Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୮ ତାରିଖ – Daily Horoscope

ମେଷ
ପାରିବାରିକ ସମସ୍ୟାର ସମାଧାନ ଘଟିବ। କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତମାନର ସଫଳତା ହାସଲ କରିବେ। ଆକସ୍ମିକ ଭାବରେ ଆଜି ଭ୍ରମଣ ସୁଯୋଗ ଜୁଟିବା ସହ ନୂତନ ବନ୍ଧୁତା ସୃଷ୍ଟି ହେବ। ଆର୍ଥିକ ସ୍ଥିତି ମନ୍ଦ ନ ଥିଲେ ମଧ୍ୟ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ଯଥେଷ୍ଟ ନ ହୋଇପାରେ।
ବୃଷ
ବୃଷ
ସ୍ବାସ୍ଥ୍ୟ ସମସ୍ୟା ଲାଗି ରହୁଥିବାରୁ ମାନସିକ ସ୍ଥିତି ବିଶେଷ ଭଲ ରହିନପାରେ। ବନ୍ଧୁଙ୍କ ମଧ୍ୟସ୍ଥତାରେ ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମରୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବିବାଦୀୟ ବ୍ୟକ୍ତି ସାହାଯ୍ୟ କରିବେ। ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ।
ମିଥୁନ
ମିଥୁନ
ଆଜି ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କିନ୍ତୁ ଆଳସ୍ୟ ଓ ଅବହେଳା ଯୋଗୁ ସୁଯୋଗ ହାତଛଡ଼ା ହୋଇପାରେ। ଭଲ ସମ୍ପର୍କ ନ ଥିବା ବ୍ୟକ୍ତିମାନଙ୍କ ଟୁପ୍‌ଟାପ୍‌ କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରିବେ। ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ।
କର୍କଟ
କର୍କଟ
ସକାଳୁ ସକାଳୁ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ମନ ଭଲ ରହିବ ନାହିଁ। କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପାରିବାରିକ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସନ୍ତୋଷଜନକ ରହିବ।
ସି˚ହ
ସି˚ହ
ଉପରିସ୍ଥଙ୍କ ଆଦେଶାନୁସାରେ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ। ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ବନ୍ଧୁମାନେ ଯୋଜନା କରିବେ। ଆଜିର ଲକ୍ଷ୍ୟହୀନ ଯାତ୍ରାରୁ ନିବୃତ୍ତ ରହିଲେ ଭଲ।
କନ୍ୟା
କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ପରିବାରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ଗତକାଲି ରାତିରେ ଅନିଦ୍ରା ହେତୁ ଆଜି ଜ୍ୱର ଓ ଦେହପୀଡ଼ା ଦେଖାଦେଇପାରେ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି ଚଳିଲେ କେତେକାଂଶରେ ଉପକୃତ ହେବେ।
ତୁଳା
ତୁଳା
ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ। ଯାତ୍ରା ସମୟରେ ଅଜଣା ବ୍ୟକ୍ତିଙ୍କ ସହ ମିତ୍ର ବନ୍ଧନରେ ଆବଦ୍ଧ ହୋଇପାରନ୍ତି। କଚେରି ମାମଲା ମନ୍ଥର ହୋଇପାରେ। କର୍ମକ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ। ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସଂପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ।
ବିଛା
ବିଛା
ଦୀର୍ଘଦିନରୁ ଦେହରେ ବସା ବାନ୍ଧିଥିବା ପୁରାତନ ରୋଗ ପୀଡ଼ା ଅନୁଭବ ହୋଇପାରେ। ଉଚ୍ଚବର୍ଗଙ୍କ ସହାୟତା ପାଇ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ। ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ। ଲେଖାପଢ଼ା, ପ୍ରେସ୍‌, ପବ୍ଲିକେଶନ, ରାଜନୈତିକ ଆଲୋଚନା କ୍ଷେତ୍ରରେ ସଫଳତା ହାସଲ କରିବେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଫାଇଲ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ଅଭାବ ନ ଥିଲେ କ’ଣ ହେଲା କୌଣସି କାମ ଅଟକି ରହିବ ନାହିଁ। ବନ୍ଧୁମାନଙ୍କ ଗହଣରେ ବିଳାସ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ।
ମକର
ମକର
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ପାଖ, ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ସାଂଗଠନିକ ସ୍ତରରେ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ସମ୍ପନ୍ନ ବ୍ୟକ୍ତିଙ୍କ ସାହାଯ୍ୟରୁ ସ୍ଥଗିତ କାମଟିକୁ ପୁନଃ ଆରମ୍ଭ କରିପାରିବେ।
କୁମ୍ଭ
କୁମ୍ଭ
ନିକଟ ସମ୍ପର୍କୀୟମାନଙ୍କ ହସ୍ତକ୍ଷେପ ଦ୍ୱାରା ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଆଲୋଚନାକାଳରେ ରୁକ୍ଷ ବ୍ୟବହାର ସହକର୍ମୀଙ୍କ ମନରେ ଆଘାତ ଦେଇପାରେ। ପାରିବାରିକ ସ୍ତରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ।
ମୀନମୀନ
ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ଆଶଙ୍କା ରହିଛି। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ଜିନିଷପତ୍ର ଅଦଳବଦଳ ହୋଇ ଯାଇପାରେ। ପାରିବାରିକ କ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri