Posted inRasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଦେଖାଦେବାରୁ କିଛିଟା ଦ୍ୱନ୍ଦ୍ୱ ଓ ଆଶଙ୍କା ମଧ୍ୟରେ ମନ ହଲଚଲ ହୋଇପାରେ। କିଛି ସହାନୁଭୂତିମୂଳକ ଆଲୋଚନା ଓ ସମାଲୋଚନା ଭିତରେ ପରିବାରରେ ଶାନ୍ତି ଫେରି ଆସିବ। ଦ୍ରବ୍ୟନଷ୍ଟ ହୋଇପାରେ ଅତଏବ, ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ। ଆନୁଷ୍ଠାନିକ କାର୍ଯ୍ୟ ସକାଶେ ତପତ୍ରତା ବୃଦ୍ଧିପାଇବ।
ବୃଷ
ବୃଷ
ଦକ୍ଷତା ସାଙ୍ଗକୁ କୃତି ଓ କୃତିତ୍ୱ କାରଣରୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଅର୍ଥ ସମ୍ପର୍କିତ କେତେକ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ପ୍ରଶାସନ, ଆଇନ, କଳା, ସାହିତ୍ୟ ତଥା ବ୍ୟବସାୟିକ କ୍ଷେତ୍ର ମନ୍ଦ ହେବନାହିଁ। ବନ୍ଧୁଙ୍କ ଦ୍ୱାରା କାମ ହାସଲ କରାଇନେବେ।
ମିଥୁନ
ମିଥୁନ
ଆଜି ଟଙ୍କାପଇସା କିମ୍ବା ଦରକାରୀ କାଗଜପତ୍ର ନ ପାଇ ବ୍ୟସ୍ତ ହେବେ। ସମସ୍ୟା ବଢ଼ିଚାଲିଥିବାରୁ କର୍ମକ୍ଷେତ୍ରରେ ବ୍ୟସ୍ତତା ବୃଦ୍ଧି ପାଇବ। ପରିବହନ, ବ୍ୟବସାୟ, ସଭାସମିତି, ଜମିଜମା ଦିଗରେ ଅସୁବିଧା ହେବନାହିଁ। ପିଲାଙ୍କ କଥା ନେଇ ଉନ୍ନତ ମାନର ଫଳ ପାଇବେ। ଜଣେ ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ।
କର୍କଟ
କର୍କଟ
ଆଜି କୌଣସି କ୍ଷେତ୍ରରେ ମଧ୍ୟ ଠିକ୍‌ ନିଷ୍ପତ୍ତି ଆପଣ ନେଇପାରିବେ ନାହିଁ। ପରିବାର ଲୋକମାନଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ସାମାଜିକ ସ୍ତରରେ ବହୁଦିଗରୁ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ବିଶେଷ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେବା ସୂଚନା ରହିଛି ।
ସି˚ହ
ସି˚ହ
ଯେତେ ଖୁସିରେ ରହିବାକୁ ଚାହିଁଲେ ମଧ୍ୟ ଆଜିର ପରିସ୍ଥିତି ଓ ରହୁଥିବା ପରିବେଶ ତାହା କରାଇ ଦେବନାହିଁ। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ବିଳମ୍ବରେ ପାଇଯିବେ। କର୍ମକ୍ଷେତ୍ରରେ ବାଧା ଉପୁଜିବ ତଥାପି ବ୍ୟସ୍ତ ହୁଅନ୍ତୁ ନାହିଁ, କାମ ଅଟକିବ ନାହିଁ। ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
କନ୍ୟା
ଆଜି ଦିନରେ ଯାହା କରିବେ ଭାବିଚିନ୍ତି ନ କଲେ ପରିସ୍ଥିତି ବିଗିଡ଼ିଯାଇପାରେ। ବହୁ ଚେଷ୍ଟା ପରେ ଋଣ ସୂତ୍ରରେ ଅର୍ଥ ପାଇବା ସକାଶେ ବନ୍ଧୁଙ୍କୁ ମନେଇ ପାରନ୍ତି। ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆଗରେ ନ ହେଲେ ମଧ୍ୟ ପଛରେ ବିଭିନ୍ନ ପ୍ରକାର ସମାଲୋଚନାମୂଳକ ମନ୍ତବ୍ୟ ଦେବେ।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ଆଳସ୍ୟ ଓ ଅବହେଳା ସାଙ୍ଗକୁ କାଳକ୍ଷେପଣ ନୀତି ହେତୁ ମନରେ ସରସତା ରହିବ ନାହିଁ। କାମରେ ମନଦେଇ କାମଟିକୁ ପୂରା ନ କରିବା ଯାଏଁ ଛାଡ଼ିବେ ନାହିଁ। ନିଜର ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।
ବିଛା
ବିଛା
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିବ। ଆର୍ଥିକ ଅଭିବୃଦ୍ଧି ସାଙ୍ଗକୁ କର୍ମଜଞ୍ଜାଳ ମଧ୍ୟ ବୃଦ୍ଧି ପାଇବ। ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ଆପଣ ବିଜୟୀ ହେବେ । ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
ପରିସ୍ଥିତି ବଦଳିଯିବ ଏବଂ ପ୍ରତ୍ୟେକ କ୍ଷେତ୍ରରେ ସ୍ବଚିନ୍ତାଧାରା ଅନୁଯାୟୀ କାମ ହାସଲରେ ସମର୍ଥ ହେବେ। ପିଲାଙ୍କ ବିବାହ ସମ୍ପର୍କିତ ନୂତନ ବନ୍ଧୁ ପ୍ରସ୍ତାବ ପାଇଁ ଯୋଗାଯୋଗ କରି କୃତକାର୍ଯ୍ୟ ହେବେ। ହାତକୁ ନେଇଥିବା କେତେକ ଉନ୍ନୟନ କାମ ବାଧାପ୍ରାପ୍ତ ହୋଇପାରେ। ଶାରୀରିକ ସୁସ୍ଥତା ଫେରିବା କାରଣରୁ ମାନସିକ ଶାନ୍ତି ମିଳିବ।
ମକର
ମକର
ଭୁଲ୍‌ ବୁଝାମଣା ନେଇ ବନ୍ଧୁ କିମ୍ବା ସହକର୍ମୀ ମାନଙ୍କ ସହ ତିକ୍ତତା ଦେଖାଦେଇପାରେ। ବାଣିଜ୍ୟ, ବ୍ୟବସାୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ।
କୁମ୍ଭ
କୁମ୍ଭ
ନିଜ ଲୋକଙ୍କ କାର୍ଯ୍ୟକଳାପ ନେଇ ବ୍ୟସ୍ତ ହୋଇପାରନ୍ତି। ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆରମ୍ଭ କରିବାକୁ ଥିବା କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ। ଜମିଜମା, ଯାନ୍ତ୍ରିକ ଜିନିଷ କିମ୍ବା ଧାତୁ ଅଳଙ୍କାର କ୍ରୟବିକ୍ରୟ ପାଇଁ ଚିନ୍ତା କରିବେ।
ମୀନମୀନ
ଚେଷ୍ଟା କରୁଥିବା କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେବାରୁ ମନ ଖୁସିହୋଇଯିବ। ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ଆସିବା ସାଙ୍ଗକୁ ପ୍ରିୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri