Posted inRasifala

ରାଶିଫଳ: ରବିବାର, ଜାନୁୟାରୀ ୭ ତାରିଖ – Daily Horoscope

ମେଷ
ଆଜିର କାମଟିକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। ଦ୍ୱିଜା ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସାମୟିକ ମନ ହାଲୁକା ରହିବ। ସୌଖୀନ ଦ୍ରବ୍ୟ ବ୍ୟବସାୟରୁ ଲାଭବାନ୍‌ ହୋଇପାରନ୍ତି। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ, କିନ୍ତୁ ପାରିବାରିକ ଦିଗଟି ପୂର୍ବପରି ରହିବ।
ବୃଷ
ବୃଷ
ବନ୍ଧୁଙ୍କ ନିକଟରୁ ଅପେକ୍ଷା କରିଥିବା ଖବରଟି ମଧ୍ୟାହ୍ନ ପରେ ପାଇବେ। ଆଖିରେ ନ ଦେଖି ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାରେ ପଡ଼ିବେ। କୃତ୍ତିକା ନକ୍ଷତ୍ର ପରିସ୍ଥିତିକୁ ସାମ୍ନା କରିବାକୁ ଯାଇ ହଠାତ୍‌ ଯାତ୍ରା କରିବାକୁ ପଡ଼ିପାରେ। ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ରହିବେ।
ମିଥୁନ
ମିଥୁନ
ନିଜର ଅବହେଳା ଯୋଗୁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ମୃଗଶିରା ପରିବାରର ଖର୍ଚ୍ଚ ପରିମାଣ ଦୁଇଗୁଣା ହୋଇପାରେ, ଏଣୁ ବ୍ୟସ୍ତତା ବଢ଼ିବ। ବ୍ୟବସାୟରେ ଆଖିଦୃଶିଆ ସଫଳତା ହାସଲ କରିପାରିବେ ନାହିଁ। ଅସଫଳତା ହେତୁ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ।
କର୍କଟ
କର୍କଟ
ଗତାନୁଗତିକ ରୀତିରେ ଆପଣଙ୍କ କର୍ମପ୍ରବାହ ଆଗକୁ ଆଗକୁ ଗଡ଼ି ଗଡ଼ି ଚାଲିବ। ପୁନର୍ବସୁ ନକ୍ଷତ୍ର ଜାତ ବ୍ୟକ୍ତିଙ୍କୁ ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ବନ୍ଧୁଙ୍କ ସହାନୁଭୂତିଶୀଳ କଥାରେ ଆଶଙ୍କା ଅପରାହ୍ନେ ଦୂର ହୋଇଯିବ। ସମାଜ କଲ୍ୟାଣମୂଳକ କର୍ମ ହେତୁ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ।
ସି˚ହ
ସି˚ହ
ଚଳିତ ଅବସ୍ଥାରେ ବିଶେଷ ଉନ୍ନତି ଦେଖା ନ ଦେଲେ ମଧ୍ୟ ପରିସ୍ଥିତି ଶାନ୍ତ ରହିବ। ବିଭିନ୍ନ ନକାରାମତ୍କ ଚିନ୍ତାଧାରା ମନକୁ ବେଶି ବିବ୍ରତ କରିପାରିବ ନାହିଁ। ପୂର୍ବା ଫାଲ୍‌ଗୁନୀ ନକ୍ଷତ୍ର ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ବିବାଦୀୟ ପରିସ୍ଥିତି ନିୟନ୍ତ୍ରଣ ମଧ୍ୟରେ ରହିବ ଓ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବ।
କନ୍ୟା
ଆଜିର କର୍ମକ୍ଷେତ୍ରରେ ଜଣେ ଅପରିଚିତ ବ୍ୟକ୍ତିଙ୍କ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିପାରିଲେ ଉପକୃତ ହେବେ। ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବାର ଆଶଙ୍କା ଦେଖାଦେଇପାରେ। ଚିତ୍ରା ନକ୍ଷତ୍ର ବାଣିଜ୍ୟ, ବ୍ୟବସାୟର କ୍ରୟବିକ୍ରୟ କ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି।
ତୁଳା
ତୁଳା
ଅବସାଦଗ୍ରସ୍ତ ଯୋଗୁ ମନୋରଞ୍ଜନ କାର୍ଯ୍ୟ, ସାମୂହିକ ଆଲୋଚନା ତଥା ଦୂରଯାତ୍ରାରୁ ଦୂରେଇ ରହିବା ଭଲ। କୌଣସି ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ବିରକ୍ତି ପ୍ରକାଶ କରିବେ। ଦିନଟିରେ ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିପାରନ୍ତି। ସ୍ବାତୀ ନକ୍ଷତ୍ର ସମସ୍ୟା ସମାଧାନ କରିବାରେ ସଫଳ ହେବେ।
ବିଛା
ବିଛା
ବ୍ୟକ୍ତିଗତ ଭାବରେ ସମସ୍ୟାମୁକ୍ତ ରହିଥିଲେ ମଧ୍ୟ ଅନ୍ୟମାନଙ୍କ ସକାଶେ ନିଜକୁ ସନ୍ତୁଳିତ ହେବାକୁ ପଡ଼ିବ। ଅଭିଳଷିତ ଜିନିଷ ପାଇବାରେ ଅସମର୍ଥ ହେବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା, ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଲୋକସମ୍ପର୍କ ବୃଦ୍ଧି ପାଇବାରୁ ସାମୟିକ ଖୁସି ରହିପାରନ୍ତି।
ଧନୁ
ଧନୁ
ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। ବନ୍ଧୁଙ୍କ ସହାୟତାରେ ମନୋମାଳିନ୍ୟ ଘଟିଥିବା ଅନ୍ୟ ଜଣେ ବନ୍ଧୁଙ୍କ ସହ ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ଉତ୍ତରାଷାଢ଼ା ନକ୍ଷତ୍ର ପାରିବାରିକ ସମସ୍ୟାର ସରଳ ସମାଧାନ ହେବ। ଆଶା ପୂରଣରେ ଜଣେ ବନ୍ଧୁ ସାହାଯ୍ୟ କରିବେ ଏବଂ ଶିକ୍ଷା ଓ ଲେଖାପଢ଼ାରୁ ଶୁଭଫଳ ମିଳିବ।
ମକର
ମକର
ବିଭିନ୍ନ ଦିଗରୁ ରୋଜଗାର ଜାରି ରହିଲେ ମଧ୍ୟ ଖର୍ଚ୍ଚ ପରିମାଣ ନ କମିବା କାରଣରୁ ଅଭାବ ମଧ୍ୟରେ ଚଳିବେ। ସତର୍କରେ ନ ଚଳିଲେ ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଧନିଷ୍ଠା ନକ୍ଷତ୍ରର ପୈତୃକ ସମ୍ପତ୍ତିକୁ ନେଇ ଟଣାଓଟରା ଦେଖାଦେବ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବା ସାଙ୍ଗକୁ ସହଜରେ କାମ ହାସଲ କରିବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ସତର୍କତାମୂଳକ ପଦକ୍ଷେପ ନ ନେଲେ ପସ୍ତାଇବେ। ସତ୍‌ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ। ସଭାସମିତିରେ ସମ୍ମାନନୀୟ ବ୍ୟକ୍ତି ସହାୟତା କରିପାରନ୍ତି। ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିପାରିଲେ ବହୁତ ଉପକାରରେ ଆସିବ। ପୂର୍ବ ଭାଦ୍ରବ ନକ୍ଷତ୍ରର ପାରିବାରିକ ଜୀବନରେ ଉଚିତ୍‌ ବୁଝାମଣା ହୋଇପାରିବ।
ମୀନମୀନ

ଅସୁସ୍ଥତା ସାଙ୍ଗକୁ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ଉତ୍ତର ଭାଦ୍ରବ ନକ୍ଷତ୍ରର ପରିଜନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ହେତୁ ସାମୟିକ ଖୁସି ରହିବେ। ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ଠିକ୍‌ ହୋଇଯିବ। ଆକସ୍ମିକ ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇପାରେ। ଅପରାହ୍ନେ ଶୁଭ ଖବର ଯୋଗ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri