Posted inRasifala

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ
ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ କିଛିଟା ଦ୍ୱନ୍ଦ୍ୱ ଓ ଆଶା, ଆଶଙ୍କା ମଧ୍ୟରେ ମନ ହଲ୍‌ଚଲ ହୋଇପାରେ। ଘର କଥା ହେଉ କିମ୍ବା କର୍ମକ୍ଷେତ୍ର ସବୁ କାମ ଗୋଳିଆ ରହିବ। କିଛି ସହାନୁଭୂତିମୂଳକ ଆଲୋଚନା ଓ ସମାଲୋଚନା ଭିତରେ ପରିବାରରେ ଶାନ୍ତି ଫେରି ଆସିପାରେ। ଦ୍ରବ୍ୟ ନଷ୍ଟ ହୋଇପାରେ। ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ।
ବୃଷ
ବୃଷ
ଆଜି ମୃଗଶିରା ନକ୍ଷତ୍ରର କର୍ମକ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ସାଙ୍ଗସାଥୀ କିମ୍ବା ବନ୍ଧୁ ହୁଅନ୍ତୁ, ସେମାନଙ୍କୁ ମନେଇ ନିଜ କାମରେ ଲଗାଇ ପାରନ୍ତି। ସଭାସମିତି ଏପରିକି କହିବା ଲେଖିବାର ସମ୍ପର୍କ ଯେଉଁଠାରେ ରହିଛି ସେହି ସବୁ ଦିଗ ଅନୁକୂଳ ରହିବ।
ମିଥୁନ
ମିଥୁନ
ଆରଦ୍ରା ନକ୍ଷତ୍ର ସକାଶେ ଆଜି ଟଙ୍କା ପଇସା ସମ୍ପର୍କିତ ସମସ୍ତ କାମ ସାବଧାନତା ସହକାରେ କରିବା ବିଧେୟ। ଭୁଲ୍‌ ହିସାବରୁ, ଅଲଗା ସ୍ଥାନରେ ରଖିଦେଇଥିବା କାରଣରୁ, ଦେବା ନେବା କ୍ଷେତ୍ରରେ ଝାମେଲାର ସମ୍ଭାବନା ରହିଛି। ପ୍ରତ୍ୟେକ କ୍ଷେତ୍ରରେ ସହମତି ଭିତ୍ତିରେ କାମକଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି।
କର୍କଟ
କର୍କଟ
ଆଜି କୌଣସି କ୍ଷେତ୍ରରେ ଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ। ପରିବାର ଲୋକଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟହେବେ। ସାମାଜିକସ୍ତରରେ ବହୁଦିଗରୁ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ ପାଇଁ ଆହୁରି ବହୁ ସମୟ ଲାଗିପାରେ।
ସି˚ହ
ସି˚ହ
ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇଯିବେ। କର୍ମକ୍ଷେତ୍ରରେ ବାଧା ଉପୁଜିଲେ ବି କାମ ଅଟକିବ ନାହିଁ। ଖର୍ଚ୍ଚ ବୃଦ୍ଧି ଯୋଗୁ ମନରେ ସରସତା ରହି ନ ପାରେ। ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବ୍ୟବସାୟ ପାଇଁ ଦିନଟି ବହୁତ ଭଲ।
କନ୍ୟା
ଆଜି ପୁଷ୍ୟା ନକ୍ଷତ୍ର ବହୁ ଚେଷ୍ଟା ପରେ ଋଣସୂତ୍ରରେ ଅର୍ଥଲାଭ କରିବେ। ଅବଶ୍ୟ କର୍ମକ୍ଷେତ୍ରରେ ଉନ୍ନତ ଚିନ୍ତା ଓ ପରୋପକାର ମନୋଭାବରୁ ପ୍ରଶଂସିତ ହେବେ। କଠିନ ଶ୍ରମ ଓ ଅନିଦ୍ରାଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ଶତ୍ରୁମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିବେ।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ର ଆଳସ୍ୟ ଓ ଅବହେଳା ସାଙ୍ଗକୁ କାଳକ୍ଷେପଣ ନୀତି ହେତୁ ମନରେ ସରସତା ରହିବ ନାହିଁ। ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଅସାବଧାନତା କାରଣରୁ ହାତ କିମ୍ବା ଗୋଡ଼ରେ ଆଘାତ ଲାଗିପାରେ
ବିଛା
ବିଛା
କର୍ମକ୍ଷେତ୍ରରେ ଧୀରେ ସୁସ୍ଥେ ଗତି କରନ୍ତୁ, ଅନ୍ୟଥା ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଅନୁରାଧା ନକ୍ଷତ୍ର ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ବିଜୟୀ ହେବେ। ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। କଳା, ସାହିତ୍ୟ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଥିବା ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ସରଳତାକୁ ପ୍ରାଧାନ୍ୟ ଦେଇ ଠକାମିର ଶିକାର ହୋଇପାରନ୍ତି। ପିଲାଙ୍କ ବିବାହ ପାଇଁ ଯୋଗାଯୋଗ କରି କୃତକାର୍ଯ୍ୟ ହେବେ। ମୂଳା ନକ୍ଷତ୍ରର ହାତକୁ ନେଇଥିବା କେତେକ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ। ଶାରୀରିକ ସୁସ୍ଥତା ଫେରିପାଇବା କାରଣରୁ ଏକପ୍ରକାର ମାନସିକ ଶାନ୍ତି ମିଳିବ।
ମକର
ମକର
ଶ୍ରବଣା ନକ୍ଷତ୍ରର ଭୁଲ୍‌ ବୁଝାମଣା ନେଇ ବନ୍ଧୁ କିମ୍ବା ସହକର୍ମୀଙ୍କ ସହ ତିକ୍ତତା ଦେଖାଦେଇପାରେ। ବାଣିଜ୍ୟ, ବ୍ୟବସାୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ଯେତେ ଭଲ କାମ କଲେ ମଧ୍ୟ ଅଭିଯୋଗ ପାଇବେ। ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ। ପଡ଼ୋଶୀମାନେ ପ୍ରଶଂସା କରିପାରନ୍ତି।
କୁମ୍ଭ
କୁମ୍ଭ
ଶତଭିଷା ନକ୍ଷତ୍ର ନିଜ ଲୋକମାନଙ୍କ କାର୍ଯ୍ୟକଳାପ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ନୂତନ ଭାବେ ଆରମ୍ଭ କରିବାକୁ ଥିବା କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ। ଅଧିକ ବୁଲାବୁଲି କାରଣରୁ ମୁଣ୍ଡ ବୁଲାଇବା ଲକ୍ଷଣ ଦେଖାଦେବ।
ମୀନମୀନ

ଚେଷ୍ଟା କରୁଥିବା କାମଗୁଡ଼ିକ ଠିକ୍‌ଭାବେ ସମ୍ପନ୍ନ ହେବାରୁ ମନ ଖୁସି ହୋଇଯିବ। ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ। ଉତ୍ତରଭାଦ୍ରବ ନକ୍ଷତ୍ର ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ଆସିବା ସାଙ୍ଗକୁ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri