Posted inRasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଦେଖାଦେବାରୁ କିଛିଟା ଦ୍ୱନ୍ଦ୍ୱ ଓ ଆଶଙ୍କା ମଧ୍ୟରେ ମନ ହଲଚଲ ହୋଇପାରେ। କିଛି ସହାନୁଭୂତିମୂଳକ ଆଲୋଚନା ଓ ସମାଲୋଚନା ଭିତରେ ପରିବାରରେ ଶାନ୍ତି ଫେରି ଆସିବ। ଦ୍ରବ୍ୟନଷ୍ଟ ହୋଇପାରେ ଅତଏବ, ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ। ଆନୁଷ୍ଠାନିକ କାର୍ଯ୍ୟ ସକାଶେ ତପତ୍ରତା ବୃଦ୍ଧିପାଇବ।
ବୃଷ
ବୃଷ
ଦକ୍ଷତା ସାଙ୍ଗକୁ କୃତି ଓ କୃତିତ୍ୱ କାରଣରୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଅର୍ଥ ସମ୍ପର୍କିତ କେତେକ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। ପ୍ରଶାସନ, ଆଇନ, କଳା, ସାହିତ୍ୟ ତଥା ବ୍ୟବସାୟିକ କ୍ଷେତ୍ର ମନ୍ଦ ହେବନାହିଁ। ବନ୍ଧୁଙ୍କ ଦ୍ୱାରା କାମ ହାସଲ କରାଇନେବେ।
ମିଥୁନ
ମିଥୁନ
ଆଜି ଟଙ୍କାପଇସା କିମ୍ବା ଦରକାରୀ କାଗଜପତ୍ର ନ ପାଇ ବ୍ୟସ୍ତ ହେବେ। ସମସ୍ୟା ବଢ଼ିଚାଲିଥିବାରୁ କର୍ମକ୍ଷେତ୍ରରେ ବ୍ୟସ୍ତତା ବୃଦ୍ଧି ପାଇବ। ପରିବହନ, ବ୍ୟବସାୟ, ସଭାସମିତି, ଜମିଜମା ଦିଗରେ ଅସୁବିଧା ହେବନାହିଁ। ପିଲାଙ୍କ କଥା ନେଇ ଉନ୍ନତ ମାନର ଫଳ ପାଇବେ। ଜଣେ ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ।
କର୍କଟ
କର୍କଟ
ଆଜି କୌଣସି କ୍ଷେତ୍ରରେ ମଧ୍ୟ ଠିକ୍‌ ନିଷ୍ପତ୍ତି ଆପଣ ନେଇପାରିବେ ନାହିଁ। ପରିବାର ଲୋକମାନଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ସାମାଜିକ ସ୍ତରରେ ବହୁଦିଗରୁ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ବିଶେଷ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେବା ସୂଚନା ରହିଛି ।
ସି˚ହ
ସି˚ହ
ଯେତେ ଖୁସିରେ ରହିବାକୁ ଚାହିଁଲେ ମଧ୍ୟ ଆଜିର ପରିସ୍ଥିତି ଓ ରହୁଥିବା ପରିବେଶ ତାହା କରାଇ ଦେବନାହିଁ। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ବିଳମ୍ବରେ ପାଇଯିବେ। କର୍ମକ୍ଷେତ୍ରରେ ବାଧା ଉପୁଜିବ ତଥାପି ବ୍ୟସ୍ତ ହୁଅନ୍ତୁ ନାହିଁ, କାମ ଅଟକିବ ନାହିଁ। ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ।
କନ୍ୟା
ଆଜି ଦିନରେ ଯାହା କରିବେ ଭାବିଚିନ୍ତି ନ କଲେ ପରିସ୍ଥିତି ବିଗିଡ଼ିଯାଇପାରେ। ବହୁ ଚେଷ୍ଟା ପରେ ଋଣ ସୂତ୍ରରେ ଅର୍ଥ ପାଇବା ସକାଶେ ବନ୍ଧୁଙ୍କୁ ମନେଇ ପାରନ୍ତି। ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆଗରେ ନ ହେଲେ ମଧ୍ୟ ପଛରେ ବିଭିନ୍ନ ପ୍ରକାର ସମାଲୋଚନାମୂଳକ ମନ୍ତବ୍ୟ ଦେବେ।
ତୁଳା
ତୁଳା
ପ୍ରତ୍ୟେକ କ୍ଷେତ୍ରରେ ଆଳସ୍ୟ ଓ ଅବହେଳା ସାଙ୍ଗକୁ କାଳକ୍ଷେପଣ ନୀତି ହେତୁ ମନରେ ସରସତା ରହିବ ନାହିଁ। କାମରେ ମନଦେଇ କାମଟିକୁ ପୂରା ନ କରିବା ଯାଏଁ ଛାଡ଼ିବେ ନାହିଁ। ନିଜର ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।
ବିଛା
ବିଛା
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ମଧ୍ୟରେ ରହିବ। ଆର୍ଥିକ ଅଭିବୃଦ୍ଧି ସାଙ୍ଗକୁ କର୍ମଜଞ୍ଜାଳ ମଧ୍ୟ ବୃଦ୍ଧି ପାଇବ। ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ଆପଣ ବିଜୟୀ ହେବେ । ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
ପରିସ୍ଥିତି ବଦଳିଯିବ ଏବଂ ପ୍ରତ୍ୟେକ କ୍ଷେତ୍ରରେ ସ୍ବଚିନ୍ତାଧାରା ଅନୁଯାୟୀ କାମ ହାସଲରେ ସମର୍ଥ ହେବେ। ପିଲାଙ୍କ ବିବାହ ସମ୍ପର୍କିତ ନୂତନ ବନ୍ଧୁ ପ୍ରସ୍ତାବ ପାଇଁ ଯୋଗାଯୋଗ କରି କୃତକାର୍ଯ୍ୟ ହେବେ। ହାତକୁ ନେଇଥିବା କେତେକ ଉନ୍ନୟନ କାମ ବାଧାପ୍ରାପ୍ତ ହୋଇପାରେ। ଶାରୀରିକ ସୁସ୍ଥତା ଫେରିବା କାରଣରୁ ମାନସିକ ଶାନ୍ତି ମିଳିବ।
ମକର
ମକର
ଭୁଲ୍‌ ବୁଝାମଣା ନେଇ ବନ୍ଧୁ କିମ୍ବା ସହକର୍ମୀ ମାନଙ୍କ ସହ ତିକ୍ତତା ଦେଖାଦେଇପାରେ। ବାଣିଜ୍ୟ, ବ୍ୟବସାୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ।
କୁମ୍ଭ
କୁମ୍ଭ
ନିଜ ଲୋକଙ୍କ କାର୍ଯ୍ୟକଳାପ ନେଇ ବ୍ୟସ୍ତ ହୋଇପାରନ୍ତି। ସ୍ତ୍ରୀ କିମ୍ବା ଭାଇଙ୍କ ସ୍ବାସ୍ଥ୍ୟ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆରମ୍ଭ କରିବାକୁ ଥିବା କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ। ଜମିଜମା, ଯାନ୍ତ୍ରିକ ଜିନିଷ କିମ୍ବା ଧାତୁ ଅଳଙ୍କାର କ୍ରୟବିକ୍ରୟ ପାଇଁ ଚିନ୍ତା କରିବେ।
ମୀନମୀନ
ଚେଷ୍ଟା କରୁଥିବା କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେବାରୁ ମନ ଖୁସିହୋଇଯିବ। ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ଆସିବା ସାଙ୍ଗକୁ ପ୍ରିୟବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଜୁନ୍ ୧୪ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ ମଙ୍ଗଳଙ୍କ ଯୋଗୁ ଦୈହିକ ସ୍ବାସ୍ଥ୍ୟ ଭଲ ରହିବ। ବନ୍ଧୁଙ୍କ ସହଯୋଗରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସ୍ତରରେ ଭାବ ପ୍ରବଣତା…

ରାଶିଫଳ: ଶନିବାର, ଜୁନ୍ ୧୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସହ ବୈଷୟିକ ଅଭିବୃଦ୍ଧି ଘଟିବ। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କାର୍ଯ୍ୟରେ…

ରାଶିଫଳ: ଶୁକ୍ରବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେ କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ।…

ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ…

ରାଶିଫଳ: ବୁଧବାର, ଜୁନ୍ ୧୦ ତାରିଖ – Daily Horoscope

ମେଷ ଆପଣଙ୍କ ଦକ୍ଷତା ଏବଂ କର୍ତ୍ତବ୍ୟନିଷ୍ଠା କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଈର୍ଷାପରାୟଣ ବନ୍ଧୁ ଓ ସହକର୍ମୀ ଅପପ୍ରଚାର ଚଳାଇପାରନ୍ତି। ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ…

ରାଶିଫଳ: ମଙ୍ଗଳବାର , ଜୁନ୍ ୯ ତାରିଖ – Daily Horoscope

ମେଷ ଶ୍ରୁତିମଧୁର ବାକ୍ୟାଳାପ ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ଶନିଙ୍କ ପ୍ରଭାବରୁ ମୃଦୁ ମନ୍ଦ ଗତିରେ କର୍ମପ୍ରବାହକୁ ଆଗକୁ ଗଡ଼ାଇନେବାରେ ସାହାଯ୍ୟ କରିପାରନ୍ତି। ବନ୍ଧୁଙ୍କ ସହ ଆନୁଷ୍ଠାନିକ…

ରାଶିଫଳ: ସୋମବାର, ଜୁନ୍ ୮ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ସମ୍ପର୍କୀୟଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ। ପାରିବାରିକ ସ୍ତରରେ ମନ ଭୁଲାଣିଆ…

ରାଶିଫଳ: ରବିବାର, ଜୁନ୍ ୭ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ ଆର୍ଥିକ ସ୍ଥିତି ମନ୍ଦ ହେବନାହିଁ। ଚନ୍ଦ୍ରଙ୍କ ସହିତ ରାହୁଙ୍କ ସଂଯୋଗ ପାରିବାରିକ ଏବଂ ସନ୍ତାନଙ୍କ ସ୍ବାସ୍ଥ୍ୟହାନିର କାରଣ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri