Posted inRasifala

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୮ ତାରିଖ – Daily Horoscope

ମେଷ
ଆଳସ୍ୟ ଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ଟେନ୍‌ସନ କମିଯିବା ସକାଶେ ଚେଷ୍ଟା କରିବେ। ଗୃହସଜ୍ଜା ଉପକରଣ କ୍ରୟ କରିପାରନ୍ତି। ମନ ବିଚଳିତ ରହିବ।
ବୃଷ
ବୃଷ
ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବିବାଦୀୟ ବ୍ୟକ୍ତି ସାହାଯ୍ୟ କରିବେ। ଅସାବଧାନତାବଶତଃ ଦବ୍ର୍ୟ ନଷ୍ଟ ହୋଇପାରେ। ଅତୀତ ଘଟଣା ସ୍ବାସ୍ଥ୍ୟହାନି କିମ୍ବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ।
ମିଥୁନ
ମିଥୁନ
ଆଜି ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆଳସ୍ୟ ଓ ଅବହେଳା ଯୋଗୁ ସୁଯୋଗ ହାତଛଡ଼ା ହୋଇପାରେ। ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଅନ୍ୟର କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରିବେ। ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ।
କର୍କଟ
କର୍କଟ
ଶାରୀରିକ ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ମନ ଭଲ ରହିବ ନାହିଁ। କୌଣସି ବ୍ୟକ୍ତି ଈର୍ଷାପରାୟଣ ମନୋଭାବ ପୋଷଣ କରି ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବା ସମ୍ଭାବନା ରହିଛି ।
ସି˚ହ
ସି˚ହ
ଆକସ୍ମିକ ଭାବରେ ଧନ ଓ ସମ୍ମାନ ପାଇବେ। ଇଚ୍ଛା ବିରୁଦ୍ଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ। ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇବେ। ଲକ୍ଷ୍ୟହୀନ ଯାତ୍ରାରୁ ନିବୃତ ରହିଲେ ଭଲ। ବନ୍ଧୁଙ୍କ ଅନୁରୋଧ ରକ୍ଷାକରି ଦୂରଯାତ୍ରା କରିବାକୁ ପଡ଼ିପାରେ।
କନ୍ୟା
ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉସତ୍ାହିତ ହେବେ। ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ଅନିଦ୍ରା ହେତୁକ ଜ୍ୱର ଓ ବାନ୍ତି ଦେଖାଦେଇପାରେ। ଅଯଥା ପାରିବାରିକ ଖର୍ଚ୍ଚାନ୍ତରୁ ବିଚଳିତ ବୋଧ କରିବେ।
ତୁଳା
ତୁଳା
ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ। କଚେରି ମାମଲା ମନ୍ଥର ହୋଇପାରେ। କର୍ମକ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ। କାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ।
ବିଛା
ବିଛା
ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ। ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ , ଏକ ପ୍ରକାର ଆଶ୍ୱସ୍ତି ଲାଭ କରିବେ। ବନ୍ଧୁମାନେ ଆବଶ୍ୟକ ସହଯୋଗ କରିବେ। କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ। ଯାନବାହନ ଚଳାଚଳରେ ସତର୍କତା ଅବଲମ୍ବନ କରନ୍ତୁ। ପୁରୁଣା ରୋଗପୀଡ଼ା ବଢ଼ିଯାଇପାରେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ଅଭାବ ନ ଥିଲେ କ’ଣ ହେଲା ବନ୍ଧୁଙ୍କ ସଦ୍‌ଭାବ, ସହକର୍ମୀମାନଙ୍କ ସହଯୋଗ ପାଇବେ ନାହିଁ। ବନ୍ଧୁଙ୍କ ଔଚିତ୍ୟପୂର୍ଣ୍ଣ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ।
ମକର
ମକର
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ପାଖପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ। ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ। ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ।
କୁମ୍ଭ
କୁମ୍ଭ
ବ୍ୟସ୍ତ ହୁଅନ୍ତୁ ନାହିଁ, ଯଥା ସମୟରେ ସବୁ କିଛି ଠିକ୍‌ ହୋଇଯିବ। ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ରୁକ୍ଷ ବ୍ୟବହାର ସହକର୍ମୀଙ୍କ ମନରେ ଆଘାତ ଦେଇପାରେ। ମାଲିମକଦ୍ଦମା, ବ୍ୟବସାୟ, କ୍ରୀଡ଼ା ଓ ସାହିତ୍ୟ କ୍ଷେତ୍ରରେ ସଫଳତା ପାଇବେ।
ମୀନମୀନ

ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଧୈର୍ଯ୍ୟର ସହ ପରିସ୍ଥିତିର ମୁକାବିଲା କଲେ ଅବଶ୍ୟ ସୁଫଳ ପାଇବେ। ସ୍ବାସ୍ଥ୍ୟ କିଛି ମାତ୍ରାରେ ବିଗିଡ଼ିପାରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି…

ରାଶିଫଳ: ମଙ୍ଗଳବାର , ଅକ୍ଟୋବର ୬ ତାରିଖ – Daily Horoscope

ମେଷ ଚତୁର୍ଥକେନ୍ଦ୍ରରେ ଶୁଭଗ୍ରହଙ୍କ ସମାବେଶ ପାରିବାରିକ, ସାମାଜିକ ଏବଂ କର୍ମକ୍ଷେତ୍ରକୁ ଋଦ୍ଧିମନ୍ତ କରିବ। ଭିତିରିଆ ଉଦ୍ଦେଶ୍ୟ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ସାହାଯ୍ୟର ହାତ ବଢ଼ାଇବେ। ମନ ବୁଝିଲା…

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ ଆଜି ଯେକୌଣସି କ୍ଷେତ୍ରରେ ମଧ୍ୟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ସାମାଜିକ ଜୀବନରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ…

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?