Posted inRasifala

ରାଶିଫଳ: ରବିବାର, ଅଗଷ୍ଟ ୮ ତାରିଖ – Daily Horoscope

ମେଷ
ପାରିବାରିକ ସମସ୍ୟାର ସମାଧାନ ଘଟିବ। କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତମାନର ସଫଳତା ହାସଲ କରିବେ। ଆକସ୍ମିକ ଭାବରେ ଆଜି ଭ୍ରମଣ ସୁଯୋଗ ଜୁଟିବା ସହ ନୂତନ ବନ୍ଧୁତା ସୃଷ୍ଟି ହେବ। ଆର୍ଥିକ ସ୍ଥିତି ମନ୍ଦ ନ ଥିଲେ ମଧ୍ୟ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ଯଥେଷ୍ଟ ନ ହୋଇପାରେ।
ବୃଷ
ବୃଷ
ସ୍ବାସ୍ଥ୍ୟ ସମସ୍ୟା ଲାଗି ରହୁଥିବାରୁ ମାନସିକ ସ୍ଥିତି ବିଶେଷ ଭଲ ରହିନପାରେ। ବନ୍ଧୁଙ୍କ ମଧ୍ୟସ୍ଥତାରେ ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମରୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବିବାଦୀୟ ବ୍ୟକ୍ତି ସାହାଯ୍ୟ କରିବେ। ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ।
ମିଥୁନ
ମିଥୁନ
ଆଜି ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କିନ୍ତୁ ଆଳସ୍ୟ ଓ ଅବହେଳା ଯୋଗୁ ସୁଯୋଗ ହାତଛଡ଼ା ହୋଇପାରେ। ଭଲ ସମ୍ପର୍କ ନ ଥିବା ବ୍ୟକ୍ତିମାନଙ୍କ ଟୁପ୍‌ଟାପ୍‌ କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରିବେ। ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ।
କର୍କଟ
କର୍କଟ
ସକାଳୁ ସକାଳୁ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ମନ ଭଲ ରହିବ ନାହିଁ। କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପାରିବାରିକ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସନ୍ତୋଷଜନକ ରହିବ।
ସି˚ହ
ସି˚ହ
ଉପରିସ୍ଥଙ୍କ ଆଦେଶାନୁସାରେ ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ। ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ବନ୍ଧୁମାନେ ଯୋଜନା କରିବେ। ଆଜିର ଲକ୍ଷ୍ୟହୀନ ଯାତ୍ରାରୁ ନିବୃତ୍ତ ରହିଲେ ଭଲ।
କନ୍ୟା
କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ପରିବାରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ଗତକାଲି ରାତିରେ ଅନିଦ୍ରା ହେତୁ ଆଜି ଜ୍ୱର ଓ ଦେହପୀଡ଼ା ଦେଖାଦେଇପାରେ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି ଚଳିଲେ କେତେକାଂଶରେ ଉପକୃତ ହେବେ।
ତୁଳା
ତୁଳା
ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ। ଯାତ୍ରା ସମୟରେ ଅଜଣା ବ୍ୟକ୍ତିଙ୍କ ସହ ମିତ୍ର ବନ୍ଧନରେ ଆବଦ୍ଧ ହୋଇପାରନ୍ତି। କଚେରି ମାମଲା ମନ୍ଥର ହୋଇପାରେ। କର୍ମକ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ। ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସଂପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ।
ବିଛା
ବିଛା
ଦୀର୍ଘଦିନରୁ ଦେହରେ ବସା ବାନ୍ଧିଥିବା ପୁରାତନ ରୋଗ ପୀଡ଼ା ଅନୁଭବ ହୋଇପାରେ। ଉଚ୍ଚବର୍ଗଙ୍କ ସହାୟତା ପାଇ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ। ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ। ଲେଖାପଢ଼ା, ପ୍ରେସ୍‌, ପବ୍ଲିକେଶନ, ରାଜନୈତିକ ଆଲୋଚନା କ୍ଷେତ୍ରରେ ସଫଳତା ହାସଲ କରିବେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଫାଇଲ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ଅଭାବ ନ ଥିଲେ କ’ଣ ହେଲା କୌଣସି କାମ ଅଟକି ରହିବ ନାହିଁ। ବନ୍ଧୁମାନଙ୍କ ଗହଣରେ ବିଳାସ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ।
ମକର
ମକର
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ପାଖ, ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ସାଂଗଠନିକ ସ୍ତରରେ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ସମ୍ପନ୍ନ ବ୍ୟକ୍ତିଙ୍କ ସାହାଯ୍ୟରୁ ସ୍ଥଗିତ କାମଟିକୁ ପୁନଃ ଆରମ୍ଭ କରିପାରିବେ।
କୁମ୍ଭ
କୁମ୍ଭ
ନିକଟ ସମ୍ପର୍କୀୟମାନଙ୍କ ହସ୍ତକ୍ଷେପ ଦ୍ୱାରା ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ଆଲୋଚନାକାଳରେ ରୁକ୍ଷ ବ୍ୟବହାର ସହକର୍ମୀଙ୍କ ମନରେ ଆଘାତ ଦେଇପାରେ। ପାରିବାରିକ ସ୍ତରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ।
ମୀନମୀନ
ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ଆଶଙ୍କା ରହିଛି। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ନତୁବା ଜିନିଷପତ୍ର ଅଦଳବଦଳ ହୋଇ ଯାଇପାରେ। ପାରିବାରିକ କ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri