Posted inRasifala

ରାଶିଫଳ: ସୋମବାର, ଅଗଷ୍ଟ ୮ ତାରିଖ – Daily Horoscope

ମେଷ
ଅଶ୍ୱିନୀ ନକ୍ଷତ୍ର ଆଳସ୍ୟ ଯୋଗୁ ବନ୍ଧୁ ମହଲରେ ଅପମାନିତ ହୋଇପାରନ୍ତି। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ବିବାଦୀୟ ଘଟଣାରେ ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ପାରିବାରିକ କ୍ଷେତ୍ର ବହୁତ ଭଲ ରହିବ।
ବୃଷ
ବୃଷ
ଦ୍ୱିଜା ନକ୍ଷତ୍ରର ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ଆୟଠାରୁ ବ୍ୟୟ ଅଧିକ ହେବ। ଅସମ୍ପୂର୍ଣ୍ଣ କାମରୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବିବାଦୀୟ ବ୍ୟକ୍ତି ସାହାଯ୍ୟ କରିବେ। ଅସାବଧାନତାବଶତଃ ଦବ୍ର୍ୟ ନଷ୍ଟ ହୋଇପାରେ। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି।
ମିଥୁନ
ମିଥୁନ
ପୁନର୍ବସୁ ନକ୍ଷତ୍ରର ଆଜି ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆଳସ୍ୟ ଓ ଅବହେଳା ଯୋଗୁ ସୁଯୋଗ ହାତଛଡ଼ା ହୋଇପାରେ। ଅନ୍ୟର କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରିବେ। ଅନିୟମିତ ଆହାର ଯୋଗୁ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ।
କର୍କଟ
କର୍କଟ
ଅଶ୍ଳେଷା ନକ୍ଷତ୍ରର ଶାରୀରିକ ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ମନ ଭଲ ରହିବ ନାହିଁ । କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।
ସି˚ହ
ସି˚ହ
ମଘା ନକ୍ଷତ୍ର କର୍ମକ୍ଷେତ୍ରରେ ଆକସ୍ମିକ ଭାବରେ ଧନ ଓ ସମ୍ମାନ ପାଇବେ। ବନ୍ଧୁମାନେ ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇବେ। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି। ବନ୍ଧୁମେଳରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।
କନ୍ୟା
ହସ୍ତା ନକ୍ଷତ୍ରର କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ। ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ।
ତୁଳା
ତୁଳା
ବିଶାଖା ନକ୍ଷତ୍ରର ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ । କଚେରି ମାମଲା ମନ୍ଥର ହୋଇପାରେ। କର୍ମକ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସଂପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ।
ବିଛା
ବିଛା
ଅନୁରାଧା ନକ୍ଷତ୍ର ଆକସ୍ମିକ ଭାବରେ ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ । ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ କିନ୍ତୁ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ। ମିତ୍ର ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ। କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ।
ଧନୁ
ଧନୁ
ପୂର୍ବାଷାଢ଼ା ନକ୍ଷତ୍ରର କର୍ମକ୍ଷେତ୍ରରେ ଫାଇଲ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ । ପରୋକ୍ଷ ଶତ୍ରୁତା ହେତୁ ବନ୍ଧୁଙ୍କ ସଦ୍‌ଭାବ, ସହକର୍ମୀମାନଙ୍କ ସହଯୋଗ ପାଇବେ ନାହିଁ । କର୍ମକ୍ଷେତ୍ରରେ ସହଜରେ କାମ ହାସଲ ହେବା କଷ୍ଟକର ହେବ। ବନ୍ଧୁଙ୍କ ଔଚିତ୍ୟପୂର୍ଣ୍ଣ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ମକର
ମକର
ଧନିଷ୍ଠା ନକ୍ଷତ୍ର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ପାଖ,ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ନିଜର ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ ଉଚ୍ଚ ଆଶା କରାଯାଇପାରେ।
କୁମ୍ଭ
କୁମ୍ଭ
ଶତଭିଷା ନକ୍ଷତ୍ରର ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ରୁକ୍ଷ ବ୍ୟବହାର ସହକର୍ମୀଙ୍କ ମନରେ ଆଘାତ ଦେଇପାରେ। ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇପାରେ।
ମୀନମୀନ
ରେବତୀ ନକ୍ଷତ୍ରର ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ। ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ । ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। କର୍ମକ୍ଷେତ୍ରର କାୈଣସି ଘଟଣା ମନକୁ ବିବ୍ରତ କରିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

ରାଶିଫଳ:ଶୁକ୍ରବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି କୋଣଭାବସ୍ଥ ଚନ୍ଦ୍ର ପାପଗ୍ରହ ଯୁକ୍ତ କାରଣରୁ ସନ୍ତାନ ହେତୁକ ଦୁଃଶ୍ଚିନ୍ତା ଲାଗିରହିବ।ରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିନପାରେ। ସ୍ବଗୃହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?