନ୍ ୧୪ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ ମଙ୍ଗଳଙ୍କ ଯୋଗୁ ଦୈହିକ ସ୍ବାସ୍ଥ୍ୟ ଭଲ ରହିବ। ବନ୍ଧୁଙ୍କ ସହଯୋଗରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସ୍ତରରେ ଭାବ ପ୍ରବଣତା…

ରାଶିଫଳ: ଶନିବାର, ଜୁନ୍ ୧୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସହ ବୈଷୟିକ ଅଭିବୃଦ୍ଧି ଘଟିବ। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କାର୍ଯ୍ୟରେ…

ରାଶିଫଳ: ଶୁକ୍ରବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେ କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ।…

ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri