Posted inRasifala

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ
ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ କିଛିଟା ଦ୍ୱନ୍ଦ୍ୱ ଓ ଆଶା, ଆଶଙ୍କା ମଧ୍ୟରେ ମନ ହଲ୍‌ଚଲ ହୋଇପାରେ। ଘର କଥା ହେଉ କିମ୍ବା କର୍ମକ୍ଷେତ୍ର ସବୁ କାମ ଗୋଳିଆ ରହିବ। କିଛି ସହାନୁଭୂତିମୂଳକ ଆଲୋଚନା ଓ ସମାଲୋଚନା ଭିତରେ ପରିବାରରେ ଶାନ୍ତି ଫେରି ଆସିପାରେ। ଦ୍ରବ୍ୟ ନଷ୍ଟ ହୋଇପାରେ। ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ।
ବୃଷ
ବୃଷ
ଆଜି ମୃଗଶିରା ନକ୍ଷତ୍ରର କର୍ମକ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ସାଙ୍ଗସାଥୀ କିମ୍ବା ବନ୍ଧୁ ହୁଅନ୍ତୁ, ସେମାନଙ୍କୁ ମନେଇ ନିଜ କାମରେ ଲଗାଇ ପାରନ୍ତି। ସଭାସମିତି ଏପରିକି କହିବା ଲେଖିବାର ସମ୍ପର୍କ ଯେଉଁଠାରେ ରହିଛି ସେହି ସବୁ ଦିଗ ଅନୁକୂଳ ରହିବ।
ମିଥୁନ
ମିଥୁନ
ଆରଦ୍ରା ନକ୍ଷତ୍ର ସକାଶେ ଆଜି ଟଙ୍କା ପଇସା ସମ୍ପର୍କିତ ସମସ୍ତ କାମ ସାବଧାନତା ସହକାରେ କରିବା ବିଧେୟ। ଭୁଲ୍‌ ହିସାବରୁ, ଅଲଗା ସ୍ଥାନରେ ରଖିଦେଇଥିବା କାରଣରୁ, ଦେବା ନେବା କ୍ଷେତ୍ରରେ ଝାମେଲାର ସମ୍ଭାବନା ରହିଛି। ପ୍ରତ୍ୟେକ କ୍ଷେତ୍ରରେ ସହମତି ଭିତ୍ତିରେ କାମକଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି।
କର୍କଟ
କର୍କଟ
ଆଜି କୌଣସି କ୍ଷେତ୍ରରେ ଠିକ୍‌ ନିଷ୍ପତ୍ତି ନେଇପାରିବେ ନାହିଁ। ପରିବାର ଲୋକଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟହେବେ। ସାମାଜିକସ୍ତରରେ ବହୁଦିଗରୁ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ ପାଇଁ ଆହୁରି ବହୁ ସମୟ ଲାଗିପାରେ।
ସି˚ହ
ସି˚ହ
ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇଯିବେ। କର୍ମକ୍ଷେତ୍ରରେ ବାଧା ଉପୁଜିଲେ ବି କାମ ଅଟକିବ ନାହିଁ। ଖର୍ଚ୍ଚ ବୃଦ୍ଧି ଯୋଗୁ ମନରେ ସରସତା ରହି ନ ପାରେ। ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ବ୍ୟବସାୟ ପାଇଁ ଦିନଟି ବହୁତ ଭଲ।
କନ୍ୟା
ଆଜି ପୁଷ୍ୟା ନକ୍ଷତ୍ର ବହୁ ଚେଷ୍ଟା ପରେ ଋଣସୂତ୍ରରେ ଅର୍ଥଲାଭ କରିବେ। ଅବଶ୍ୟ କର୍ମକ୍ଷେତ୍ରରେ ଉନ୍ନତ ଚିନ୍ତା ଓ ପରୋପକାର ମନୋଭାବରୁ ପ୍ରଶଂସିତ ହେବେ। କଠିନ ଶ୍ରମ ଓ ଅନିଦ୍ରାଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ଶତ୍ରୁମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିବେ।
ତୁଳା
ତୁଳା
ସ୍ବାତୀ ନକ୍ଷତ୍ର ଆଳସ୍ୟ ଓ ଅବହେଳା ସାଙ୍ଗକୁ କାଳକ୍ଷେପଣ ନୀତି ହେତୁ ମନରେ ସରସତା ରହିବ ନାହିଁ। ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଅସାବଧାନତା କାରଣରୁ ହାତ କିମ୍ବା ଗୋଡ଼ରେ ଆଘାତ ଲାଗିପାରେ
ବିଛା
ବିଛା
କର୍ମକ୍ଷେତ୍ରରେ ଧୀରେ ସୁସ୍ଥେ ଗତି କରନ୍ତୁ, ଅନ୍ୟଥା ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଅନୁରାଧା ନକ୍ଷତ୍ର ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ବିଜୟୀ ହେବେ। ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। କଳା, ସାହିତ୍ୟ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଥିବା ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ସରଳତାକୁ ପ୍ରାଧାନ୍ୟ ଦେଇ ଠକାମିର ଶିକାର ହୋଇପାରନ୍ତି। ପିଲାଙ୍କ ବିବାହ ପାଇଁ ଯୋଗାଯୋଗ କରି କୃତକାର୍ଯ୍ୟ ହେବେ। ମୂଳା ନକ୍ଷତ୍ରର ହାତକୁ ନେଇଥିବା କେତେକ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ। ଶାରୀରିକ ସୁସ୍ଥତା ଫେରିପାଇବା କାରଣରୁ ଏକପ୍ରକାର ମାନସିକ ଶାନ୍ତି ମିଳିବ।
ମକର
ମକର
ଶ୍ରବଣା ନକ୍ଷତ୍ରର ଭୁଲ୍‌ ବୁଝାମଣା ନେଇ ବନ୍ଧୁ କିମ୍ବା ସହକର୍ମୀଙ୍କ ସହ ତିକ୍ତତା ଦେଖାଦେଇପାରେ। ବାଣିଜ୍ୟ, ବ୍ୟବସାୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ଯେତେ ଭଲ କାମ କଲେ ମଧ୍ୟ ଅଭିଯୋଗ ପାଇବେ। ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ। ପଡ଼ୋଶୀମାନେ ପ୍ରଶଂସା କରିପାରନ୍ତି।
କୁମ୍ଭ
କୁମ୍ଭ
ଶତଭିଷା ନକ୍ଷତ୍ର ନିଜ ଲୋକମାନଙ୍କ କାର୍ଯ୍ୟକଳାପ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ନୂତନ ଭାବେ ଆରମ୍ଭ କରିବାକୁ ଥିବା କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ। ଅଧିକ ବୁଲାବୁଲି କାରଣରୁ ମୁଣ୍ଡ ବୁଲାଇବା ଲକ୍ଷଣ ଦେଖାଦେବ।
ମୀନମୀନ

ଚେଷ୍ଟା କରୁଥିବା କାମଗୁଡ଼ିକ ଠିକ୍‌ଭାବେ ସମ୍ପନ୍ନ ହେବାରୁ ମନ ଖୁସି ହୋଇଯିବ। ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ। ଉତ୍ତରଭାଦ୍ରବ ନକ୍ଷତ୍ର ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଆର୍ଥିକ ସ୍ବଚ୍ଛଳତା ଆସିବା ସାଙ୍ଗକୁ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri