Posted inRasifala

ରାଶିଫଳ: ରବିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ
ଆଜି ଗୁରୁକ୍ଷେତ୍ରସ୍ଥ ଚନ୍ଦ୍ର ପ୍ରଭାବରୁ କେବଳ ଗାମ୍ଭୀର୍ଯ୍ୟପୂର୍ଣ୍ଣ କଥା କହି କାମ ହାସଲ କରିପାରିବେ। ପାରିବାରିକ ଓ କର୍ମକ୍ଷେତ୍ର ପ୍ରତି ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ଛୋଟ ଘଟଣା ପ୍ରତି ଧ୍ୟାନ ଦେଲେ ନିଜ ଲୋକଙ୍କୁ ସନ୍ଦେହ କରିବେ। ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର ଓ କଳା ସାହିତ୍ୟ ଦିଗରେ ନୂତନ ଦିଗନ୍ତ ସୃଷ୍ଟି ହେବ।
ବୃଷ
ବୃଷ
ରାଶିରେ ପାପଗ୍ରହ ଥିବାରୁ କର୍ମକ୍ଷେତ୍ରରେ କେତେକ କଥା ମନ ଚାହୁଁଥିଲେ ମଧ୍ୟ ପରିସ୍ଥିତି ତାହା କରାଇଦେବ ନାହିଁ। ବ୍ୟବସାୟ, ବାଣିଜ୍ୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା ପ୍ରଭୃତି କ୍ଷେତ୍ରରେ କାମ ହାସଲ କରିବେ। ଆଗାମୀ ଦିନ ପାଇଁ ନୂଆ ପରିକଳ୍ପନା କରିବେ। ଦୀର୍ଘ ଦିନର ଅଭିଳଷିତ ଦ୍ରବ୍ୟ କ୍ରୟ କରିବାରେ ସଫଳ ହେବେ।
ମିଥୁନ
ମିଥୁନ
ଆଜି ଆପଣଙ୍କୁ ଅଫିସ କାମରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିବାକୁ ପଡ଼ିପାରେ। ଆଜିର ଯାତ୍ରାରେ ସଫଳତା ପାଇବେ, କିନ୍ତୁ ସମସ୍ୟା ଭିତର ଦେଇ ଯିବାକୁ ପଡ଼ିବ। ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ବ୍ୟସ୍ତ ରହିବେ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିବେ।
କର୍କଟ
କର୍କଟ
ଆଜି କର୍ମକ୍ଷେତ୍ରରେ ଏତେ ବ୍ୟସ୍ତ ରହିବେ ଯେ ଖାଇବାକୁ ସମୟ ପାଇବେ ନାହିଁ। ଅଶ୍ଳେଷା ନକ୍ଷତ୍ର ପରିବାର ପ୍ରତି ବିମୁଖ କିମ୍ବା ଉଦାସୀନତା ପରିଲକ୍ଷିତ ହେବ। ବ୍ୟବସାୟ , ପରିବହନ ବାଧାପ୍ରାପ୍ତ ହୋଇପାରେ। ପର ଉପରେ ନିର୍ଭର କରିବା ଦ୍ୱାରା ପୂର୍ଣ୍ଣମାତ୍ରାରେ କାମ ମଧ୍ୟ ହାସଲ ହୋଇପାରିବ ନାହିଁ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ନିଜର ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ଭଉଣୀ କିମ୍ବା ସ୍ତ୍ରୀଙ୍କ ତରଫରୁ ସମସ୍ୟା ଆସିପାରେ, ଅବଶ୍ୟ କିଛି ଘରୋଇ କଥାକୁ କେନ୍ଦ୍ରକରି। ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ ଏବଂ ଲକ୍ଷ୍ୟସ୍ଥଳରେ ପହଞ୍ଚିବେ।
କନ୍ୟା
କେତୁଙ୍କ କୁପ୍ରଭାବରୁ କୌଣସି ଜିନିଷ ପାଇବାର ସମ୍ଭାବନା ନ ଥିଲେ ମଧ୍ୟ ମରୀଚିକା ପଛରେ ଗୋଡ଼ାଇ ହତାଶ ହେବେ। ସନ୍ତାନଙ୍କ କ୍ଷେତ୍ରରେ ମଧ୍ୟ ଅଶାନ୍ତିର ବାତାବରଣ ସୃଷ୍ଟି ହେବ। ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ। ଭାବୁଥିବା କାମଟି ଶେଷ କରିବାରେ ବିଭିନ୍ନ ସମସ୍ୟା ଆସିବ।
ତୁଳା
ତୁଳା
ଆପଣଙ୍କ ସକାଶେ ଘରଲୋକ ବ୍ୟସ୍ତ ଓ ବିବ୍ରତ ରହିବେ। କର୍ମକ୍ଷେତ୍ରରେ କୌଣସି ବନ୍ଧୁଙ୍କ ପ୍ରତି ଆନ୍ତରିକତା ଅଡୁଆରେ ପକାଇବ। ଆକସ୍ମିକ ଭାବେ ଆର୍ଥିକ ଅଭାବ ଇଚ୍ଛାପୂରଣରେ ବାଧା ସୃଷ୍ଟି କରିବ। ଆଲୋଚନାରେ, ସଭାସମିତିରେ, ଆନୁଷ୍ଠାନିକ କାମ ସକାଶେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।
ବିଛା
ବିଛା
ବିଭିନ୍ନ ପ୍ରକାରର କାମ ହାତକୁ ନେଇ ବ୍ୟସ୍ତତା ବୃଦ୍ଧି ପାଇବ। ଅନୁରାଧା ନକ୍ଷତ୍ର ଜାତ ବ୍ୟକ୍ତି ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ବନ୍ଧୁ ଓ ପରିଜନଙ୍କ ସହିତ ଭ୍ରମଣ ଓ କାର୍ଯ୍ୟସିଦ୍ଧି ଯୋଗୁଁ ମନ ପ୍ରଫୁଲ୍ଲିତ ହେବ। କେତେକ କ୍ଷେତ୍ରରେ ଶୀଘ୍ର ନିଷ୍ପତ୍ତି ନେବାକୁ ବାଧ୍ୟ ହୋଇ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। କିନ୍ତୁ ସଙ୍ଗ ଦୋଷ ପାଇଁ ସମାଲୋଚିତ ହୋଇପାରନ୍ତି।
ଧନୁ
ଧନୁ
କର୍ମକ୍ଷେତ୍ରରେ ସତର୍କତା ରକ୍ଷା ନ କଲେ ଅର୍ଥହାନି ଓ ଶରୀର ପୀଡ଼ାରୁ କଷ୍ଟ ପାଇବେ। ଆଗାମୀ ଦିନର ମାଙ୍ଗଳିକ କିମ୍ବା ଆନୁଷ୍ଠାନିକ କାର୍ଯ୍ୟ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ବନ୍ଧୁଙ୍କ ସାହାଯ୍ୟରେ ଆଜି ଋଣସୂତ୍ରରେ ଅର୍ଥଲାଭ କରିବେ। ସହକର୍ମୀ ରାଗିଲେ ମଧ୍ୟ କାମଟି କରିଦେବେ।
ମକର
ମକର
ଶ୍ରବଣା ନକ୍ଷତ୍ର ସକାଶେ ପଡ଼ୋଶୀମାନେ ଭଲ କଥା କହିଲେ ମଧ୍ୟ ପଛରେ ବିଭିନ୍ନ କଥା କହି ପାରନ୍ତି। ଭଲ ରୂପେ କାମ କଲେ ମଧ୍ୟ ମନ ବୁଝିବ ନାହିଁ ଏବଂ କିଛି ବାକି ରହିଯାଇଥିବାର ଚିନ୍ତା କରିବେ। ଅନାବଶ୍ୟକ ଭାବେ ଅନୁରୋଧବଶତଃ ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିପାରନ୍ତି।
କୁମ୍ଭ
କୁମ୍ଭ
ସମସ୍ୟା ସମାଧାନ କ୍ଷେତ୍ରରେ ଧୀରସ୍ଥିର ଭାବରେ କାମ କଲେ ପରିସ୍ଥିତିର ମୁକାବିଲାରେ ସମର୍ଥ ହେବେ। ବିଳମ୍ବ ହେଲେ ମଧ୍ୟ ଲକ୍ଷ୍ୟସ୍ଥଳରେ ପହଞ୍ଚତ୍ବାରେ କୌଣସି ଅସୁବିଧା ହେବ ନାହିଁ। ଶିଳ୍ପ, ବାଣିଜ୍ୟ ଶେୟାର, ବଜାର କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ।
ମୀନମୀନ
ସକାଳୁ କୌଣସି ଶୁଭ ଖବର ପାଇ ଖୁସି ହୋଇଯିବେ। ଆକସ୍ମିକ ସାହାଯ୍ୟ ଲାଭକରି ସମସ୍ୟା ଆପଣାଛାଏଁ ସୁଧୁରି ଯିବ। କର୍ମକ୍ଷେତ୍ରର ସମସ୍ୟା ସମ୍ପର୍କୀୟ ଦୁଶ୍ଚିନ୍ତା ଆସିବ, ମାତ୍ର କୌଣସି ବିବାଦର ସମାଧାନ ସକାଶେ ବନ୍ଧୁଙ୍କ ଆଶ୍ରୟ ନେଇପାରନ୍ତି। ଉତ୍ତର-ଭାଦ୍ର ନକ୍ଷତ୍ର ଆଜି ସୁଯୋଗର ସଦ୍‌ ବ୍ୟବହାର କରିପାରିବେ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜୁଲାଇ ୨୩ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ମନରେ ଧାର୍ମିକ ଭାବନା, ସାଂଗଠନିକ ପ୍ରବୃତ୍ତି, ସେବା ମନୋଭାବ ଯୋଗୁ ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଆର୍ଥିକ ଅଭାବ, ଅନଟନ ନ ଥିଲେ…

ରାଶିଫଳ: ବୁଧବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ ଆଜି ଖର୍ଚ୍ଚ ପରିମାଣ ବୃଦ୍ଧି ପାଇଲେ ମଧ୍ୟ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ପାଇଁ ଦିନଟି ବହୁତ ଭଲ। ଆଲୋଚନା କ୍ରମରେ ଘରର କେତେକ କାମକୁ କରିବା…

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ଅବସ୍ଥାନ କରି ଶାରୀରିକ ଓ ମାନସିକ ସୁସ୍ଥତା ଅକ୍ଷୁଣ୍ଣ ରଖିବେ । କର୍ମକ୍ଷେତ୍ରରେ ଅଗ୍ରଗତି କରିବେ, କିନ୍ତୁ କିଛିଟା ପ୍ରତିରୋଧର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri