Posted inRasifala

ରାଶିଫଳ: ବୁଧବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ
ଆଜି ପାରିବାରିକ ପରିସ୍ଥିତି ସ୍ବାଭାବିକ ରହିବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚିବଢ଼ିବ। ମାତ୍ର ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଦୂରଯାତ୍ରା ପାଇଁ ପ୍ରସ୍ତୁତିରେ ସମସ୍ୟା ଦେଖାଦେଇପାରେ।
ବୃଷ
ବୃଷ
ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ସଫଳତା ହାସଲ କରିବେ। ଖଳ ଲୋକମାନଙ୍କ ପ୍ରରୋଚନାରେ ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଆଜିର ଯାତ୍ରା ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
ମିଥୁନ
ମିଥୁନ
ଟିକିଏ ଟିକିଏ କଥାରେ କଳହ ଲାଗିପାରେ ଏଣୁ ଭାବିଚିନ୍ତି କଥାବାର୍ତ୍ତା କରିବା ଭଲ। ପରିବାରରେ ସନ୍ତାନ ହେତୁକ ମାନସିକ ଆଘାତ ପାଇବେ। କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।
କର୍କଟ
କର୍କଟ
ଗ୍ରହ ସଂଯୋଗବଶତଃ ଅର୍ଥଲାଭ ହେଲେ ମଧ୍ୟ ପାରିବାରିକ କ୍ଷେତ୍ର ବିପଦସଙ୍କୁଳ ହୋଇପାରେ। ଶୁକ୍ରଙ୍କ ପ୍ରଭାବରୁ ମନ ପ୍ରଫୁଲ୍ଲ ରହିବ ଓ ମନୋରଞ୍ଜନ ପ୍ରିୟ ହେବେ। ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିପାରେ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ।
ସି˚ହ
ସି˚ହ
ଆଜିର ଗ୍ରହସ୍ଥିତି ପାଖ ,ପଡ଼ୋଶୀ କିମ୍ବା ସହକର୍ମୀଙ୍କ ସହ ସମ୍ପର୍କ ଯୋଡ଼ିବାରେ ସାହାଯ୍ୟ କରିବ। କିନ୍ତୁ କର୍ମକ୍ଷେତ୍ରରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହେବାର ସୂଚନା ଦେଖାଦେଇପାରେ। ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ। ପରୋକ୍ଷଶତ୍ରୁତା କାରଣରୁ କର୍ମ କ୍ଷେତ୍ରରେ ବାଧା ଉପୁଜିପାରେ।
କନ୍ୟା
କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରିବେ। ପ୍ରତିଦ୍ୱନ୍ଦ୍ୱିତା, ବାଣିଜ୍ୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢ଼ିବ ତଥାପି ଆପଣଙ୍କ ଉନ୍ନତ ଚିନ୍ତାରୁ ପ୍ରଶଂସିତ ହେବେ। କଠିନଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହି ବୁଲିବେ।
ତୁଳା
ତୁଳା
ଯାହା ପାଉଛନ୍ତି ସେତିକିରେ ସନ୍ତୁଷ୍ଟ ରହିବା ଭଲ ଅନ୍ୟଥା ବେଶି ଆଶାକରି କିଛି ପାଇବେନାହିଁ। ନିଜ ଲୋକ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବେ। ଅର୍ଥ ସଂଗ୍ରହ ସହ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ। ଆଜିର ଯାତ୍ରା ଶୁଭପ୍ରଦ ହେବ, ମାତ୍ର ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି।
ବିଛା
ବିଛା
ଯାହା ଭାବୁଥିବେ କାମ କରିବା ବେଳକୁ ତାହା ଠିକ୍‌ ଓଲଟା ହୋଇଯିବ। କର୍ମ କ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ସଫଳତା ହାସଲ କରିପାରିବେ। ବାଣିଜ୍ୟ,ବ୍ୟବସାୟ,ପରିବହନ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ।
ଧନୁ
ଧନୁ
ନୂତନ କର୍ମାରମ୍ଭରେ ପ୍ରଥମେ ପ୍ରଥମେ ସଙ୍କଟର ସମ୍ମୁଖୀନ ହେବେ। ବନ୍ଧୁମାନଙ୍କ ଉପରେ ପୂର୍ଣ୍ଣ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ବୈବାହିକ କର୍ମ ସକାଶେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ। ନିର୍ମାଣ ତଥା ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ ।
ମକର
ମକର
ସ୍ତ୍ରୀଙ୍କ ସହ ଭୁଲ୍‌ ବୁଝାମଣା ଓ ମନରେ ସନ୍ଦେହ ଜନିତ ଅଶାନ୍ତ ଭାବନା ସୃଷ୍ଟି ହୋଇପାରେ। ଯାତ୍ରା ସମୟରେ ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପଡ଼ିବେ। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ଶ୍ରବଣାର ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ।
କୁମ୍ଭ
କୁମ୍ଭ
ମିତ୍ରମାନେ ମଧ୍ୟ ଆକସ୍ମିକ ଭାବରେ ଶତ୍ରୁ ପାଲଟି ଯିବାର ଆଶଙ୍କା ରହିଛି। ଅବଶ୍ୟ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ। ଅଧିକ ବୁଲାବୁଲି କାରଣରୁ ଶିରପୀଡ଼ାଜନିତ ଅସୁସ୍ଥତା ଦେଖାଦେବାର ଆଶଙ୍କା ରହିଛି।
ମୀନମୀନ
ସକାଳୁ ଖୁସୀ ଖବରଟିଏ ପାଇବେ, ଯାହା କି ମନରେ ଉସତ୍ାହ ଭରିଦେବ। ଆଜିର କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବାରୁ ମାନସିକ ଶାନ୍ତି ବୃଦ୍ଧିପ୍ରାପ୍ତ ହେବ। ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ବନ୍ଧୁଙ୍କ ଦ୍ୱାରା ଅନୁପ୍ରେରିତ ହୋଇ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇକପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri