Posted inRasifala

ରାଶିଫଳ: ସୋମବାର, ଜୁନ୍‌ ୭ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ର ହେଉ କିମ୍ବା ପରିବାରରେ ହେଉ ଆପଣ ଆଜି ମନର ଅସନ୍ତୋଷକୁ କଠୋର ବାକ୍ୟରେ ପ୍ରକାଶ କରିବାକୁ ପଛାଇବେ ନାହିଁ। ସାମୟିକ ଭାବପ୍ରବଣତା କାରଣରୁ ଜମିଜମା, ସ୍ତ୍ରୀ/ସ୍ବାମୀଙ୍କ ସ୍ବାସ୍ଥ୍ୟ କିମ୍ବା ବ୍ୟବସାୟିକ କିଛି ବିଫଳତାକୁ ନେଇ ଚିନ୍ତିତ ରହିପାରନ୍ତି। ପାରିବାରିକ ସ୍ଥିତି, ପରିବହନ, ନିର୍ମାଣ, କାରିଗରି ବିଦ୍ୟା, ଯାନ୍ତ୍ରିକ ଜିନିଷର ବ୍ୟବସାୟ ପାଇଁ ଭଲ।
ବୃଷ
ବୃଷ
ଆଜିର କର୍ମକ୍ଷେତ୍ରରେ ଟିକିଏ ଜୋର୍‌ ଦେଇ କଥା କହିବା କାରଣରୁ ଅନ୍ୟମାନେ ଭୁଲ୍‌ ବୁଝିବେ । ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ଏବଂ ଚେଷ୍ଟା କରୁଥିବା କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ। କୌଣସି ମୂଲ୍ୟବାନ୍‌ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି।
ମିଥୁନ
ମିଥୁନ
କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ମଧ୍ୟ ରହିପାରିବେ ନାହିଁ। ଆପଣଙ୍କର ଅଭାବନୀୟ ପରିସ୍ଥିତି କ୍ରମଶଃ ବଦଳିଯିବ ଓ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଅବଶ୍ୟ ପାଇବେ। ବ୍ୟବସାୟୀମାନେ ଓ ପରିବହନରେ କାମ ହାସଲ କରିବେ। ଉଚ୍ଚବର୍ଗର ଲୋକମାନଙ୍କ ସଂସ୍ପର୍ଶରେ ଆସି ଉପକୃତ ହୋଇ ପାରନ୍ତି।
କର୍କଟ
କର୍କଟ
ଗତକାଲିର ଅସମ୍ପୂର୍ଣ୍ଣ କାମକୁ ଆଜି ସମ୍ପନ୍ନ କରିବେ। ବନ୍ଧୁମିଳନ ସାଙ୍ଗକୁ ଦୂରଯାତ୍ରା, ମାଙ୍ଗଳିକ କାର୍ଯ୍ୟ କିମ୍ବା ଆନୁଷ୍ଠାନିକ କାମରେ ସାମିଲ ହେବେ। ଜମଜିମା, ମାଲିମକଦ୍ଦମା, ନିର୍ମାଣ, ଯୋଗାଯୋଗ, ସାମ୍ବାଦିକତା, ଏଜେନ୍‌ଶିପ୍‌ରେ ପ୍ରତିଷ୍ଠାର୍ଜନ କରିବେ। ଦୁଶ୍ଚିନ୍ତା କାରଣରୁ ରକ୍ତଚାପ ବୃଦ୍ଧି ପାଇବା କାରଣରୁ ଚିଡି ଚିଡି ହୋଇ ପାରନ୍ତି।
ସି˚ହ
ସି˚ହ
କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ସହ ଯୁକ୍ତିତର୍କ କରି ପରିବେଶକୁ ଗମ୍ଭୀର କରି ଦେଇପାରନ୍ତି। ବିଭିନ୍ନ ପ୍ରକାରର ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ। ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ।
କନ୍ୟା
ଆକସ୍ମିକ ଭାବରେ ଅଯାଚିତ ଭାବରେ ଜଣେ କୃଷ୍ଣ ବର୍ଣ୍ଣର ବ୍ୟକ୍ତି ଆପଣଙ୍କ କାମରେ ପ୍ରତିବନ୍ଧକ ସାଜିପାରନ୍ତି। ବ୍ୟବସାୟରେ ଆଶାନୁରୂପ ଫଳ ପାଇବେ ଓ ଜମା ରାଶି ବୃଦ୍ଧି ପାଇବ। ଆଲୋଚନା ପରିସରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ। ଭଲ ସମ୍ପର୍କ ନ ଥିବା କାରଣରୁ ନିଜ ଲୋକେ ବିଶ୍ୱାସଘାତକତା କରିପାରନ୍ତି।
ତୁଳା
ତୁଳା
ହଠାତ୍‌ ସନ୍ତାନଙ୍କ ସ୍ବାସ୍ଥ୍ୟହାନି ସାମୟିକ ଚିନ୍ତାର କାରଣ ହୋଇପାରେ। ମାଙ୍ଗଳିକ କାମରେ କୌଣସି ସମସ୍ୟା ସୃଷ୍ଟିର ସମ୍ଭାବନା ରହିଛି। ଅବଶ୍ୟ ପରିସ୍ଥିତି ପ୍ରତି ସତର୍କ ରହି କାମ କରନ୍ତୁ, ଅନ୍ୟଥା ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଆଜିର ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ ନତୁବା ଜିନିପତ୍ର ଅଦଳ ବଦଳ ହୋଇଯାଇପାରେ।
ବିଛା
ବିଛା
କୌଣସି ବନ୍ଧୁଙ୍କ ଅସୌଜନ୍ୟ ବାକ୍ୟ ମନକୁ ମାନ୍ଦା କରି ଦେଇପାରେ। କର୍ମକ୍ଷେତ୍ରରେ ଉତ୍ସାହିତ ହେବେ ଓ ସାଫଲ୍ୟତା ହାସଲ କରିବେ। ପରିବାରରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ, ଫଳରେ ମତାନ୍ତର ଘଟିବାର ଆଶଙ୍କା ଦେଖାଦେବ। ସାମ୍ବାଦିକତା, ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ଧନୁ
ଧନୁ
କୌଣସି କଥାରେ ଅନ୍ୟମାନଙ୍କୁ ପୂର୍ଣ୍ଣ ବିଶ୍ୱାସ କରି କାମ କରିବା ଠିକ୍‌ ହେବ ନାହିଁ। ନିଜ ଲୋକମାନେ ଈର୍ଷାପରାୟଣତା କାରଣରୁ ଦାଉ ସାଧିପାରନ୍ତି। ଅଧିକାଂଶ ସମୟରେ ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ପାଖ, ପଡ଼ୋଶୀମାନେ ଭୁଲ୍‌ ବୁଝାମଣା କାରଣରୁ ସାଧାରଣ କଥାରେ ମଧ୍ୟ କଳହ କରିବେ ।
ମକର
ମକର
ପରିବାରର ସହଯୋଗ ଓ ସମର୍ଥନ ଆଜିର କାମରେ ଆପଣଙ୍କୁ ବହୁତ ସାହାଯ୍ୟ କରିବ। ବନ୍ଧୁମାନଙ୍କ ଗହଣରେ ନିଜ ନିଜର ଲକ୍ଷ୍ୟସ୍ଥଳକୁ ଯିବାରେ କୌଣସି ଅସୁବିଧା ରହିବ ନାହିଁ। କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇଁ ମନୋବଳ ବୃଦ୍ଧି ପାଇବ। ପ୍ରିୟବନ୍ଧୁଟିକୁ ଅପେକ୍ଷା କରି ବିରକ୍ତ ହେବେ ଏବଂ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା କାରଣରୁ ସାଧାରଣ କଥା ଅସାଧାରଣ ପରିସ୍ଥିତି ସୃଷ୍ଟି କରିବ। ଛୋଟ ଛୋଟ କଥାକୁ କେନ୍ଦ୍ରକରି ବିଭିନ୍ନ ପ୍ରକାରର ସମସ୍ୟା ଭିତରକୁ ଟାଣି ହୋଇ ପାରନ୍ତି। ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି।
ମୀନମୀନ
ଆନୁଷ୍ଠାନିକ କାର୍ଯ୍ୟ ସମ୍ପାଦନରେ ସମ୍ପର୍କୀୟଙ୍କ ସହଯୋଗ ମିଳିବ। ଅସାବଧାନତା କିମ୍ବା ଅନ୍ୟମନସ୍କ କାରଣରୁ କୌଣସି ମୂଲ୍ୟବାନ୍‌ ଜିନିଷ ଠିକ୍‌ ସମୟରେ ନ ପାଇ ବ୍ୟତିବ୍ୟସ୍ତ ହୋଇପାରନ୍ତି। ସଙ୍ଗଠନ କିମ୍ବା ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁଁ ଆଗେଇଯିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri