Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ
ଆଜି ପରିସ୍ଥିତିବଶତଃ କରଜ କରିବାକୁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି। ବିଶେଷ ଭ୍ରମଣଜନିତ ଅବସାଦ ଦେଖାଦେଇପାରେ। ଶନିଯୁକ୍ତ ଚନ୍ଦ୍ର ହେତୁ ବନ୍ଧୁଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯାଇପାରନ୍ତି। ବ୍ୟବସାୟ, ପରିବହନ ବିଶେଷ ସନ୍ତୋଷଜନକ ହୋଇ ନ ପାରେ।
ବୃଷ
ବୃଷ
ଆକସ୍ମିକ ଭାବେ ଦୂର ଯାତ୍ରା କରିବାକୁ ମନ ବଳାଇବେ। ସାମାଜିକ ସ୍ତରରେ କିମ୍ବା ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଦଉଡ଼ କରିବାକୁ ପଡ଼ିବ। ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇବ। ସାମୟିକ ପୁରାତନ ରୋଗ ପୀଡ଼ା ଅନୁଭବ କରିପାରନ୍ତି।
ମିଥୁନ
ମିଥୁନ
ଅଷ୍ଟମ ଚନ୍ଦ୍ରଜନିତ ବିଭିନ୍ନ ପ୍ରତିବନ୍ଧକ ହେତୁ କୌଣସି କାମ ହାସଲ କରିପାରିବେ ନାହିଁ। ପରିବାର ସଦସ୍ୟଙ୍କୁ ସନ୍ଦେହ କରି ନିଜର କ୍ଷତିକୁ ନିମନ୍ତ୍ରଣ କରିବେ। ଜମିଜମା ସମ୍ପର୍କୀୟ ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିରତା ରହି ନ ପାରେ। ବ୍ୟବସାୟ ଓ ପରିବହନ ବାଧାପ୍ରାପ୍ତ ହେବାର ସମ୍ଭାବନା ରହିଛି।
କର୍କଟ
କର୍କଟ
ଆଜି ସାଧାରଣ କଥାକୁ ନେଇ କର୍ମକ୍ଷେତ୍ରରେ କଳହର ସମ୍ଭାବନା ରହିଛି। ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। ଅଫିସ୍‌ରୁ ଫେରନ୍ତା ବାଟରେ କୌଣସି ମୂଲ୍ୟବାନ ଦ୍ରବ୍ୟ ଲାଭ ହେବାର ସୂଚନା ରହିଛି। କର୍ମକ୍ଷେତ୍ରରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ସି˚ହ
ସି˚ହ
ପରିସ୍ଥିତି ଯାହା ହେଉନା କାହଁକି ଆପଣ ମାନସିକ ଭାରସାମ୍ୟ ରକ୍ଷା କରି ଚଳିବାକୁ ବାଧ୍ୟ ହେବେ। ପରିବାରର ଦାବି ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ସହକର୍ମୀଙ୍କ ସହ ଉଚ୍ଚବାଚ ଘଟିପାରେ। ଶିଳ୍ପ, ବାଣିଜ୍ୟ, ପରିବହନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କନ୍ୟା
ପ୍ରତ୍ୟେକ କ୍ଷେତ୍ରରେ ତରବର ନ ହୋଇ କାମ କଲେ ସମସ୍ୟାର ସରଳ ସମାଧାନ ହେବ। ସ୍ବାର୍ଥର ବଶବର୍ତ୍ତୀ ହୋଇ ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ତୁଳା
ତୁଳା
କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥ ଆବଶ୍ୟକ ପଡ଼ିପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବାର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ, ସଭାସମିତିରେ, ରାଜନୈତିକ ସ୍ଥିତିରେ ସମ୍ମାନ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କର୍ମକ୍ଷେତ୍ରର ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ।
ବିଛା
ବିଛା
ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡ଼ିତ କରିବା ଫଳରେ ମନଟା କେମିତି କେମିତି ଲାଗିପାରେ। ପ୍ରତ୍ୟେକ କ୍ଷେତ୍ରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହେବାର ସମ୍ଭାବନା ରହିଛି। କେତେକ କ୍ଷେତ୍ରରେ ସବୁକିଛି ଜାଣିଲେ ମଧ୍ୟ କିଛି ପ୍ରକାଶ ନ କରି ନୀରବ ରହିବାକୁ ପଡ଼ିବ।
ଧନୁ
ଧନୁ
 ଆଜି ବନ୍ଧୁଙ୍କ ଜରିଆରେ ଅଟକି ରହିଥିବା କାମ ସମ୍ପନ୍ନ ହୋଇଯିବ। ସାମାଜିକ ସ୍ତରରେ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ପରିବାରର ଆବଶ୍ୟକତାକୁ ଉପଲବ୍ଧି କରି ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କଳା, କ୍ରୀଡ଼ା, ସାହିତ୍ୟ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ ।
ମକର
ମକର
ଆଜିର କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବ ମାତ୍ର, ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ପଡ଼ୋଶୀଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। ଆଜିର ସନ୍ଧ୍ୟା ସମୟରେ ପରିବାର ସହ ସୁଖ ଭ୍ରମଣ ଯୋଗ ରହିଛି। କଳା, ସାହିତ୍ୟ, ସଭାସମିତି ଓ ରାଜନୈତିକ ସ୍ତରରେ ଟେନ୍ସନ ଲାଗି ରହିବ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ। ନିଜ ଲୋକମାନେ ଯେତେ ସମସ୍ୟା ସୃଷ୍ଟି କଲେ ଆପଙ୍କର କୌଣସି ଅସୁବିଧା ହେବ ନାହିଁ। ସମୟାନ୍ତରେ ଆଜି ଏକ ଭିନ୍ନ ପରିସ୍ଥିତିରେ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପାରିବାରିକ ସ୍ତରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହି ପାରେ।
ମୀନମୀନ
ବିଭିନ୍ନ ପ୍ରକାରର ପାରିବାରିକ ସମସ୍ୟା ହେତୁ ମାନସିକ ସୁସ୍ଥତା ରହି ନ ପାରେ। ପରିବାରରେ ସନ୍ତାନମାନଙ୍କ ବିଶୃଙ୍ଖଳିତ ଆଚରଣ, କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। ଚେଷ୍ଟା କରୁଥିବା କାମରେ ଓ ସଫଳତାରେ ଆନନ୍ଦ ଅନୁଭବ କରିବେ। କଠିନ ଶ୍ରମ ଓ ଭ୍ରମଣ କାରଣରୁ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri