Posted inRasifala

ରାଶିଫଳ: ସୋମବାର, ଫେବୃୟାରୀ ୭ ତାରିଖ – Daily Horoscope

ମେଷ
ଆଜିର ରେବତୀ ନକ୍ଷତ୍ରସ୍ଥ ଚନ୍ଦ୍ର ଆପଣଙ୍କୁ ସାହାଯ୍ୟ, ସହଯୋଗ ଯୋଗାଇଦେବାରେ ସମସ୍ୟା ସୃଷ୍ଟି କରିବ। ସାହାଯ୍ୟ କରିବା ପରିପ୍ରେକ୍ଷୀରେ ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‌ ସମ୍ଭାବନାକୁ ଦେଖି ଚିନ୍ତା ବଢ଼ିଯିବ। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆପଣଙ୍କ ହାତମୁଠାରୁ ସୁ୍‌ଯୋଗ ଖସିଯାଇପାରିବ ନାହିଁ।
ବୃଷ
ବୃଷ
ବହୁତ ଦିନ ହେଲା ଯାହା ପାଇବାକୁ ଚେଷ୍ଟା କରି ପାଇ ନ ଥିଲେ ଆଜି ତାହା ପାଇବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଉନ୍ନତ ଫଳ ପାଇବେ। ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବ, ତଥାପି ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ଆକସ୍ମିକ ଭାବରେ ଦୂରଯାତ୍ରା କରିବା ସକାଶେ ଯୋଜନା କରିବେ।
ମିଥୁନ
ମିଥୁନ
ଅନ୍ୟମାନଙ୍କ କାନକୁହା କଥା ଶୁଣି ସମ୍ପର୍କୀୟମାନେ ଆପଣଙ୍କ କାର୍ଯ୍ୟକୁ ଅସ୍ବୀକାର କରିବେ। ଆନୁଷ୍ଠାନିକ କାର୍ଯ୍ୟ ପ୍ରସ୍ତୁତି ସକାଶେ ବ୍ୟସ୍ତ ରହିବେ, ଏଥିପାଇଁ ବହୁତ ତକଲିଫ ହେବେ। ଯାନ୍ତ୍ରିକ ତ୍ରୁଟିକୁ ସୁଧାରିନେବା ଠିକ୍‌ ହେବ, ନତୁବା ଫେରନ୍ତା ରାସ୍ତାରେ ତାହାହିଁ ମନସ୍ତାପର କାରଣ ହେବ। ବ୍ୟବସାୟିକ ସଫଳତା ପାଇବେ।
କର୍କଟ
କର୍କଟ
କିଛିଟା ବ୍ୟତିକ୍ରମ ରହିଲେ ମଧ୍ୟ ଦିନଟି ଭଲରେ ଅତିବାହିତ ହେବ। ଅଭାବ ନ ଥିଲେ ମଧ୍ୟ ଖୋଲା ମନ ନେଇ ଖର୍ଚ୍ଚରୁ ଦୂରେଇ ରହିବା ପାଇଁ ଚେଷ୍ଟିତ ହୋଇପାରନ୍ତି। କେତେକ ପରିସ୍ଥିତିରେ ନିଜ ଲୋକଙ୍କୁ ସନ୍ଦେହ କରିବା ଭଳି ପରିସ୍ଥିତି ସୃଷ୍ଟି ହୋଇପାରେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଶୁଭ ଫଳପ୍ରାପ୍ତି ହୋଇପାରେ।
ସି˚ହ
ସି˚ହ
ଆଜି କୌଣସି କାମ ଯଦିଓ ଅଟକିବ ନାହିଁ ତଥାପି ସୁବିଧାରେ ସମ୍ପନ୍ନ ହେବ ନାହିଁ। ପ୍ରତ୍ୟେକ ସ୍ତରରେ ନିଜ ଲୋକମାନଙ୍କ ବ୍ୟତୀତ ଅନ୍ୟ ଜାତିର ବ୍ୟକ୍ତିବିଶେଷ ସହାୟତା କରିବେ। କଳା, ସାହିତ୍ୟ, ସାମ୍ବାଦିକତା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ପାଇବେ। ସନ୍ତାନଙ୍କ କିଛି ରହିଥିବା ସମସ୍ୟାର ସମାଧାନ ସକାଶେ ବ୍ୟସ୍ତତା ବଢ଼ିପାରେ।
କନ୍ୟା
ଆପଣ ବିଭିନ୍ନ ପ୍ରକାର ଚିନ୍ତା ନ କରି ସମୟୋପଯୋଗୀ ପଦକ୍ଷେପ ନେବା ଠିକ୍‌ ହେବ। ଅର୍ଥସଙ୍କଟ ସାଙ୍ଗକୁ ପିଲାଙ୍କ ପାଇଁ ଜଞ୍ଜାଳ ବୃଦ୍ଧି ପାଇପାରେ। ଶତ୍ରୁତା କରୁଥିବା ଲୋକମାନେ ହଠାତ୍‌ ଫାଇଦା ହାସଲ ପାଇଁ ଅପଚେଷ୍ଟା କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ,ନିର୍ମାଣ ଓ ସଭାସମିତିରେ ସଫଳତା ପାଇବେ।
ତୁଳା
ତୁଳା
ବୁଝାମଣା ଠିକ୍‌ ନ ରହିବା କାରଣରୁ କାମ ବିଶୃଙ୍ଖଳିତ ରହିବ। ବନ୍ଧୁଙ୍କ ସହ ବିତର୍କଜନିତ ମନାନ୍ତର ବେଶି କ୍ଷଣ ତିଷ୍ଟି ରହିବ ନାହିଁ। ଦୀର୍ଘଦିନରୁ ଚେଷ୍ଟା କରୁଥିବା କାମଟି ଆଜି ଆନୁଷଙ୍ଗିକ ସୁବିଧା ସୁଯୋଗ ମାଧ୍ୟମରେ ହଠାତ୍‌ ସମ୍ପନ୍ନ ହୋଇଯିବ। ବ୍ୟବସାୟିକ କ୍ଷେତ୍ରରେ କିଛି ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହେବାର ସମ୍ଭାବନା ରହିଛି।।
ବିଛା
ବିଛା
ଆଜି ଦିନ ମଧ୍ୟରେ ଅଟକି ରହିଥିବା କାମ ତ୍ୱରାନ୍ବିତ ହୋଇପାରିବ ନାହିଁ। ସମ୍ପର୍କୀୟମାନେ ଅସହଯୋଗ ପ୍ରଦର୍ଶନ କରିପାରନ୍ତି। କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅସମ୍ପୂର୍ଣ୍ଣ ରହିବା କାରଣରୁ ମନରେ ଅସ୍ଥିରତା ଲାଗି ରହିବ। ସଭାସମିତି, ପରିବହନ, ଦୋକାନବାଡ଼ି, ନିର୍ମାଣ, ଆଇନ କ୍ଷେତ୍ରରେ ମନ ଅନୁଯାୟୀ କାର୍ଯ୍ୟ ସାଧନ କରିବେ।
ଧନୁ
ଧନୁ
ମନକଥାକୁ ଖୋଲିକରି କହିଲେ ମଧ୍ୟ ନିଜ ଲୋକମାନେ ତାହାକୁ କଦର୍ଥ କରିପାରନ୍ତି। ହଠାତ୍‌ ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ, କିନ୍ତୁ ଏଥିପାଇଁ ବ୍ୟସ୍ତତା ବୃଦ୍ଧିପାଇବ। ସନ୍ତାନଙ୍କ ଦୁର୍ବଳ ସ୍ବାସ୍ଥ୍ୟ ଓ ଅମନୋଯୋଗୀ ସ୍ବଭାବ ଯୋଗୁ ବିଚଳିତ ହେବେ। ସହକର୍ମୀ ନକାରାମତ୍କ କଥା କହିଲେ ମଧ୍ୟ କାମଟି କରିଦେବେ।
ମକର
ମକର
ସାଧାରଣ କଥାରେ ଯୁକ୍ତିତର୍କ କାରଣରୁ ପାରିବାରିକ କ୍ଷେତ୍ର ସକାଶେ ଦୁଶ୍ଚିନ୍ତା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ କିଛି ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ। ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ। ସରକାରୀ ସ୍ତରରେ ଅଟକିଥିବା କାମ, ପାଇବାକୁ ଥିବା ଟଙ୍କା ପାଇଁ କଳ୍ପନାଜଳ୍ପନା ବଢ଼ିବ।
କୁମ୍ଭ
କୁମ୍ଭ
ସକାଳୁ ସକାଳୁ କୌଣସି କଥାକୁ ବାରମ୍ବାର ଚିନ୍ତା କରି ଶାନ୍ତ ମନ ଅଶାନ୍ତ ହୋଇଯାଇପାରେ। ଲକ୍ଷ୍ୟହୀନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦଜନିତ ସ୍ବାସ୍ଥ୍ୟ ମଧ୍ୟ ଠିକ୍‌ ରହିବ ନାହିଁ। ବନ୍ଧୁଙ୍କ ନିକଟରୁ କିଛି ଖରାପ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟ ଯୋଗୁ ମନ ସାମୟିକ ବିବ୍ରତ ରହିବ।
ମୀନମୀନ
ଉଦ୍ୟମ ସଫଳ ଦିଗରେ ଜଣେ ବିଜାତୀୟ ବ୍ୟକ୍ତି ନିଜଆଡୁ ସାହାଯ୍ୟ ସକାଶେ ଆଗେଇ ଆସିପାରନ୍ତି। କଚେରି ମାମଲା ତଥା ବିବାଦୀୟ କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଅଭିଳଷିତ ଫାଇଦା ଉଠାଇପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri