Posted inRasifala

ରାଶିଫଳ: ରବିବାର, ଜାନୁୟାରୀ ୮ ତାରିଖ – Daily Horoscope

ମେଷ
ଆଜି ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସମୃଦ୍ଧିଜନିତ ଖୁସି ରହିବା ସାଙ୍ଗକୁ ମନ ପ୍ରଫୁଲ୍ଲ ରହିବ। ବନ୍ଧୁଟି ଦ୍ୱାରା କାମ ହାସଲ ସହ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ଦେଖାଦେବାରୁ ଆଶ୍ୱସ୍ତି ଲାଭ କରିବେ। ସାମାଜିକ ସ୍ତରରେ ସତର୍କତାର ସହ କାମ ନ କଲେ ଫସିଯାଇ ପାରନ୍ତି।
ବୃଷ
ବୃଷ
କୃତ୍ତିକା ନକ୍ଷତ୍ର ସାମାଜିକ ସ୍ତରରେ ସମ୍ମାନିତ ହେବେ, କିନ୍ତୁ ନିଜ ଲୋକଙ୍କ ପରୋକ୍ଷ ସମାଲୋଚନାରୁ ମୁକୁଳି ପାରିବେ ନାହିଁ। ଆଶା କରିନଥିବା କ୍ଷେତ୍ରରୁ ସହସା ଧନପ୍ରାପ୍ତି ହୋଇପାରେ। ଅପରାହ୍ନେ କିଛିି ଜିନିଷ ହଜାଇବା କାରଣରୁ ମାନିକ ଅଶାନ୍ତି ଅନୁଭବ କରିବେ। ଆମତ୍ୀୟଙ୍କ ପ୍ରତି ଅନୁରାଗ ବଢ଼ିବ ଓ ତାଙ୍କ କଥାରେ ହିଁ ଚାଲିବେ।
ମିଥୁନ
ମିଥୁନ
ଆର୍ଦ୍ରା ନକ୍ଷତ୍ର ସ୍ବାସ୍ଥ୍ୟ ପ୍ରତି ସଚେତନ ରହି କାମ କରିବା ଭଲହେବ। ଦୀର୍ଘ ଦିନରୁ ଅପେକ୍ଷା କରି ରହିଥିବା ପ୍ରତିକ୍ଷିତ ଖବରଟି ଶୁଣି ଖୁସି ହେବେ। ଶିଳ୍ପ, ବାଣିଜ୍ୟ, କଳ କାରଖାନା, ହୋଟେଲ, ବ୍ୟବସାୟରୁ ସୁଫଳ ପାଇବେ। ପଡ଼ୋଶୀଙ୍କୁ କଥା ପ୍ରସଙ୍ଗରେ କୌଣସି ଗୋପନ କଥା କହି ସମସ୍ୟାକୁ ନିମନ୍ତ୍ରଣ କରିପାରନ୍ତି।
କର୍କଟ
କର୍କଟ
ଅଶ୍ଳେଷା ନକ୍ଷତ୍ରର କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। କୋର୍ଟକଚେରି ମାମଲାର ଆଶୁ ଶୁଣାଣି ହୋଇଯିବାର ସମ୍ଭାବନା ରହିଛି। ସ୍ନାୟବିକ ଦୁର୍ବଳତା କିମ୍ବା ଆଣ୍ଠୁ ଗଣ୍ଠିରେ ଦରଜ ଜନିତ ପୀଡ଼ା ଅନୁଭବ କରିବେ। ସଭାସମିତି କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରି ସମ୍ମାନିତ ହୋଇ ପାରନ୍ତି।
ସି˚ହ
ସି˚ହ
ଆଜି ହାତେ ମାପି ଚାଖଣ୍ଡେ ଚାଲନ୍ତୁ, ନତୁବା ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ। ପୂର୍ବା ଫାଲ୍‌ଗୁନୀ ସକାଶେ ପରିସ୍ଥିତିକୁ ସୁଧାରିବାକୁ ଯାଇ ଧାର କରଜ କରିବାକୁ ପଡ଼ିପାରେ। ବିଭିନ୍ନ ସମସ୍ୟା କ୍ଷେତ୍ରରେ ଗୁରୁଜନଙ୍କ ସାନ୍ତ୍ବନାବାଣୀ ମନରେ ଆଶ୍ୱସ୍ତି ଭରିପାରେ। ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
କନ୍ୟା
ଶାରୀରିକ ଅସୁସ୍ଥତା କାରଣରୁ ସାମୟିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ହସ୍ତା ନକ୍ଷତ୍ର କର୍ମକ୍ଷେତ୍ରରେ କୌଣସି ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ସାମାଜିକ ସ୍ତରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ହିତୈଷୀମାନେ ପୂର୍ବରୁ ଥିବା ସମସ୍ୟା ସମାଧାନ କରିବା ଦିଗରେ ତପତ୍ରତା ପ୍ରକାଶ କରିବେ।
ତୁଳା
ତୁଳା
ବିଶାଖା ନକ୍ଷତ୍ରର ଅଟକି ରହିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବାର ଆଶା ରଖି ମନକୁ ବୁଝାଇ ନେବେ। ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। କେତେକ କ୍ଷେତ୍ରରେ ସୁଯୋଗ ଆପଣାଛାଏଁ ପାଖରେ ଆସି ଜୁଟିବ।
ବିଛା
ବିଛା
ଜ୍ୟେଷ୍ଠା ନକ୍ଷତ୍ର ଅଟକି ରହିଥିବା ଅସମ୍ପୂର୍ଣ୍ଣ କାମକୁ ଆଜି ପୂର୍ଣ୍ଣାଙ୍ଗ କରିପାରିବେ। ଶିଳ୍ପ, ବାଣିଜ୍ୟ ତଥା ବ୍ୟବସାୟରେ ଖିଲାପ କରି ଦଣ୍ଡିତ ହୋଇପାରନ୍ତି। ସାଧାରଣ କଥାରେ ଅସହିଷ୍ଣୁ ମନୋଭାବ ପୋଷଣ କରି ପରିବାରରେ ଅଶାନ୍ତି ସୃଷ୍ଟି ହୋଇପାରେ। ଆର୍ଥିକ ସ୍ଥିତି ପ୍ରାୟତଃ ଭଲ ରହିବା କାରଣରୁ ମନ ଖୁସି ରହିବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ମୂଳା ନକ୍ଷତ୍ର ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। ରାଜନୀତି କ୍ଷେତ୍ରରେ, ସାଙ୍ଗଠନିକ ସ୍ତରରେ ଲକ୍ଷ୍ୟ ହାସଲ କରିବେ। କଥାରେ ସ୍ଥିରତା ନଥିବା ହେତୁ ବନ୍ଧୁଙ୍କ ପ୍ରତିଶ୍ରୁତି ଉପରେ ଭରସା କରିପାରିବେ ନାହିଁ।
ମକର
ମକର
ପାରିବାରିକ ସ୍ଥିତି ଭଲ ରହିବ ଓ ପ୍ରିୟଜନଙ୍କ ଆଦରଣୀୟ ହେବେ। ଶ୍ରବଣା ନକ୍ଷତ୍ର କର୍ମକ୍ଷେତ୍ରରେ ଅସନ୍ତୁଷ୍ଟ ରହିବେ। ଗୃହ ନିର୍ମାଣ, ଜମିଜମା କାରବାର, ଯାନବାହନ ମରାମତି, ବେପାର, ପରିବହନ କ୍ଷେତ୍ରରେ ସମସ୍ୟା ଆସିବ। ଶିକ୍ଷା, ପରୀକ୍ଷା, ଆଲୋଚନା, ସଭାସମିତି, ଚୁକ୍ତିପତ୍ର କ୍ଷେତ୍ରରୁ ସଫଳତା ପାଇପାରନ୍ତି।
କୁମ୍ଭ
କୁମ୍ଭ
ଶତଭିଷା ନକ୍ଷତ୍ର ଅନ୍ୟମନସ୍କ ହେତୁ ପ୍ରତ୍ୟେକ କ୍ଷେତ୍ରରେ ବ୍ୟତିକ୍ରମ ପରିଲକ୍ଷିତ ହେବ। ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢ଼ିଯିବା ସୂଚନା ରହିଛି। ଗଣଯୋଗାଯୋଗ, ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ଦିନଟି ବହୁତ ଭଲ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ହାସଲ କରିବେ।
ମୀନମୀନ
କର୍ମକ୍ଷେତ୍ରରେ ଆଗାମୀ ସମୟ ସକାଶେ ନୂତନ ଖସଡ଼ା ପ୍ରସ୍ତୁତ କରିପାରନ୍ତି। ଅର୍ଥଲାଭ ସାଙ୍ଗକୁ କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଥିବା ସମସ୍ୟା ସମାଧାନ ହୋଇଯିବ। ଅଫିସରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ଉତ୍ତର ଭାଦ୍ରବ ନକ୍ଷତ୍ର ଆଶା କରିଥିବା ଜିନିଷ ଲାଭ କରି ଖୁସି ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri