Posted inRasifala

ରାଶିଫଳ: ଗୁରୁବାର, ଜୁଲାଇ ୭ ତାରିଖ – Daily Horoscope

ମେଷ
ଆଜି ଆପଣଙ୍କୁ ବନ୍ଧୁମାନଙ୍କ ସହ ଆକସ୍ମିକ ଯାତ୍ରା କରିବାର ସୁଯୋଗ ଜୁଟିବ। ସକାଳୁ ସକାଳୁ ଅର୍ଥ ସମ୍ପର୍କିତ ସମସ୍ୟାକୁ ସୁଧାରିନେବାର ପ୍ରଯତ୍ନ କରିବେ। ଦିନ ମଧ୍ୟରେ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବ୍ୟବସାୟିକ ସ୍ଥିତି କେତେକାଂଶରେ ଚିନ୍ତାଜନକ ସ୍ଥିତିକୁ ଆସିଯାଇପାରେ।
ବୃଷ
ବୃଷ
କୌଣସି ନୂତନ ଯୋଜନା କରିବା ଲାଗି ମନ ବଳାଇ କୃତକାର୍ଯ୍ୟ ହେବେ। ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧଉଡ଼ କରିବାକୁ ପଡ଼ିବ। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇପାରେ। ସମ୍ପର୍କୀୟଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ବିଚାରଧାରାର ବିଭିନ୍ନତା ମାନସିକ ଅସ୍ଥିରତାର କାରଣ ହେବ। କହିବାକୁ ଇଚ୍ଛା ଥାଇ ମଧ୍ୟ ବନ୍ଧୁଙ୍କୁ ମନକଥା ପ୍ରକାଶ କରିପାରିବେ ନାହିଁ। ଜମିଜମା ସମ୍ପର୍କିତ ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିରତା ରହି ନ ପାରେ। ଆଇନ, ଅଦାଲତ କ୍ଷେତ୍ର ତଥା ମାଲିମକଦ୍ଦମାରେ ବିଚାର ବିଳମ୍ବ ହେବାରୁ ବ୍ୟସ୍ତତା ପ୍ରକାଶ କରିବେ।
କର୍କଟ
କର୍କଟ
ଦୀର୍ଘଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ଅଫିସ୍‌ରୁ ଫେରନ୍ତା ବାଟରେ କୌଣସି ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି। କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ଆକସ୍ମିକ ଭାବେ ଜଣେ ପୁରୁଣା ବନ୍ଧୁଙ୍କ ଦେଖାପାଇ ମନ ହାଲୁକା କରିବେ।
ସି˚ହ
ସି˚ହ
ଆଜି ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟହେବେ। ଟଙ୍କା ପଇସା ଯୋଗାଡ଼ କରିବା ସକାଶେ ବିଭିନ୍ନ ପ୍ରକାର ଫନ୍ଦିଫିକର କରିବାକୁ ପଡ଼ିପାରେ। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ସହକର୍ମୀଙ୍କ ସହ ଉଚ୍ଚବାଚ ଘଟିପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କନ୍ୟା
ଅର୍ଥାଭାବ କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜ ଆମତ୍ୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟହେବେ।
ତୁଳା
ତୁଳା
ସୁଖ, ସୌହାର୍ଦ୍ଦ୍ୟ ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟହେବେ। କୌଣସି ଜିନିଷ କ୍ରୟ ସକାଶେ ହଠାତ୍‌ ମୋଟାଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବାର ସମ୍ଭାବନା ରହିଛି। କର୍ମକ୍ଷେତ୍ର, ସଭାସମିତି, ରାଜନୈତିକ ସ୍ଥିତିରେ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ବିଛା
ବିଛା
ଅତୀତ ଘଟଣା ମନକୁ ଆଲୋଡ଼ିତ କରିବ। ଅନୁରାଧା ନକ୍ଷତ୍ର ସକାଶେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ଛୋଟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ତାହା ସମସ୍ୟା ସୃଷ୍ଟିର କାରଣ ହେବ। ଏମିତି କେତେକ ପରିସ୍ଥିତି ଭିତରେ ଚଳିବାକୁ ବାଧ୍ୟ ହେବେ, ଯଦ୍ଦ୍ବାରା କି ଜାଣିଶୁଣି ସବୁକଥାରେ ନୀରବ ରହିବାକୁ ପଡ଼ିବ।
ଧନୁ
ଧନୁ
ଆଜି କର୍ମକ୍ଷେତ୍ରରେ ବନ୍ଧୁକୃତ ଅପମାନଜନକ ସ୍ଥିତିର ସମ୍ମୁଖୀନ ହେବେ। ଜମିଜମା କାରବାର କିମ୍ବା ରେଜିଷ୍ଟ୍ରେଶନ ସମ୍ପର୍କିତ ସମସ୍ୟାକୁ ନେଇ ବିବ୍ରତ ରହିପାରନ୍ତି। କ୍ରୀଡ଼ା, କଳା, ସାଂସ୍କୃତିକ କାର୍ଯ୍ୟକ୍ରମରେ ସଫଳତା ଯୋଗୁ ମନ ଖୁସି ରହିବ। ବ୍ୟବସାୟ, ପରିବହନ, ଅର୍ଥ ସମ୍ପର୍କ, ସଭାସମିତି ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ।
ମକର
ମକର
ପଡ଼ୋଶୀଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। ଆଜି ସକାଳ ସମୟରେ ପରିବାର ସହ ସୁଖଭ୍ରମଣ ଯୋଗ ରହିଛି। କଳା, ସାହିତ୍ୟ, ସଭାସମିତି ଓ ରାଜନୈତିକସ୍ତରରେ ଟେନ୍‌ସନ ଲାଗି ରହିବ। ଟିକିଏ କଥାରେ ରାଗିଯାଇ ଯାହାତାହା କହିବା କାରଣରୁ କିଛି ସମସ୍ୟା ଆସିପାରେ।
କୁମ୍ଭ
କୁମ୍ଭ
ସମସ୍ୟା ପ୍ରତିହତ କରି କର୍ମକ୍ଷେତ୍ରରେ ନିଜ ସ୍ଥିତି ସୁଦୃଢ଼ କରିବାରେ ସମର୍ଥ ହେବେ। ନିଜ ଲୋକ ଯେତେ ସମସ୍ୟା ସୃଷ୍ଟି କଲେ ବି ଆପଣଙ୍କର କୌଣସି ଅସୁବିଧା ହେବନାହିଁ। ଆଜି ଏକ ଭିନ୍ନ ପରିସ୍ଥିତିରେ ଭାଙ୍ଗିପଡିଥିବା ସମ୍ପର୍କ ପୁଣି ଯୋଡ଼ିହୋଇଯିବ। ପାରିବାରିକସ୍ତରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ।
ମୀନମୀନ
ବିଭିନ୍ନ ପ୍ରକାର ସମସ୍ୟା ରହିଥିଲେ ମଧ୍ୟ କାମ ଅଟକିବ ନାହିଁ। ପରିବାରରେ ସନ୍ତାନମାନଙ୍କ ବିଶୃଙ୍ଖଳିତ ଆଚରଣ, କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିପାରେ। ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବାର ଆଶଙ୍କା ରହିଛି। ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହା ବ୍ୟସ୍ତତାର କାରଣ ହୋଇପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ନୀଚରାଶିରେ ଅଷ୍ଟମସ୍ଥ ହୋଇଥିବାରୁ ଆର୍ଥିକ ଉନ୍ନତି ସହ ମାନସିକ ଅସ୍ଥିରତା ଲାଗି ରହିବ। ପର୍ଯ୍ୟଟନ, ପରିଭ୍ରମଣ, ଦୂରଯାତ୍ରା ସକାଶେ ବହୁତ ଖର୍ଚ୍ଚାନ୍ତ...

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜି ମଙ୍ଗଳ ସହ ଶନିଙ୍କ ସଂଯୋଗ ହେତୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ। ବ୍ୟବସାୟ,ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ସାଧନ ପାଇଁ କୌଣସି...

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ନିଜ ପରିବେଶରେ ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ନିଷ୍ପତ୍ତି ନେଇପାରନ୍ତି। ଅର୍ଥନୈତିକ ଅଭିବୃଦ୍ଧିଜନିତ ବୈଷୟିକ ସୁଖ, ସମୃଦ୍ଧି ପାଇପାରିବେ। ଆଲୋଚନା ସଭାରେ ଅନ୍ୟମାନଙ୍କ...

ରାଶିଫଳ: ବୁଧବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମନକୁ ସୁହାଇଲା ଭଳି କଥାରୁ ପ୍ରଶଂସିତ ହେବେ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାଙ୍କ ସଫଳତା, ଉନ୍ନତ ମାନର ଆଲୋଚନା କାରଣରୁ ଖୁସି...

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଯୁକ୍ତ କେତୁ କାରଣରୁ ମାନସିକ ସ୍ବାସ୍ଥ୍ୟହାନି ଅଶାନ୍ତ ରହିପାରନ୍ତି। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ଅଭାବଜନିତ ଦୁଶ୍ଚିନ୍ତା ସୃଷ୍ଟିହୋଇପାରେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ...

ରାଶିଫଳ: ସୋମବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆପଣଙ୍କ ରାଶିରେ ମଙ୍ଗଳ ସ୍ବାସ୍ଥ୍ୟକୁ ନିୟନ୍ତ୍ରଣ ମଧ୍ୟରେ ରଖିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ଚେଷ୍ଟା କରି ବିଫଳ...

ରାଶିଫଳ: ରବିବାର, ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ ସାମାଜିକ ସ୍ତରରେ ନିଜର ପ୍ରାଧାନ୍ୟ ବୃଦ୍ଧି କରିପାରିବେ। କର୍ମକ୍ଷେତ୍ର, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା...

ରାଶିଫଳ: ଶନିବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ କାମକୁ ତ୍ୱରାନ୍ବିତ କରିବାରେ ସହାୟ ହେବ। ଖାଦ୍ୟପେୟର ଅନିୟମିତତା କାରଣରୁ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖାଦେବ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri