Posted inRasifala

ରାଶିଫଳ: ଗୁରୁବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ
ଆଜି ବିଶେଷ କିଛି ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ସମସ୍ତ କାମ ଠିକ୍‌ ଭାବରେ ଚାଲିବ କିନ୍ତୁ ଝିନ୍‌ଝଟ୍‌ ମଧ୍ୟରେ ସମ୍ପୂର୍ଣ୍ଣ ହେବ। ସବୁ ସୁବିଧା ଥିଲେ ମଧ୍ୟ ବିଚଳିତ ରହିବା କାରଣରୁ ଅଶାନ୍ତି ଅନୁଭବ କରିବେ। କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଓ ପ୍ରାଧାନ୍ୟ ଦେଇ ପ୍ରଶଂସିତ ହେବେ। ଉଚ୍ଚ ଚିନ୍ତା କରିବେ, ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେ ସେପରି କିଛି ବିଶେଷ ଅସୁବିଧା ହେବନାହିଁ।
ମିଥୁନ
ମିଥୁନ
ପ୍ରତ୍ୟେକ କ୍ଷେତ୍ରରେ କୌଶଳରେ କାର୍ଯ୍ୟ ହାସଲ କରିନେବେ। ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ କରିପାରନ୍ତି। ଧୀରସ୍ଥିର ମନ ଦେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ। ସାମାଜିକ ସ୍ତରରେ ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ।
କର୍କଟ
କର୍କଟ
ପ୍ରତ୍ୟେକ ପରିସ୍ଥିତିରେ ଦୃଢ଼ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରିନେବେ। ସାଙ୍ଗଠନିକ କ୍ଷେତ୍ରରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି। ଯେକୌଣସି କାମରେ ହେଉନା କାହିଁକି ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ। ଭଲ କାମ କଲେ ମଧ୍ୟ ଆତ୍ମୀୟଙ୍କ କଟୁ ସମାଲୋଚନାର ପାତ୍ର ହେବେ।
ସି˚ହ
ସି˚ହ
ଆଜି ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳରେ ପହଞ୍ଚତ୍ବାରେ ବିଳମ୍ବ ଘଟିବ। ଗତକାଲିର ଯୋଜନା ଠିକ୍‌ଭାବରେ ବଦଳାଇବା ପାଇଁ କଷ୍ଟକର ହୋଇପାରେ। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବାର ଆଶଙ୍କା ରହିଛି।
କନ୍ୟା
ଆଜି ଦୂରସ୍ଥାନକୁ ଯାତ୍ରା କରିବା ସମୟରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ ଏବଂ ଯଥାସମ୍ଭବ କମ୍‌ କଥାବାର୍ତ୍ତା କଲେ କଳହରୁ ଦୂରେଇ ରହିବାରେ ସମର୍ଥ ହେବେ। ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ।
ତୁଳା
ତୁଳା
ପରିବାର ହେଉ କିମ୍ବା କର୍ମକ୍ଷେତ୍ର ହେଉ ଯାହା ଓ ଯେମିତି କଲେ ମଧ୍ୟ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ନିକଟ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଆଜି ଦିନଟି ଭ୍ରମଣ, ରାଜନୀତି, ପ୍ରଶାସନ ପାଇଁ ଭଲ। ଦାମ୍ପତ୍ୟ ଜୀବନରେ ଅସହିଷ୍ଣୁତା ଅଶାନ୍ତିର କାରଣ ହୋଇପାରେ।
ବିଛା
ବିଛା
ଆଜି ଏକାଧାରରେ ଅର୍ଥ ଓ ସମ୍ମାନ ପାଇବେ, ମାତ୍ର ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣକରି ଉଚ୍ଚ ପ୍ରଶଂସିତ ହେବେ। ଦୀର୍ଘଦିନର ଆଶା ଫଳବତୀ ହେବ ଓ ନୂତନ ସମ୍ପର୍କ ସ୍ଥାପିତ ହୋଇପାରେ। ପରିବାର ସହ ଆଜିର ଭ୍ରମଣ ବେଶ୍‌ ଆନନ୍ଦଦାୟକ ହେବ।
ଧନୁ
ଧନୁ
ଛୋଟ ଛୋଟ କଥାକୁ ଧରିବସିଲେ ନିଜେ ହିଁ ଅସୁବିଧାର ସମ୍ମୁଖୀନ ହେବେ। ଆର୍ଥତ୍କ ଦୁଃସ୍ଥିତି ମାନସିକ ସ୍ତରକୁ ସଂକୁଚିତ କରି ରଖିବ। ସବୁ କାମରେ ପଛୁଆ ହେତୁ ମାନେ ନିଜକୁ ଅପାରଗ ମନେକରିପାରନ୍ତି। ଯେତେ ପାଇଲେ ମଧ୍ୟ ମନରେ ସନ୍ତୋଷ ଆସିବ ନାହିଁ।
ମକର
ମକର
ସାମାଜିକସ୍ତରରେ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ। ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ଚେଷ୍ଟାକଲେ ଉପକୃତ ହେବେ। ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାର ଅସୁବିଧା ଓ ପ୍ରତିବନ୍ଧକ ଭିତରେ ଚଳିବାକୁ ପଡ଼ିବ। ବନ୍ଧୁଙ୍କ ମନରେ ବିଶ୍ୱାସ ହେଲାଭଳି କାମକରି ସଫଳତା ହାସଲ କରିବେ। ଛୋଟକଥାକୁ ବଡ଼ ଆକାରରେ ଚିନ୍ତାକରି ଅସ୍ଥିରତା ଅନୁଭବ କରିପାରନ୍ତି। ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।
ମୀନମୀନ

ଆଜି ଶିଳ୍ପ, ବାଣିଜ୍ୟ, ରାଜନୀତି ଓ କୂଟନୈତିକ ଆଲୋଚନା କ୍ଷେତ୍ରରେ ସଫଳତା ହାସଲ କରିବେ। କାର୍ଯ୍ୟ କ୍ଷେତ୍ରରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଅନ୍ୟମାନଙ୍କ ଭଲ ସକାଶେ ନିଜକୁ ଉତ୍ତରଦାୟୀ ହେବାକୁ ପଡ଼ିବ। ଆଶା ଓ ବିଶ୍ୱାସ ନେଇ ଆଗକୁ ମାଡ଼ିଚାଲନ୍ତୁ ଅବଶ୍ୟ ଉପକୃତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ ଟେନସନ୍‍ କିଛି ମାତ୍ରାରେ କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ପାଇପାରନ୍ତି। କର୍ମକ୍ଷେତ୍ରରେ ଅର୍ଥ…

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

ରାଶିଫଳ: ଗୁରୁବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ ଆଜି ମୁଖଭାବସ୍ଥ ଚନ୍ଦ୍ରଙ୍କ ଯୋଗୁ କୋମଳ ବଚନ ମାଧ୍ୟମରେ ପାରିବାରିକ ଅଶାନ୍ତିକୁ ବଦଳାଇଦେଇ ପାରିବେ। ମଙ୍ଗଳଙ୍କ ଦୁର୍ବଳତା ଯୋଗୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ।…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ସଭାସମିତିରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?