Posted inRasifala

ରାଶିଫଳ: ରବିବାର, ନଭେମ୍ବର ୭ ତାରିଖ – Daily Horoscope

ମେଷ
ଆଜିର କର୍ମକ୍ଷେତ୍ରରେ ଗରମ ମିଜାଜରେ କାମ କରିବାକୁ ପଡ଼ିବ। ସହକର୍ମୀଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ। ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ପୂର୍ବରାଗକୁ ସ୍ମରଣ କରି ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି। ସନ୍ତାନହେତୁକ ଚିନ୍ତା ଟଳିବ।
ବୃଷ
ବୃଷ
ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ସନ୍ତାନଙ୍କ ଗୌରବରେ ଗୌରବାନ୍ବିତ ହୋଇପାରନ୍ତି। ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ସାବଧାନତା ଅବଲମ୍ବନ କରିବା ଭଲ। ଯାତ୍ରା ସମୟରେ ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ଦୂରଯାତ୍ରା ପାଇଁ ସୁଯୋଗ ଆସିପାରେ।
ମିଥୁନ
ମିଥୁନ
ଗତକାଲିର ଅଟକି ରହିଥିବା କାମକୁ ଆଜି ପୂର୍ଣ୍ଣାଙ୍ଗ କରିପାରିବେ। ବିବାଦୀୟ ଘଟଣାକୁ ନେଇ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ। ଆନୁଷ୍ଠାନିକ କାମରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରୁ ଅର୍ଥ ଓ ସମ୍ମାନ ଲାଭ କରି ଉତ୍‌ଫୁଲ୍ଲିତ ହେବା ସାଙ୍ଗକୁ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିପାରନ୍ତି। ଗୁରୁଜନଙ୍କ ପରାମର୍ଶରେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ। ପୁଷ୍ୟା ନକ୍ଷତ୍ର କିନ୍ତୁ ସଙ୍ଗଦୋଷ ପାଇଁ ସମାଲୋଚିତ ହୋଇପାରନ୍ତି।
ସି˚ହ
ସି˚ହ
ଆଜି ଦିନଟିରେ ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ। ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ।
କନ୍ୟା
ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ସୁଯୋଗର ସଦ୍‌ ବ୍ୟବହାର କରିପାରିବେ ନାହିଁ। ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ପୁରାତନ ଜିନିଷ ବିକ୍ରୟ କରି ଅର୍ଥ ପାଇବେ ଓ କାମଟି ବିଳମ୍ବରେ ହେବ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଅଭିଳଷିତ ଇଚ୍ଛା ପୂର୍ଣ୍ଣ ହେବ।
ତୁଳା
ତୁଳା
ସାଧାରଣ କଥାକୁ କେନ୍ଦ୍ର କରି ଗୃହରେ କଳହ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ତର୍କବିତର୍କ କାରଣରୁ ସାୟାହ୍ନେ ମନ ଭଲ ରହିବ ନାହିଁ। ଆଜିର ଫେରନ୍ତା ରାସ୍ଥାରେ ମିତ୍ରତାର ବନ୍ଧନରେ ଆବଦ୍ଧ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ।
ବିଛା
ବିଛା
ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି, ଆପଣଙ୍କ ସକାଶେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ସମସ୍ୟା ଜଡ଼ିତ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଯୋଗୁ ବିପଦ ମୁକ୍ତ ହୋଇପାରନ୍ତି। ଉଚ୍ଚବର୍ଗଙ୍କ ସହାୟତା ପାଇ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ। ମିତ୍ର ବନ୍ଧୁମାନେ ଆବଶ୍ୟକୀୟ ସହଯୋଗ କରିବେ।
ଧନୁ
ଧନୁ
ବିଶେଷ କିଛି ଅସୁବିଧା ନ ଥିଲେ ମଧ୍ୟ ସ୍ବାସ୍ଥ୍ୟ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ। ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀଙ୍କ ସହଯୋଗ ପାଇ କାମ ହାସଲରେ ସମର୍ଥ ହେବେ। ମୂଳା ନକ୍ଷତ୍ରର ସମସ୍ୟା ଲାଗି ରହିବା କାରଣରୁ ସହଜରେ କାମ ହାସଲ କଷ୍ଟକର ହେବ। ଆର୍ଥିକ ସ୍ଥିତି ଭଲ ଥିଲେ ମଧ୍ୟ ଅବହେଳାରୁ ଅନ୍ୟ ବାଟରେ ବ୍ୟୟ ହେବ।
ମକର
ମକର
ଗତକାଲିର ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। ସଭା ସମିତି, ସଙ୍ଗଠନ ଓ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯିବାର ଅନୁଭବ କରିବେ। ସ୍ନାୟବିକ ଦୁର୍ବଳତା ଦେଖାଦେଇପାରେ। ଫଳରେ କେତେକ କାମ ଅଧୁରା ରହିଯିବ।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାରର ପାରିବାରିକ ବିଷୟକୁ ନେଇ ମନ ଭାରାକ୍ରାନ୍ତ ରହିବ। ଶିକ୍ଷାକ୍ଷେତ୍ର, ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଅଭାବ ପୂରଣ ଦିଗରେ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ମାଲିମକଦ୍ଦମା ବିଷୟ ସମାଧାନ ଆଶା।
ମୀନମୀନ
ବନ୍ଧୁମାନଙ୍କ ସାହାଯ୍ୟ ହେତୁ ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ। କିନ୍ତୁ ପୂର୍ବ ଭାଦ୍ରବ ନକ୍ଷତ୍ର ସକାଶେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ହଠାତ୍‌ କାହାର ସମାଲୋଚନାତ୍ମକ କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri