Posted inRasifala

ରାଶିଫଳ: ସୋମବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ
ବିବାଦୀୟ ପରିସ୍ଥିତିରେ ଧୈର୍ଯ୍ୟଧାରଣ ପାରିବାରିକ ଓ ସାମାଜିକ ଜୀବନକୁ ରୁଦ୍ଧିମନ୍ତ କରିବ। କର୍ମକ୍ଷେତ୍ରର ସବୁଦିଗକୁ ଭଲ ରୂପେ ଲକ୍ଷ୍ୟ ରଖି କାମ କରନ୍ତୁ, ନତୁବା ସମସ୍ୟା ମାଡ଼ିଆସିବ। ଆନୁଷ୍ଠାନିକ କାମକୁ ନଜରରେ ରଖି ଘରକୁ ସଜାଡିବାରେ ସମୟ ନେଇପାରନ୍ତି। ପୂର୍ବରୁ ଶତ୍ରୁତା ରହିଥିବା ବ୍ୟକ୍ତିମାନଙ୍କ ପ୍ରତି ନଜର ରଖି କାମ କରିବା ଭଲ ହେବ।
ବୃଷ
ବୃଷ
ପାରିବାରିକ ଅସ୍ଥିରତା ସାଙ୍ଗକୁ କେତେକ ଅଭିଳାଷ ମନକୁ ବ୍ୟଥିତ କରିପାରେ। ଅଟକି ରହିଥିବା କାମଗୁଡ଼ିକୁ ନେଇ ମନ ବିଚଳିତ ରହିବ। ଅଯାଚିତ ଭାବରେ କୈାଣସି ନିର୍ଭରଯୋଗ୍ୟ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପରିବହନ, ମାଲିମକଦ୍ଦମା କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ମିଥୁନ
ମିଥୁନ
ମନ ଭିତରର ଗୋପନ କଥାକୁ ବନ୍ଧୁଙ୍କ ନିକଟରେ ପ୍ରକାଶ କରିପାରିବେ ନାହିଁ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ଅଶାନ୍ତି ରହିପାରନ୍ତି। କର୍ମକ୍ଷେତ୍ରରେ ବିଚାରବୁଦ୍ଧି ପ୍ରୟୋଗକରି କାର୍ଯ୍ୟ ହାସଲ କରିପାରିବେ। ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତବୋଧ କରିପାରନ୍ତି।
କର୍କଟ
କର୍କଟ
ସାମାନ୍ୟ କଥାରେ ମତଭେଦ ଘଟି ମନରେ ସରସତା ଆଗଭଳି ରହିବ ନାହିଁ। ମାଲିମକଦ୍ଦମା, ବାଣିଜ୍ୟ, ବ୍ୟବସାୟ,ବିବାଦୀୟ ଘଟଣାରେ ସ୍ଥିତି ଅନୁକୂଳ ହୋଇପାରେ। ବନ୍ଧୁମାନଙ୍କ ସବୁକଥାକୁ କାନଡେରି ଶୁଣନ୍ତୁ କିନ୍ତୁ ଭାବିଚିନ୍ତି ଆଗକୁ ଗୋଡ଼ ବଢ଼ାନ୍ତୁ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ କିଛି ସମସ୍ୟା ଦେଖାଦେଇପାରେ।
ସି˚ହ
ସି˚ହ
ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ,ମାତ୍ର ଆଶାନୁରୂପ ସାହାଯ୍ୟ ମିଳି ନ ପାରେ। ସାଧାରଣ ଘଟଣାରେ କୈାଣସି ପଡୋଶିନୀଙ୍କ ସହ ମତଭେଦ ଉପୁଜିବାର ସମ୍ଭାବନା ରହିଛି। ଦୈହିକ ସ୍ଥିତି ସେତେଟା ଅନୁକୂଳ ନ ରହିଲେ ମଧ୍ୟ ମନୋବଳ ଦୃଢ଼ ରହିବ। ଆଜି କୈାଣସି ବିବାଦୀୟ କ୍ଷେତ୍ରରେ ବେଶି ସମୟ ରହିବା ଠିକ୍‌ ହେବନାହିଁ।
କନ୍ୟା
ବନ୍ଧୁମିଳନ ସହ ସଭାସମିତିରେ ବିଶିଷ୍ଟ ବ୍ୟକ୍ତିଙ୍କ ଅନ୍ତରଙ୍ଗ ଆଳାପ ମନକୁ ଆମୋଦିତ କରିବ। ବିଭିନ୍ନ କାର୍ଯ୍ୟବ୍ୟସ୍ତତା ମଧ୍ୟରେ ମାନସିକ ସ୍ଥିତି ବିଶେଷ ଭଲ ରହି ନ ପାରେ। ପୂର୍ବରାଗକୁ ଶୁଝାଇବାକୁ ଯାଇ ଆମତ୍ୀୟ ଶତ୍ରୁତା କରିପାରନ୍ତି। ନିଜ ପରିସରର ବ୍ୟକ୍ତିମାନଙ୍କ ସାହାଯ୍ୟକ୍ରମେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
ତୁଳା
ତୁଳା
ସ୍ବାସ୍ଥ୍ୟ ଭଲ ରହିବା ସହ ଅନ୍ୟମାନଙ୍କ ଦୃଷ୍ଟିରେ ଭାବମୂର୍ତ୍ତି ଅକ୍ଷୁଣ୍ଣ ରହିବ। ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ମାନସିକ ଅବସ୍ଥା ସେତେ ଭଲ ରହି ନ ପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ଘର କଥାନେଇ ସ୍ବାମୀଙ୍କ ସହ ଆଲୋଚନା କରି କାମ କଲେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇପାରିବ।
ବିଛା
ବିଛା
ସ୍ବାସ୍ଥ୍ୟ ଠିକ୍‌ ରହିଲେ ମଧ୍ୟ କାମଗୁଡ଼ିକ ବିଶୃଙ୍ଖଳିତ ଅବସ୍ଥାରେ ରହିବ। ବନ୍ଧୁଙ୍କ ରୁକ୍ଷ ବ୍ୟବହାର ଓ ଅସମ୍ମାନଜନକ କଥା ମନକୁ ବେଶି ବାଧିବ। ପାରିବାରିକ ସ୍ତରରେ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ପରିସ୍ଥିତିକୁ ଦେଖି ଜାଣିଶୁଣି ସବୁ କଥାରେ ନୀରବ ରହିବାକୁ ପଡ଼ିବ।
ଧନୁ
ଧନୁ
ଆଜି କଳା,ସାହିତ୍ୟ, ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ଆର୍ଥିକ ଦୁରବସ୍ଥା ସାମୟିକ ଭାବରେ କାର୍ଯ୍ୟଧାରାର ଗତିରୋଧ କରିବାର ଆଶଙ୍କା ଦେଖାଦେଇପାରେ। ପଡ଼ୋଶୀ ଆପଣଙ୍କ ସାହାଯ୍ୟ ସକାଶେ ଅନୁରୋଧ କରିପାରନ୍ତି। ନିଜର ପ୍ରିୟଜନଙ୍କ ସାନ୍ନିଧ୍ୟ ଲାଭକରି ଏକପ୍ରକାର ଖୁସି ଅନୁଭବ କରିବେ।
ମକର
ମକର
ଆଗାମୀ ଆନୁଷ୍ଠାନିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବାକୁ ମନସ୍ଥ କରିପାରନ୍ତି। ଜଣେ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇପାରନ୍ତି। କଳା, ସାହିତ୍ୟ, ସଙ୍ଗୀତରେ ଉନ୍ନତି କରିବେ।
କୁମ୍ଭ
କୁମ୍ଭ
କୈାଣସି ବନ୍ଧୁଙ୍କ ସହାୟତାରେ ପ୍ର୍ରିୟ ବନ୍ଧୁଟି ସହ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ଘରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ପରୋକ୍ଷ ଶତ୍ରୁତା ହେତୁ କାମଗୁଡିକ ଶୃଙ୍ଖଳିତ ହେବାର ଆଶା କ୍ରମଶଃ ମଉଳିଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ପ୍ର୍ରତିବନ୍ଧକ ଦୂରେଇଯିବ।
ମୀନମୀନ
ପରିବାରରେ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ, ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। ଜମିଜମା କାରବାର, ଗୃହ ନିର୍ମାଣ, ବ୍ୟବସାୟ କ୍ଷେତ୍ର ଗତାନୁଗତିକ ରୀତିରେ ଗଡ଼ିଚାଲିବ। ଆଲୋଚନା ସମୟରେ ବନ୍ଧୁଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ରହିପାରନ୍ତି। କର୍ମକ୍ଷେତ୍ର ପୂର୍ବବତ୍‌ ଚାଲୁରହିବ ଏବଂ ବିଶେଷ ଅସୁବିଧା ରହିବ ନାହିଁ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri