Posted inRasifala

ରାଶିଫଳ: ଗୁରୁବାର, ଜୁଲାଇ ୭ ତାରିଖ – Daily Horoscope

ମେଷ
ଆଜି ଆପଣଙ୍କୁ ବନ୍ଧୁମାନଙ୍କ ସହ ଆକସ୍ମିକ ଯାତ୍ରା କରିବାର ସୁଯୋଗ ଜୁଟିବ। ସକାଳୁ ସକାଳୁ ଅର୍ଥ ସମ୍ପର୍କିତ ସମସ୍ୟାକୁ ସୁଧାରିନେବାର ପ୍ରଯତ୍ନ କରିବେ। ଦିନ ମଧ୍ୟରେ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବ୍ୟବସାୟିକ ସ୍ଥିତି କେତେକାଂଶରେ ଚିନ୍ତାଜନକ ସ୍ଥିତିକୁ ଆସିଯାଇପାରେ।
ବୃଷ
ବୃଷ
କୌଣସି ନୂତନ ଯୋଜନା କରିବା ଲାଗି ମନ ବଳାଇ କୃତକାର୍ଯ୍ୟ ହେବେ। ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ଼ କରିବାକୁ ପଡ଼ିବ। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇପାରେ। ସମ୍ପର୍କୀୟଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ବିଚାରଧାରାର ବିଭିନ୍ନତା ମାନସିକ ଅସ୍ଥିରତାର କାରଣ ହେବ। କହିବାକୁ ଇଚ୍ଛା ଥାଇ ମଧ୍ୟ ବନ୍ଧୁଙ୍କୁ ମନକଥା ପ୍ରକାଶ କରିପାରିବେ ନାହିଁ। ଜମିଜମା ସମ୍ପର୍କିତ ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିରତା ରହି ନ ପାରେ। ଆଇନ, ଅଦାଲତ କ୍ଷେତ୍ର ତଥା ମାଲିମକଦ୍ଦମାରେ ବିଚାର ବିଳମ୍ବ ହେବାରୁ ବ୍ୟସ୍ତତା ପ୍ରକାଶ କରିବେ।
କର୍କଟ
କର୍କଟ
ଦୀର୍ଘଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ଅଫିସ୍‌ରୁ ଫେରନ୍ତା ବାଟରେ କୌଣସି ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି। କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ଆକସ୍ମିକ ଭାବେ ଜଣେ ପୁରୁଣା ବନ୍ଧୁଙ୍କ ଦେଖାପାଇ ମନ ହାଲୁକା କରିବେ।
ସି˚ହ
ସି˚ହ
ଆଜି ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟହେବେ। ଟଙ୍କା ପଇସା ଯୋଗାଡ଼ କରିବା ସକାଶେ ବିଭିନ୍ନ ପ୍ରକାର ଫନ୍ଦିଫିକର କରିବାକୁ ପଡ଼ିପାରେ। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ସହକର୍ମୀଙ୍କ ସହ ଉଚ୍ଚବାଚ ଘଟିପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କନ୍ୟା
ଅର୍ଥାଭାବ କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜ ଆମତ୍ୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟହେବେ।
ତୁଳା
ତୁଳା
ସୁଖ, ସୌହାର୍ଦ୍ଦ୍ୟ ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟହେବେ। କୌଣସି ଜିନିଷ କ୍ରୟ ସକାଶେ ହଠାତ୍‌ ମୋଟାଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବାର ସମ୍ଭାବନା ରହିଛି। କର୍ମକ୍ଷେତ୍ର, ସଭାସମିତି, ରାଜନୈତିକ ସ୍ଥିତିରେ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ବିଛା
ବିଛା
ଅତୀତ ଘଟଣା ମନକୁ ଆଲୋଡ଼ିତ କରିବ। ଅନୁରାଧା ନକ୍ଷତ୍ର ସକାଶେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ଛୋଟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ତାହା ସମସ୍ୟା ସୃଷ୍ଟିର କାରଣ ହେବ। ଏମିତି କେତେକ ପରିସ୍ଥିତି ଭିତରେ ଚଳିବାକୁ ବାଧ୍ୟ ହେବେ, ଯଦ୍ଦ୍ବାରା କି ଜାଣିଶୁଣି ସବୁକଥାରେ ନୀରବ ରହିବାକୁ ପଡ଼ିବ।
ଧନୁ
ଧନୁ
ଆଜି କର୍ମକ୍ଷେତ୍ରରେ ବନ୍ଧୁକୃତ ଅପମାନଜନକ ସ୍ଥିତିର ସମ୍ମୁଖୀନ ହେବେ। ଜମିଜମା କାରବାର କିମ୍ବା ରେଜିଷ୍ଟ୍ରେଶନ ସମ୍ପର୍କିତ ସମସ୍ୟାକୁ ନେଇ ବିବ୍ରତ ରହିପାରନ୍ତି। କ୍ରୀଡ଼ା, କଳା, ସାଂସ୍କୃତିକ କାର୍ଯ୍ୟକ୍ରମରେ ସଫଳତା ଯୋଗୁ ମନ ଖୁସି ରହିବ। ବ୍ୟବସାୟ, ପରିବହନ, ଅର୍ଥ ସମ୍ପର୍କ, ସଭାସମିତି ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ।
ମକର
ମକର
ପଡ଼ୋଶୀଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। ଆଜି ସକାଳ ସମୟରେ ପରିବାର ସହ ସୁଖଭ୍ରମଣ ଯୋଗ ରହିଛି। କଳା, ସାହିତ୍ୟ, ସଭାସମିତି ଓ ରାଜନୈତିକସ୍ତରରେ ଟେନ୍‌ସନ ଲାଗି ରହିବ। ଟିକିଏ କଥାରେ ରାଗିଯାଇ ଯାହାତାହା କହିବା କାରଣରୁ କିଛି ସମସ୍ୟା ଆସିପାରେ।
କୁମ୍ଭ
କୁମ୍ଭ
ସମସ୍ୟା ପ୍ରତିହତ କରି କର୍ମକ୍ଷେତ୍ରରେ ନିଜ ସ୍ଥିତି ସୁଦୃଢ଼ କରିବାରେ ସମର୍ଥ ହେବେ। ନିଜ ଲୋକ ଯେତେ ସମସ୍ୟା ସୃଷ୍ଟି କଲେ ବି ଆପଣଙ୍କର କୌଣସି ଅସୁବିଧା ହେବନାହିଁ। ଆଜି ଏକ ଭିନ୍ନ ପରିସ୍ଥିତିରେ ଭାଙ୍ଗିପଡିଥିବା ସମ୍ପର୍କ ପୁଣି ଯୋଡ଼ିହୋଇଯିବ। ପାରିବାରିକସ୍ତରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ।
ମୀନମୀନ
ବିଭିନ୍ନ ପ୍ରକାର ସମସ୍ୟା ରହିଥିଲେ ମଧ୍ୟ କାମ ଅଟକିବ ନାହିଁ। ପରିବାରରେ ସନ୍ତାନମାନଙ୍କ ବିଶୃଙ୍ଖଳିତ ଆଚରଣ, କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିପାରେ। ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା ରହିଛି। ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହା ବ୍ୟସ୍ତତାର କାରଣ ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri