Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ
କର୍ମଜଞ୍ଜାଳ ବୃଦ୍ଧି କାରଣରୁ ମାନସିକ ଅସ୍ଥିରତା ଭିତରେ ଆଜି ଦିନଟି କଟାଇବାକୁ ପଡିପାରେ । ଅବଶ୍ୟ କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବାକୁ ନିଷ୍ପତ୍ତି ନେବେ। ଭୁଲ୍‌ ବୁଝାମଣାଜନିତ ବିନା କାରଣରେ ମଧ୍ୟ ଅଶାନ୍ତି, କଳହର ସୂତ୍ରପାତ ହୋଇପାରେ। ସାହିତ୍ୟ, ସାମ୍ବାଦିକତା, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ।
ବୃଷ
ବୃଷ
ନିଜ ଲୋକଙ୍କ ବିରୋଧ ସଙ୍ଗକୁ ବିଭିନ୍ନ ଅଭାବ, ଅସୁବିଧାର ସାମନା କରିବେ। ଅନ୍ୟମାନଙ୍କୁ ଯେତେ ଭଲରେ ରଖିବାକୁ ଚେଷ୍ଟା କଲେ ମଧ୍ୟ ସମୟ ଓ ପରିସ୍ଥିତି ସବୁକିଛି ବିଗାଡି ଦେବ। ଅଫିସରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। କିଛି ମୂଲ୍ୟବାନ ଜିନିଷ କିଣିବା କାରଣରୁ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ।
ମିଥୁନ
ମିଥୁନ
ଅର୍ଥ ସଂକଟ ଲାଗି ରହିଥିଲେ ମଧ୍ୟ ଆବଶ୍ୟକ ସମୟରେ ତାହା ପୂରଣ ହୋଇଯିବ । ପରିସ୍ଥିତିର ବିଷମତା କାରଣରୁ ବୟସ୍କମାନେ ସାହାଯ୍ୟ ପୂର୍ବକ ସହାନୁଭୂତି ପ୍ରକାଶ କରିବେ। ସନ୍ଦେହଜନିତ କାରଣରୁ ବନ୍ଧୁଙ୍କ ସହ ସାଧାରଣ କଥାବାର୍ତ୍ତାରୁ କଳହ ଲାଗିପାରେ। ଜମିଜମା କିମ୍ବା ଚୁକ୍ତିପତ୍ର ସକାଶେ ଆଲୋଚନା କରିପାରନ୍ତି।
କର୍କଟ
କର୍କଟ
ପରିସ୍ଥିତି ଅସୁବିଧା ଭଳି ମନେହେଲେ ମଧ୍ୟ ପରକ୍ଷଣରେ ବହୁତ ସୁବିଧା ଉପଭୋଗ କରିବେ। ଯେତେ ଦୁଃଖ ମନରେ ଭରି ରହିଥିଲେ ମଧ୍ୟ କାମରେ ହେଳା କରି ପାରିବେ ନାହିଁ। କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ବନ୍ଧୁଙ୍କୁ ସାହାଯ୍ୟ ଭିକ୍ଷା କରିବାକୁ ପଡିପାରେ । ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ସୁଫଳ ପାଇବେ ।
ସି˚ହ
ସି˚ହ
ଆପଣଙ୍କ ସ୍ପଷ୍ଟବାଦିତାକୁ ବନ୍ଧୁମାନେ ପ୍ରଶଂସା କରିବେ। ପାରିବାରିକ ବିଷମତା ନେଇ ଚିନ୍ତିତ ରହିପାରନ୍ତି। ବ୍ୟବସାୟରେ ବିଭିନ୍ନ ପ୍ରତିବନ୍ଧକ ଦେଖାଦେବ। ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ସଭାସମିତିରେ ସମର୍ଥନ, କିମ୍ବା ଅନୁଷ୍ଟାନିକ କାମରେ ସହଯୋଗ କାରଣରୁ ପ୍ରଶଂସିତ ହେବେ।
କନ୍ୟା
ଅଟକି ରହିଥିବା କାମକୁ ପୂରାଦମରେ କରିଲେ ମଧ୍ୟ ନିର୍ଦ୍ଦିଷ୍ଟ ସମୟରେ ସମ୍ପନ୍ନ କରିପାରିବେ ନାହିଁ । ଦୀର୍ଘ ଦିନରୁ ସାଧାରଣ କଥାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ। ସାଂଗଠନିକ କ୍ଷେତ୍ରରେ ନୂତନ ଦିଗଦର୍ଶନ ଦେଇ ଲୋକମାନଙ୍କ ପ୍ରିୟ ଭାଜନ ହେବେ। ଜମିଜମା କ୍ଷେତ୍ରରେ କିଛିଟା ସମସ୍ୟାର ସମ୍ମୁଖୀନ ହୋଇ ପାରନ୍ତି।
ତୁଳା
ତୁଳା
ଶାରୀରିକ ସୁସ୍ଥତା ଅକ୍ଷୂଣ୍ଣ ରହିଲେ ମଧ୍ୟ ମାନସିକ ସୁସ୍ଥତା ରହିବ ନାହିଁ । ବାରମ୍ବାର ସରକାରୀ କାମରେ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପାନ ମସଲା, ତେଜରାତି ଦୋକାନ, ହୋଟେଲ ଓ ଷ୍ଟେସନାରୀ ବ୍ୟବସାୟ ଭଲ ରହିବ। ସଭାସମିତି, ରାଜନୀତି ଓ ପ୍ରଶାସନିକ କ୍ଷେତ୍ରରେ ଅସ୍ଥିରତା ଲାଗି ରହିବ।
ବିଛା
ବିଛା
କୌଣସି ଅଭାବ ଅସୁବିଧା ନ ଥିଲେ ମଧ୍ୟ ବେକାର କଥାରେ ମନ ଅଶାନ୍ତ ରହିବ। କେତେକ ବ୍ୟକ୍ତି ପଛରେ ଗାଳିମନ୍ଦ ପୂର୍ବକ ବିଭିନ୍ନ ପ୍ରକାର ଅଶାଳୀନ ମନ୍ତବ୍ୟ ପ୍ରଦାନ କରିପାରନ୍ତି। ଆମତ୍ୀୟ ମାନେ ପରୋକ୍ଷ ଭାବରେ ବିରୁଦ୍ଧାଚରଣ କରିବାର ସମ୍ଭାବନା ରହିଛି। ଯାହା ନିକଟ ଅତୀତରେ ଯାହା ଭାବୁଥିଲେ ତାହାର ସତ୍ୟତା ଆଜିହଁ ଅନୁଭବ କରିବେ ।
ଧନୁ
ଧନୁ
ଆଜି ଅଯଥା ଖର୍ଚ୍ଚାନ୍ତ ହେବେ। ଘରେ ଅଶାନ୍ତିର ବାତାବରଣ ସହ ପରିବହନରେ ଝଗଡା ଏବଂ କର୍ମକ୍ଷେତ୍ରରେ ଉତେଜନା ଦେଖାଦେଇପାରେ। କୌଣସି ବନ୍ଧୁଙ୍କ କଥା ରକ୍ଷା କରିବାକୁ ଯାଇ ନିଜ କାମ କରି ଫେରି ପାରନ୍ତି। ଆନୁଷ୍ଟାନିକ କାମ, କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଙ୍ଗୀତ କ୍ଷେତ୍ରରୁ ଉପଯୁକ୍ତ ଭାବେ ସମ୍ମାନିତ ହେବେ।
ମକର
ମକର
ବିଳମ୍ବିତ ସମୟରେ ଅଭିଳାଷ ପୂରଣ ହେବ ତଥାପି ମନରେ ବିଭିନ୍ନ ପ୍ରକାରର ଦୁର୍ଭାବନା ସ୍ଥାନ ପାଇବ। ବନ୍ଧୁଙ୍କ ସାହାଯ୍ୟରେ ପାରିବାରିିକ ସମସ୍ୟାର ସରଳ ସମାଧାନ କରିବେ। ରୋଗ ଶଯ୍ୟାରେ ପଡିଥିବା ନିକଟ ସମ୍ପର୍କୀୟଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବ। ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଘର କାମ ଛାଡି ଉପରିସ୍ଥଙ୍କ ନିର୍ଦ୍ଦେଶରେ କାମ କରିବାକୁ ବାଧ୍ୟ ହେବେ। ଅସାବଧାନତାବଶତଃ କୌଣସି ଦବ୍ର୍ୟ ନଷ୍ଟ ହୋଇପାରେ। ସାମାଜିକ ସ୍ତରରେ ଅନ୍ୟଦ୍ୱାରା ପ୍ରଭାବିତ ହୋଇ କୈାଣସି ଅପ୍ରିତିକର ପରିସ୍ଥିତିର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟିକ ଦିଗରୁ ଦିନଟି ଭଲ କିନ୍ତୁ ସମ୍ପୂର୍ଣ୍ଣ ସନ୍ତୋଷଜନକ ହେବନାହିଁ।
ମୀନମୀନ
ଯୋଜନାନୁଯାୟୀ କାର୍ଯ୍ୟ କରିବେ ହେଲେ ପ୍ରତିବନ୍ଧକର ସାମନା କରିବେ। ପଡୋଶୀ ଇର୍ଷାମନୋଭାବ ପୋଷଣ କରି ସମାଲୋଚନା କରପାରନ୍ତି । ସ୍ବାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନକଲେ ଚିନ୍ତା କରିବାକୁ ପଡିପାରେ । ସାହିତ୍ୟ ଚର୍ଚ୍ଚା, ଶାସ୍ତ୍ରାଲୋଚନା, ସତ୍‌ସଙ୍ଗ, ଆଧ୍ୟାମତ୍ିକ ଚିନ୍ତନ, କ୍ଷେତ୍ରରେ ସହଯୋଗ ଲାଭ କରି ଖୁସି ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜୁଲାଇ ୩୧ ତାରିଖ – Daily Horoscope

ମେଷ ପରିବାରରେ ଅଯଥା ସନ୍ଦେହ ଓ ଭୁଲ୍‍ ବୁଝାମଣାଜନିତ ମତପାର୍ଥକ୍ୟର ଆଶଙ୍କା ରହିଛି। ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ପାଇଁ ମନ ଛଟପଟ ହୋଇପାରେ। କର୍ମକ୍ଷେତ୍ରରେ ସୁସମ୍ପର୍କ ଅଭାବରୁ…

ରାଶିଫଳ: ଗୁରୁବାର, ଜୁଲାଇ ୩୦ ତାରିଖ – Daily Horoscope

ମେଷ ଆଜିର ଗ୍ରହଯୋଗ ଆପଣଙ୍କୁ ଅର୍ଥ,ବିଳାସବ୍ୟସନ, ସନ୍ତାନସୁଖ,ନୂତନମୈତ୍ରୀ ସୃଷ୍ଟିକରି ମୁହଁରେ ହସ ଫୁଟାଇବେ। ସାମାନ୍ୟ କଥାରୁ ପାରିବାରିକ ସମସ୍ୟା ଦେଖାଦେଇପାରେ। ଶନି ପ୍ରଭାବରୁ ବିଭିନ୍ନ ଝାମେଲା ମଧ୍ୟରେ…

ରାଶିଫଳ: ବୁଧବାର, ଜୁଲାଇ ୨୯ ତାରିଖ – Daily Horoscope

ମେଷ ବିଭିନ୍ନ ସମସ୍ୟା ମଧ୍ୟରେ କର୍ମକ୍ଷେତ୍ରରେ ଅସ୍ଥିରତା ଲାଗିରହିବ। ପାରିବାରିକ କ୍ଷେତ୍ରରେ ମତାନ୍ତର ଓ ବିତର୍କ ଜନିତ ଅଶାନ୍ତ ପରିସ୍ଥିତିର ଆଶଙ୍କା ଦେଖାଦେବ। ନିଜ ପରିସରର ଭଦ୍ରବ୍ୟକ୍ତିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri