Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ
ଆଜି ପରିସ୍ଥିତିବଶତଃ କରଜ କରିବାକୁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି। ବିଶେଷ ଭ୍ରମଣଜନିତ ଅବସାଦ ଦେଖାଦେଇପାରେ। ଶନିଯୁକ୍ତ ଚନ୍ଦ୍ର ହେତୁ ବନ୍ଧୁଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯାଇପାରନ୍ତି। ବ୍ୟବସାୟ, ପରିବହନ ବିଶେଷ ସନ୍ତୋଷଜନକ ହୋଇ ନ ପାରେ।
ବୃଷ
ବୃଷ
ଆକସ୍ମିକ ଭାବେ ଦୂର ଯାତ୍ରା କରିବାକୁ ମନ ବଳାଇବେ। ସାମାଜିକ ସ୍ତରରେ କିମ୍ବା ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଦଉଡ଼ କରିବାକୁ ପଡ଼ିବ। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇବ। ସାମୟିକ ପୁରାତନ ରୋଗ ପୀଡ଼ା ଅନୁଭବ କରିପାରନ୍ତି।
ମିଥୁନ
ମିଥୁନ
ଅଷ୍ଟମ ଚନ୍ଦ୍ରଜନିତ ବିଭିନ୍ନ ପ୍ରତିବନ୍ଧକ ହେତୁ କୌଣସି କାମ ହାସଲ କରିପାରିବେ ନାହିଁ। ପରିବାର ସଦସ୍ୟଙ୍କୁ ସନ୍ଦେହ କରି ନିଜର କ୍ଷତିକୁ ନିମନ୍ତ୍ରଣ କରିବେ। ଜମିଜମା ସମ୍ପର୍କୀୟ ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିରତା ରହି ନ ପାରେ। ବ୍ୟବସାୟ ଓ ପରିବହନ ବାଧାପ୍ରାପ୍ତ ହେବାର ସମ୍ଭାବନା ରହିଛି।
କର୍କଟ
କର୍କଟ
ଆଜି ସାଧାରଣ କଥାକୁ ନେଇ କର୍ମକ୍ଷେତ୍ରରେ କଳହର ସମ୍ଭାବନା ରହିଛି। ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। ଅଫିସ୍‌ରୁ ଫେରନ୍ତା ବାଟରେ କୌଣସି ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି। କର୍ମକ୍ଷେତ୍ରରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ସି˚ହ
ସି˚ହ
ପରିସ୍ଥିତି ଯାହା ହେଉନା କାହଁକି ଆପଣ ମାନସିକ ଭାରସାମ୍ୟ ରକ୍ଷା କରି ଚଳିବାକୁ ବାଧ୍ୟ ହେବେ। ପରିବାରର ଦାବି ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ସହକର୍ମୀଙ୍କ ସହ ଉଚ୍ଚବାଚ ଘଟିପାରେ। ଶିଳ୍ପ, ବାଣିଜ୍ୟ, ପରିବହନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ତରବର ନ ହୋଇ କାମ କଲେ ସମସ୍ୟାର ସରଳ ସମାଧାନ ହେବ। ସ୍ବାର୍ଥର ବଶବର୍ତ୍ତୀ ହୋଇ ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ତୁଳା
ତୁଳା
କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥ ଆବଶ୍ୟକ ପଡ଼ିପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବାର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ, ସଭାସମିତିରେ, ରାଜନୈତିକ ସ୍ଥିତିରେ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କର୍ମକ୍ଷେତ୍ରର ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ।
ବିଛା
ବିଛା
ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡ଼ିତ କରିବା ଫଳରେ ମନଟା କେମିତି କେମିତି ଲାଗିପାରେ। ପ୍ରତ୍ୟେକ କ୍ଷେତ୍ରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହେବାର ସମ୍ଭାବନା ରହିଛି। କେତେକ କ୍ଷେତ୍ରରେ ସବୁକିଛି ଜାଣିଲେ ମଧ୍ୟ କିଛି ପ୍ରକାଶ ନ କରି ନୀରବ ରହିବାକୁ ପଡ଼ିବ।
ଧନୁ
ଧନୁ
 ଆଜି ବନ୍ଧୁଙ୍କ ଜରିଆରେ ଅଟକି ରହିଥିବା କାମ ସମ୍ପନ୍ନ ହୋଇଯିବ। ସାମାଜିକ ସ୍ତରରେ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ପରିବାରର ଆବଶ୍ୟକତାକୁ ଉପଲବ୍ଧି କରି ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କଳା, କ୍ରୀଡ଼ା, ସାହିତ୍ୟ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ ।
ମକର
ମକର
ଆଜିର କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବ ମାତ୍ର, ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ପଡ଼ୋଶୀଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। ଆଜିର ସନ୍ଧ୍ୟା ସମୟରେ ପରିବାର ସହ ସୁଖ ଭ୍ରମଣ ଯୋଗ ରହିଛି। କଳା, ସାହିତ୍ୟ, ସଭାସମିତି ଓ ରାଜନୈତିକ ସ୍ତରରେ ଟେନ୍ସନ ଲାଗି ରହିବ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ। ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ଆପଙ୍କର କୌଣସି ଅସୁବିଧା ହେବ ନାହିଁ। ସମୟାନ୍ତରେ ଆଜି ଏକ ଭିନ୍ନ ପରିସ୍ଥିତିରେ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପାରିବାରିକ ସ୍ତରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହି ପାରେ।
ମୀନମୀନ
ବିଭିନ୍ନ ପ୍ରକାରର ପାରିବାରିକ ସମସ୍ୟା ହେତୁ ମାନସିକ ସୁସ୍ଥତା ରହି ନ ପାରେ। ପରିବାରରେ ସନ୍ତାନମାନଙ୍କ ବିଶୃଙ୍ଖଳିତ ଆଚରଣ, କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। ଚେଷ୍ଟା କରୁଥିବା କାମରେ ଓ ସଫଳତାରେ ଆନନ୍ଦ ଅନୁଭବ କରିବେ। କଠିନ ଶ୍ରମ ଓ ଭ୍ରମଣ କାରଣରୁ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri