Posted inRasifala

ରାଶିଫଳ: ଶନିବାର, ମେ ୭ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର ସ୍ବଗୃହରେ ଅବସ୍ଥାନ କରୁଥିବାରୁ ପାରିବାରିକ ଓ କର୍ମକ୍ଷେତ୍ର ସମସ୍ୟା ମୁକ୍ତ ରହିବ। ଯାତ୍ରା, ବ୍ୟବସାୟ, ବାଣିଜ୍ୟ, ପରିବହନ, ସଂଗଠନ, ରାଜନୀତି ପାଇଁ ବହୁତ ଭଲ। ଖର୍ଚ୍ଚ ରୋକିବା ପାଇଁ ଚେଷ୍ଟିତ ହେବେ, କିନ୍ତୁ ପାରିବେ ନାହିଁ । କ୍ରୀଡ଼ା, କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ।
ବୃଷ
ବୃଷ
ଭାଗ୍ୟସ୍ଥାନ ପ୍ରତି ଚନ୍ଦ୍ରଙ୍କ ଦୃଷ୍ଟି ଯୋଗୁ ଯେଉଁଥିରେ ହାତ ଦେବେ ସବୁ କିଛି ସହଜ ଓ ସୁବିଧାରେ ସମ୍ପନ୍ନ ହେବ। ସାମୂହିକ କାମରେ ବନ୍ଧୁଙ୍କ ପ୍ରଶଂସା ଆପଣଙ୍କୁ ଭାବବିଭୋର କରାଇବ । ରାହୁ ଓ ବୁଧ ବ୍ୟୟଭାବସ୍ଥ କାରଣରୁ ପିଲାଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିବେ। ଅବୁଝା ବ୍ୟକ୍ତିଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଇ କାମ ହାସଲ କରିବାକୁ ପଡ଼ିପାରେ।
ମିଥୁନ
ମିଥୁନ
ଅର୍ଥନୈତିକ ଅଭିବୃଦ୍ଧି ସହ ବୈଷୟିକ ସୁଖସମୃଦ୍ଧି ଜୀବନଯାତ୍ରାକୁ ସାବଲୀଳ କରାଇବ। ଟିକିଏ ହସ ମିଶ୍ରିତ ମଧୁର କଥା ସକାଶେ ଲକ୍ଷ୍ୟହୀନ ଭ୍ରମଣ ମଧ୍ୟ କରିପାରନ୍ତି। ଦେବଗୁରୁଙ୍କ କୃପାରୁ ସଭା ସମିତିରେ ବୁଦ୍ଧିଜୀବୀଙ୍କ ଦ୍ୱାରା ସମ୍ମାନିତ ହେବେ। ଦୀର୍ଘ ଦିନର ଶତ୍ରୁତା ବିବାଦର କାରଣ ହୋଇପାରେ ।
କର୍କଟ
କର୍କଟ
ସ୍ବରାଶିସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଶାନ୍ତି ପରିସ୍ଥିତି ଅନୁଯାୟୀ ଅନୁଭୂତ ହେବ। କର୍ମକ୍ଷେତ୍ରରେ ସ୍ବଇଚ୍ଛାରେ ନିଜ ମୁଣ୍ଡ ଉପରକୁ ଦାୟିତ୍ୱ ନେଇ ପଶ୍ଚାତ୍ତାପ କରିବାକୁ ପଡ଼ିପାରେ। ଦୂରଯାତ୍ରାରେ ଫେରିବା ବାଟରୁ ମୂଲ୍ୟବାନ ଦ୍ରବ୍ୟ ଆଣିପାରନ୍ତି। ଅଶ୍ଳେଷା ନକ୍ଷତ୍ରର ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯିବାର ସୂଚନା ରହିଛି ।
ସି˚ହ
ସି˚ହ
ରାହୁଙ୍କ ଦ୍ୱାରା କବଳିତ ରବି ଆପଣଙ୍କ ଦୈହିକ ଅସୁସ୍ଥତା ସାଙ୍ଗକୁ ପଦସ୍ଥବ୍ୟକ୍ତିଙ୍କ ସହ ବିବାଦ ସୃଷ୍ଟି କରିବ। ଶୁକ୍ର ଅଷ୍ଟମ ସ୍ଥାନରେ ଅବସ୍ଥାନ କରୁଥିବାରୁ କାମରେ ମଧ୍ୟ ଉତ୍ସାହିତ ହୋଇପାରିବେ ନାହିଁ । ବିରୁଦ୍ଧାଚରଣ କରୁଥିବା ବ୍ୟକ୍ତିଟି ଦୋଷାରୋପ କରି ସମସ୍ୟାକୁ ବଢ଼ାଇ ଦେଇପାରନ୍ତି।
କନ୍ୟା
ଆଜି ବନ୍ଧୁଙ୍କ ଗହଣରେ ସମୟ କଟାଇବେ କିନ୍ତୁ ଶେଷ ପର୍ଯ୍ୟାୟରେ ସମ୍ପର୍କହାନି ଘଟିବ। କର୍ମକ୍ଷେତ୍ରରେ ଚାଲାକ୍‌ କାମ କରି ନୂତନ ସମସ୍ୟାକୁ ମଧ୍ୟ ସୁଧାରି ନେବେ। ପୁରୁଣା ଗାଡ଼ିଟି ବିକ୍ରି ହୋଇଯିବା ହେତୁ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇପାରନ୍ତି । ଅପେକ୍ଷା କରିବାକୁ କହିଥିଲେ ମଧ୍ୟ ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହେବେ।
ତୁଳା
ତୁଳା
ଅସୁବିଧାକୁ ପ୍ରକାଶ ନ କରି ମନ ଭିତରେ ବାନ୍ଧି ରଖିଲେ ମାନସିକ କଷ୍ଟ ପାଇବେ। ଘର କାମରେ ମନ ଲାଗିବ ନାହିଁ । ଛୋଟ ଛୋଟ କଥାକୁ ନେଇ କଳହ ଲାଗିବ। ଅବଶ୍ୟ ରାଜନୈତିକ ସ୍ଥିତି ଓ ଆନୁଷ୍ଠାନିକ କାମରେ ପ୍ରଗତି ହେତୁ ଖୁସି ରହିବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିଯିବ କିନ୍ତୁ ନିଜ ପରିସରରେ ପ୍ରତିଷ୍ଠିତ ହେବେ।
ବିଛା
ବିଛା
ଭାବାତ୍ମକ ବାତାବରଣର ଚନ୍ଦ୍ର ଚିନ୍ତାଶୀଳ ମାନସିକତା ସାଙ୍ଗକୁ ପ୍ରଗତିର ପଥରୋଧକ ହେବ। ସମ୍ପର୍କୀୟଙ୍କ ଭଲ କରିବାକୁ ଯାଇ ନିଜେହିଁ କ୍ଷତିରେ ପଡ଼ିବେ। ବର୍ତ୍ତମାନ ପରିସ୍ଥିତିରେ ଅନ୍ୟମାନଙ୍କ ସହ ସାଲିସ କରି ଚଳିବା ଠିକ୍‌ ହେବ। ପାରିବାରିକ ଜୀବନ ସୁଖରେ କଟିବା ସହ ବୌଦ୍ଧିକ ବିକାଶରୁ ବୁଦ୍ଧିଜୀବୀଙ୍କ ପ୍ରଶଂସାଭାଜନ ହେବେ ।
ଧନୁ
ଧନୁ
ମାନସିକ ଅସ୍ଥିରତା କିମ୍ବା ଅସାବଧାନତା କାରଣରୁ ସମସ୍ୟାଗ୍ରସ୍ତ ହୋଇପାରନ୍ତି। ତଥାପି ବ୍ୟସ୍ତ ନ ହୋଇ ଆକସ୍ମିକ ପରିସ୍ଥିତିର ମୁକାବିଲା କରିପାରିଲେ, ଅବଶ୍ୟ ଉପକୃତ ହେବେ। ସ୍ବାର୍ଥ ସାଧନ ପରିପ୍ରେକ୍ଷୀରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ ହେବ।
ମକର
ମକର
ସପ୍ତମଭାବର ଶୁଭପ୍ରଭାବରୁ ପ୍ରତିବନ୍ଧକକୁ ସାମ୍‌୍‌ନା କରି ଆଶା ପୂରଣରେ ସଫଳ ହେବେ। ସତ୍‌ସଙ୍ଗ, ସଭାସମିତିରେ ବକ୍ତୃତା, ପ୍ରବଚନ, ଆନୁଷ୍ଠାନିକ କାମରେ ସଫଳତା ପାଇବେ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ । ଆଜିର ଯାତ୍ରାରେ ନିକଟ ସମ୍ପର୍କୀୟ କିମ୍ବା ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ।
କୁମ୍ଭ
କୁମ୍ଭ
ଶତ୍ରୁତା କରୁଥିବା ଈର୍ଷାପରାୟଣ ବ୍ୟକ୍ତିମାନଙ୍କ ପ୍ରତି ସତର୍କ ରହିବା ଭଲ ହେବ। ପରିସ୍ଥିତିର ତାଡନାରେ ଜନଗହଳିପୂର୍ଣ୍ଣ ପରିବେଶରେ ସାଧାରଣ କଥାରେ ପାଟିତୁଣ୍ଡ ହୋଇପାରେ। ପଡ଼ୋଶୀଙ୍କଠାରୁ ଦୂରାଗତ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ।
ମୀନମୀନ
ବନ୍ଧୁଙ୍କ ନିମନ୍ତ୍ରଣ ପାଇ ହଠାତ୍‌ ଜରୁରୀ କାମରେ ବାହାରକୁ ଯିବାକୁ ପଡ଼ିପାରେ। ଆଲୋଚନା ସମାଲୋଚନା, ବିତର୍କ, ପ୍ରଶାସନ, ରାଜନୀତି, ସଂଗଠନ କ୍ଷେତ୍ରରୁ ସୁଫଳ ମିଳିବ। ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ଦେଖାଦେଇପାରେ। ଘରର ବରାଦ ଅନୁଶାରେ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri