Posted inRasifala

ରାଶିଫଳ: ବୁଧବାର, ଫେବୃୟାରୀ ୮ ତାରିଖ – Daily Horoscope

ମେଷ
ଆଜି ଯାତ୍ରା, କାର୍ଯ୍ୟସାଧନ ସଙ୍ଗକୁ ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯନତ୍ କରିବେ। ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ବିଶେଷ ଭ୍ରମଣ ଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବନ୍ଧୁମାନଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବାକୁ ମନ ବଳାଇବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ବନ୍ଧୁମାନଙ୍କ କାର୍ଯ୍ୟଶୈଳୀକୁ ନାପସନ୍ଦ କରି ଅପ୍ରିୟତା ଅର୍ଜନ କରିବେ। ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧପଡ଼ କରିବାକୁ ପଡ଼ିବ। ଘରକୁ ଆସୁଥିବା ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ନିକଟ ସମ୍ପର୍କୀୟ ମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ।
ମିଥୁନ
ମିଥୁନ
ଆକସ୍ମିକ କଳହ ସଙ୍ଗକୁ ସହକର୍ମୀ କିମ୍ବା ପାଖ,ପଡ଼ୋଶୀମାନଙ୍କ ସହ ସମ୍ପର୍କରେ ହ୍ରାସ ଘଟିବ। କର୍ମକ୍ଷେତ୍ରର ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିରତା ରହି ନ ପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସାମୟିକ ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି।
କର୍କଟ
କର୍କଟ
ବନ୍ଧୁମାନଙ୍କ ଆଶ୍ୱାସନା କ୍ରମେ ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ଦୂର ହୋଇଯିବ। ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ପାରିବାରିକ ସ୍ତରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। କୃତି ଓ କୃତିତ୍ୱ ହେତୁ ବୁଦ୍ଧିଜୀବୀମାନଙ୍କ ଆଦର ପାଇପାରନ୍ତି।
ସି˚ହ
ସି˚ହ
ମନ ବୁଝିଲାଭଳି କଥା କହି ଟଙ୍କା ଯୋଗାଡ଼ କରିବା ସକାଶେ ବିଭିନ୍ନ ଯୋଜନା କରିବେ। ବନ୍ଧୁଙ୍କ ପରାମର୍ଶରେ ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଶିଳ୍ପ, ବାଣିଜ୍ୟ ଓ ପରିବହନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବା ସହ ବନ୍ଧୁଙ୍କ ସହ ଭ୍ରମଣରେ ଯିବାକୁ ସ୍ଥିର କରିପାରନ୍ତି।
କନ୍ୟା
ଗତକାଲିର ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ଭଲ ରହି ନ ପାରେ। ସହମତିରେ କାମ କଲେ ସମସ୍ୟାର ସରଳ ସମାଧାନ ହେବାରେ କୌଣସି ଅସୁବିଧା ରହିବ ନାହିଁ। ସ୍ବାର୍ଥର ବଶବର୍ତ୍ତୀ ହୋଇ ନିଜର ଆମତ୍ୀୟମାନେ ହଠାତ୍‌ ଶତ୍ରୁତା କରିବେ। ଇଚ୍ଛା ନ ଥିଲେ ମଧ୍ୟ ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ତୁଳା
ତୁଳା
ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କ ଅର୍ଥର ଆବଶ୍ୟକତା ପଡ଼ିପାରେ। ଘରକୁ ଆସିଥିବା ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବାର ସୂଚନା ରହିଛି। କର୍ମକ୍ଷେତ୍ରରେ, ସଭା ସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ବିଛା
ବିଛା
ଆଜିର କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ପ୍ରଶାସନିକ ସ୍ତରରେ ଅନ୍ୟକୁ ନିଜ କାମରେ ସହଭାଗିତା କରାଇପାରିବେ। ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହା କି ସମସ୍ୟା ସୃଷ୍ଟିର କାରଣ ହୋଇପାରେ। ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇପାରେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ସ୍ଥଗିତ କାମ ଯଥା ସମୟରେ ହୋଇଯିବ। ଆଜି ପ୍ରତିଯୋଗିତାରେ ସଫଳତା ପାଇବେ। ପରିବାରର ଆବଶ୍ୟକତାକୁ ଉପଲବ୍ଧି କରି ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ମକର
ମକର
ଦୀର୍ଘ ଦିନରୁ ସ୍ଥଗିତ ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବ। ବନ୍ଧୁମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର, କ୍ରୀଡ଼ାକ୍ଷେତ୍ରରେ ପ୍ରଶଂସିତ ହେବେ। ଆନୁଷ୍ଠାନିକ କ୍ଷେତ୍ର କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରୁ ଅର୍ଥ ଓ ସମ୍ମାନ ଲାଭ ଯୋଗ ରହିଛି।
କୁମ୍ଭ
କୁମ୍ଭ
ଯେତେ ପ୍ରକାରର ସମସ୍ୟା ଆସିଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ଦୀର୍ଘ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପରିବାରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବାର ସୂଚନା ରହିଛି।
ମୀନମୀନ
ଉପରଅଧିକାରୀଙ୍କ ଆଦେଶପ୍ରାପ୍ତ ହୋଇ ଆକସ୍ମିକ ଭାବରେ ଦୂରସ୍ଥାନକୁ ଯିବାକୁ ପଡ଼ିପାରେ। ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ। ବନ୍ଧୁମାନଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତିକୁ ସୁଧାରି ନେଇପାରନ୍ତି। ଶୁଭକାର୍ଯ୍ୟରେ ଆତ୍ମୀୟଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ନୀଚାରୋହୀ ଶନିଙ୍କ ଦୃଷ୍ଟିରେ ରହିଥିବାରୁ ମାନସିକ ସ୍ଥିତି ଭଲ ରହିବନାହିଁ। କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଅସ୍ବାସ୍ଥ୍ୟକର ରହିପାରେ। ବିବାଦୀୟ କ୍ଷେତ୍ରରେ…

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?