Posted inRasifala

ରାଶିଫଳ: ଶନିବାର, ଜାନୁୟାରୀ ୭ ତାରିଖ – Daily Horoscope

ମେଷ
ଆଜି ଅନୁକୂଳ ଗ୍ରହସ୍ଥିତିରୁ ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ଉତ୍ସବାନୁଷ୍ଠାନ, ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ବନ୍ଧୁ ମିଳନ ହେତୁ ମନ ଖୁସି ରହିବ। ଭୁଲ୍‌ ବୁଝାମଣାରୁ ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତି ସୁଧାରି ନେବେ। ଆଜିର ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟରେ କ୍ଷତିରେ ପଡ଼ିପାରନ୍ତି।
ବୃଷ
ବୃଷ
ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ସୃଷ୍ଟି ସହ କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସହ ମତଭେଦ ଘଟିପାରେ। ସଭାସମିତି, ରାଜନୀତି, ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବେ। ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ପ୍ରତିଯୋଗିତାରେ ସଫଳତା ହାସଲ କରିବେ।
ମିଥୁନ
ମିଥୁନ
ଆଜି ଚନ୍ଦ୍ରଙ୍କ କେନ୍ଦ୍ରରେ ଶୁକ୍ର ଅବସ୍ଥାନ କରିଥିବାରୁ ଭୋଗବିଳାସ ସାଙ୍ଗକୁ ବୈଷୟିକ ସୁଖ, ସମୃଦ୍ଧି ପ୍ରଦାନ କରିବେ। ଶିକ୍ଷା, ସାହିତ୍ୟ, ସନ୍ତାନହେତୁକ ସମସ୍ୟାର ସମାଧାନ ହୋଇଯିବ। ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ରରେ ଉନ୍ନତି ସାଙ୍ଗକୁ ବନ୍ଧୁ ମିଳନରୁ ଆନନ୍ଦିତ ରହିବେ। ଯାନବାହନ ଚାଳନାରେ ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି।
କର୍କଟ
କର୍କଟ
ଚତୁର୍ଥକେନ୍ଦ୍ରରେ କେତୁ ରହିଥିବାରୁ ନିଜ ଲୋକଙ୍କ ଦ୍ୱାରା ପ୍ରତିରୋଧର ସମ୍ମୁଖୀନ ହେବେ। କିନ୍ତୁ କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହୋଇପାରନ୍ତି। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଯାତ୍ରା ଓ ଆନୁଷ୍ଠାନିକ କାମରେ ସହଯୋଗ କରି ଖୁସି ରହିବେ। ସ୍ଥାନ ପରିବର୍ତ୍ତନ ଯୋଗୁ ଥଣ୍ଡା ରୋଗରେ ପୀଡ଼ିତ ହେବାର ଆଶଙ୍କା ରହିଛି।
ସି˚ହ
ସି˚ହ
ପରିସ୍ଥିତିକୁ ଲକ୍ଷ୍ୟ ରଖିବା ସହ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବା ଦିଗରେ ମନୋନିବେଶ କରିବେ। ବ୍ୟବସାୟ ଓ ପରିବହନରେ ହଠାତ୍‌ କୌଣସି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ସ୍ତ୍ରୀଙ୍କ ପ୍ରେରଣା ଓ ପରାମର୍ଶକୁ ପ୍ରାଧାନ୍ୟ ଦେଇ ପାରିବାରିକ ସ୍ଥିତିକୁ ସୁଧାରି ନେବେ। ଆର୍ଥିକ ଅନଟନ ଲାଗି ରହିଥିଲେ ମଧ୍ୟ କୌଣସି କାମ ଅଟକି ରହିବ ନାହିଁ।
କନ୍ୟା
ଦେବଗୁରୁଙ୍କ କୃପାଦୃଷ୍ଟିରୁ ବିଭିନ୍ନ ଦିଗରୁ ସାହାଯ୍ୟ, ସହଯୋଗର ଅବାରିତ ଧାରା ବହି ଆସିବ। ଜମିଜମା, ମାଲିମକଦ୍ଦମା, ଯାତ୍ରା, ବାଣିଜ୍ୟ ଓ ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଆଶଙ୍କା ରହିଛି। ଆରମ୍ଭ କରିବାକୁ ଥିବା କାମ ନିର୍ବିଘ୍ନରେ ସମାପନ କରିପାରିବେ। ଆକସ୍ମିକ ପ୍ରତିବନ୍ଧକ କାରଣରୁ ଚିତ୍ରା କୌଣସି କାମ କରିବାରେ ପଛେଇ ଯାଇପାରନ୍ତି।
ତୁଳା
ତୁଳା
ସୌହାର୍ଦ୍ଦ୍ୟର ବାତାବରଣ ପାରିବାରିକ ଜୀବନକୁ ସରସ କରିବ। ସ୍ବାତୀର ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ।
ବିଛା
ବିଛା
ପରିବାରରେ ଉତ୍ତମ ବାତାବରଣ, କର୍ମକ୍ଷେତ୍ରରେ ସହଯୋଗ, ନୂତନ କାମର ପରିକଳ୍ପନା କରି ଖୁସି ରହିବେ। କଳା, ସାହିତ୍ୟ, ସାମ୍ବାଦିକତା, ସଙ୍ଗୀତ, ଚଳଚ୍ଚିତ୍ର କ୍ରୀଡ଼ା, ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ମିଳିପାରେ। ଅଫିସ୍‌ରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହୋଇପାରନ୍ତି। ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ।
ଧନୁ
ଧନୁ
ଚନ୍ଦ୍ର ଭାବାତ୍ମକ ରାଶିରେ ପରିବାର ସମ୍ପର୍କୀୟ ବିଷୟକୁ ନେଇ ଭାବପ୍ରବଣତା ସୃଷ୍ଟି କରାଇବ। ଅପ୍ରିୟ ସତ୍ୟ କହି ବନ୍ଧୁଙ୍କ ସହ ସମ୍ପର୍କକୁ ତିକ୍ତ କରିପାରନ୍ତି। ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କଠୋର କଥା କହିବା କାରଣରୁ ପରିବାରରେ ନିଜ ନିଜ ମଧ୍ୟରେ ସାମୟିକ କଳହ ଦେଖାଦେଇପାରେ।
ମକର
ମକର
ପାରିବାରିକ ଅଶାନ୍ତି ଲାଗି ରହିବା କାରଣରୁ ମାନସିକ ସ୍ବାସ୍ଥ୍ୟ ବିଶେଷ ଭଲ ରହି ନ ପାରେ। କୌଣସି ବନ୍ଧୁଙ୍କ ସହ ଆଜି ଫଳପ୍ରଦ ଆଲୋଚନା କରିବେ। ଗାଡ଼ି, କଳକାରଖାନା ସମସ୍ୟାର ସମାଧାନ କରିବାରେ ସଫଳ ହେବେ। ଭୁଲ୍‌ ବୁଝାମଣାଜନିତ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ମତାନ୍ତରର ସମ୍ଭାବନା ରହିଛି।
କୁମ୍ଭ
କୁମ୍ଭ
ଆଜି ଆର୍ଥିକ ଦିଗରୁ କୌଣସି ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। କୌଣସି ବ୍ୟକ୍ତି ମିଥ୍ୟା ଦୋଷାରୋପ କରି ମାନସିକ ଅଶାନ୍ତି ସୃଷ୍ଟି କରିପାରନ୍ତି। ଯେତେ ଭଲ କାମ କଲେ ମଧ୍ୟ ପରିବାରରୁ ପଦୁଟିଏ ପ୍ରଶଂସା ମଧ୍ୟ ଶୁଣି ପାରିବେ ନାହିଁ। ବ୍ୟବସାୟ, ଶିଳ୍ପ, ବାଣିଜ୍ୟ ଓ ପରିବହନରେ ସମସ୍ୟାକୁ ନିୟନ୍ତ୍ରଣ କରିବାରେ ସମର୍ଥ ହେବେ।
ମୀନମୀନ
ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ବହୁତ ଭଲରେ ଅତିବାହିତ ହେବ। କିନ୍ତୁ ଆଜି ଆର୍ଥିକ ଦିଗରୁ ପାଇବେ ଯେତିକି ତାହାର ଦୁଇଗୁଣା ଖର୍ଚ୍ଚ ପାଇଁ ବାଟ ଫିଟିଯିବ। ଈର୍ଷାପରାୟଣ ବ୍ୟକ୍ତିବିଶେଷ କିମ୍ବା ପାଖ ପଡ଼ୋଶୀଙ୍କ ସହ ସମ୍ପର୍କରେ ଅବନତି ଘଟିବ। ବାହାର ଦୁନିଆରୁ ଯେତିକି ଶ୍ରଦ୍ଧା,ସମ୍ମାନ ପାଇବେ ନିଜ ଲୋକଙ୍କ ନିକଟରୁ ତାହାର ଠିକ୍‌ ଓଲଟା ଫଳ ମିଳିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri