Posted inRasifala

ରାଶିଫଳ: ଗୁରୁବାର, ଜୁଲାଇ ୦୮ ତାରିଖ – Daily Horoscope

ମେଷ
ଆଜି ହଠାତ୍‌ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ ହୋଇଯିବ। ଯାତ୍ରା ଓ ସାନ୍ଧ୍ୟ ଭ୍ରମଣରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। ଭୁଲ୍‌ ବୁଝାମଣା କାରଣରୁ କୌଣସି ଅପରିଚିତଙ୍କ ସହ କଳହ ଲାଗିପାରେ।
ବୃଷ
ବୃଷ
କେତେକ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ। ବନ୍ଧୁଙ୍କ ସହାନୁଭୂତି ଲଭିବା ଫଳରେ ବିବାଦୀୟ ଘଟଣା ଓ ଆର୍ଥିକ ସମସ୍ୟାର ସମାଧାନ ଘଟିବ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ପରିସ୍ଥିତି ସାମାନ୍ୟ ରହିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ।
ମିଥୁନ
ମିଥୁନ
ନିଜର ଫାଇଦା ହାସଲ ପାଇଁ କିମ୍ବା ଅର୍ଥପ୍ରାପ୍ତି ଲାଳସାରେ ବନ୍ଧୁମାନେ ମନଲୋଭା କଥା କହି ପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବ। ଆକସ୍ମିକ ଭାବରେ ମିତ୍ର ବନ୍ଧୁଙ୍କ ସହ ମନାନ୍ତର ଘଟିବାର ସମ୍ଭାବନା ରହିଛି। ବାଣିଜ୍ୟ, ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା କ୍ରମଶଃ ବୃଦ୍ଧି ପାଇବ।
କର୍କଟ
କର୍କଟ
ଦୀର୍ଘଦିନର ସ୍ଥଗିତ କାମକୁ ଆରମ୍ଭ କରିବାର ଅନୁକୂଳ ବାତାବରଣ ସୃଷ୍ଟି ହେବ। ସହକର୍ମୀମାନେ ପ୍ରତ୍ୟେକ କ୍ଷେତ୍ରରେ ସହଯୋଗର ହାତ ବଢ଼ାଇବେ। ଆଜିର ପ୍ରତ୍ୟୁଷଯାତ୍ରାରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।
ସି˚ହ
ସି˚ହ
ଆଜି ଯାତ୍ରା,ବାଣିଜ୍ୟ,ବ୍ୟବସାୟ ପ୍ରଭୃତି ଦିଗରୁ ଶୁଭଫଳ ପାଇବେ। ଆକସ୍ମିକ ଭାବରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। କାର୍ଯ୍ୟବ୍ୟସ୍ତ ଯୋଗୁ ମିଶିବାକୁ ଆସିଥିବା ବନ୍ଧୁଙ୍କ ସହ ଆଲୋଚନା କରିବାର ଅବସର ପାଇବେ ନାହିଁ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବା କାରଣରୁ ସାମୟିକ ଭାବରେ ଆଶ୍ୱସ୍ତି ଲାଭ କରିବେ।
କନ୍ୟା
ଆପଣ ଅନ୍ୟମାନଙ୍କ ପାଇଁ ତ୍ୟାଗ ସ୍ବୀକାର କଲେ ମଧ୍ୟ ସେମାନେ ତାହାକୁ ସହଜରେ ଗ୍ରହଣ କରି ପାରିବେ ନାହିଁ। ଚିନ୍ତା କରିଥିବା କାମଗୁଡ଼ିକ ଆଜି ପରିସ୍ଥିତିବଶତଃ ବାସ୍ତବରେ ଓଲଟା ହେବାରୁ ଚିନ୍ତା ପ୍ରକଟ କରିବେ। କଳା, ସାହିତ୍ୟ, ସାମ୍ବାଦିକତା ତଥା ସାହିତ୍ୟ ଓ ଆଧ୍ୟାତ୍ମିକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ତୁଳା
ତୁଳା
ସମସ୍ୟା ମଧ୍ୟରେ ଆଜିହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି। କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିପାରନ୍ତି। କର୍ମକ୍ଷେତ୍ରରେ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବାର ଅନୁଭବ କରିବେ। ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ।
ବିଛା
ବିଛା
ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ଆରମ୍ଭକରିବାକୁ ମନ ବଳାଇବେ। ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି କାରଣରୁ ବ୍ୟବସାୟରେ ମତାନ୍ତର ଦେଖା ଦେଇପାରେ। ସାହାଯ୍ୟ କରିବାକୁ ବନ୍ଧୁ କହିପାରନ୍ତି, ଏହି କଥା ମନରେ ଚିନ୍ତାକରି ନିକଟ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ। ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବାର ସୂଚନା ରହିଛି।
ଧନୁ
ଧନୁ
ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି। କ୍ରନିକ୍‌ ରୋଗ କାରଣରୁ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ। ହାତକୁ ନେଇଥିବା ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ନିର୍ମାଣ କ୍ଷେତ୍ରରେ ବିଭିନ୍ନ ପ୍ରକାର ଚାପର ସମ୍ମୁଖୀନ ହୋଇପାରନ୍ତି।
ମକର
ମକର
ଆଜି ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ। ଘରେ ବନ୍ଧୁ ମିଳନ ଜନିତ ଆମୋଦ ପ୍ରମୋଦର ସୁଅ ଛୁଟିବ। ମନ ବୁଝିଲାଭଳି କଥା କହି ପାଖ ପଡ଼ୋଶୀମାନେ ନିିଜର କାର୍ଯ୍ୟ ହାସଲ କରିନେବେ। ଶ୍ରବଣାର ହଠାତ୍‌ ସମସ୍ୟା ସୃଷ୍ଟି ହେବା କାରଣରୁ ପୂର୍ଣ୍ଣାଙ୍ଗ ହେବାକୁ ଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ।
କୁମ୍ଭ
କୁମ୍ଭ
ଆଜିର ଯାତ୍ରା ପ୍ରୀତିପ୍ରଦ ରହିବା ସାଙ୍ଗକୁ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। କର୍ମକ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସାମାନ୍ୟ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଦିନଟି ପ୍ରାୟତଃ ଭଲରେ ଅତିବାହିତ ହେବ।
ମୀନମୀନ
କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରି କର୍ମମୁଖର ରହିବେ। ଅନ୍ୟମାନଙ୍କ କଥାକୁ ଗୁରୁ୍‌ତ୍ୱ ନ ଦେଇ ନିଜ କାମରେ ମନ ଦେଇପାରନ୍ତି। ଅଫିସ୍‌ରେ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡ଼ିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri