Posted inRasifala

ରାଶିଫଳ: ମଙ୍ଗଳବାର, ଜୁନ୍‌ ୮ ତାରିଖ – Daily Horoscope

ମେଷ
ଆଜି ଶ୍ରୀଚନ୍ଦ୍ର ହେତୁ ଅର୍ଥଲାଭ ସଙ୍ଗକୁ ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ପୂର୍ବ କଳହ, ସମ୍ପର୍କୀୟ ଚିନ୍ତା କରିବେ। ଅଭାବ ଦୂରୀକରଣ କ୍ଷେତ୍ରରେ ବନ୍ଧୁମାନଙ୍କ ସହଯୋଗରେ ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ। ପାରିବାରିକ ସ୍ତରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। କଳା, ସାହିତ୍ୟ, ସାମ୍ବାଦିକତା, ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ।
ବୃଷ
ବୃଷ
ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାମଗୁଡିକ ଅଟକି ରହିଯାଇଥିବାରୁ ମାନସିକ ସ୍ଥିତି ସେତେଟା ଭଲ ରହିବ ନାହିଁ। ପୂର୍ବପରି କର୍ମକ୍ଷେତ୍ରରେ ଆଉ ସ୍ନେହ,ସଦ୍ଦିଚ୍ଛା ଓ ସମ୍ମାନର ଅଭାବ ମନରେ ବହୁତ କ୍ଷୋଭ ଆଣିବ। ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ, ଅନ୍ୟଥା ପରକ୍ଷଣରେ ବେଶି ଚିନ୍ତା କରିବାକୁ ପଡିବ।
ମିଥୁନ
ମିଥୁନ
ପାରିବାରିକ କ୍ଷେତ୍ରରେ ଟେନସନ୍‌ ଲାଗିରହିବ। ସବୁ କିଛି ବିଗିଡି ଯାଉଥିବାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ଆଜି କର୍ମ କ୍ଷେତ୍ରରେ, ପରିବାରରେ, ମିତ୍ର ବନ୍ଧନରେ, ଲେଖାପଢାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରିବେ। ପରୋକ୍ଷ ଶତ୍ରୁତା ଆପଣଙ୍କ କାମକୁ ପ୍ରତ୍ୟେକ କ୍ଷେତ୍ରରେ ସଂକଟଜନକ ସ୍ଥିତିକୁ ନେବାରେ ମୁଖ୍ୟ ଭୂମିକା ସାଜିବ।
କର୍କଟ
କର୍କଟ
ପରିସ୍ଥିତି ବିଶେଷ ଅନୁକୂଳ ନ ହେବା କାରଣରୁ ମାନସିକ ସ୍ତରରେ ସେତେଟା ଉତ୍ସାହିତ ହୋଇ ପାରିବେ ନାହିଁ। କଠୋର ପରିଶ୍ରମ ଓ ଖାଦ୍ୟପେୟରେ ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଅଚାନକ ସମସ୍ୟା ସୃଷ୍ଟି ହୋଇପାରେ।
ସି˚ହ
ସି˚ହ
ଅନ୍ୟମାନଙ୍କୁ ବୁଝାଇ ଶୁଝାଇ କାମ ହାସଲ ପାଇଁ ଚେଷ୍ଟା କଲେ ହୁଏତ କେତେକାଂଶରେ ଉପକୃତ ହୋଇପାରିବେ। ଅବଶ୍ୟ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ। ଆଜିର ପ୍ରତ୍ୟୁଷ ଯାତ୍ରା କାଳରେ ମିତ୍ରତା ସୃଷ୍ଟି କରିପାରନ୍ତି।
କନ୍ୟା
କୌଣସି ପ୍ରକାରର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନ ହୋଇ ଆଜି କାମ ସମ୍ପନ୍ନ କରିବେ। ଲୋଭନୀୟ ପ୍ରତିଶ୍ରୁତି କିମ୍ବା ସାହାଯ୍ୟ କରିବା କଥା କହି ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ନୂତନ କର୍ମାରମ୍ଭ ସକାଶେ ପରିବାରରୁ ପ୍ରତିରୋଧର ସମ୍ଭାବନା ରହିଛି। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁଁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ।
ତୁଳା
ତୁଳା
ସାହାଯ୍ୟ, ସହଯୋଗ ନ ପାଇଲେ ମଧ୍ୟ ଆତ୍ମବଳ ଓ ଦକ୍ଷତା ମାଧ୍ୟମରେ ପ୍ରତ୍ୟେକ ପରିସ୍ଥିତିକୁ ସାମନା କରିପାରିବେ। ପାରିବାରିକ ସମସ୍ୟାର ସରଳ ସମାଧାନ ମଧ୍ୟ ହୋଇଯିବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ଦୁଶ୍ଚିନ୍ତା ବଢି ଯାଇପାରେ। ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବେ।
ବିଛା
ବିଛା
ଆଜିର କାମ ଠିକ୍‌ ଠିକ୍‌ ହୋଇଯିବ। ତରବରିଆ ନିଷ୍ପତ୍ତି ଠିକ୍‌ ହେବ ନାହିଁ। ବନ୍ଧୁଙ୍କ ଆଦର, ଗୌରବରେ ନିଜର ଅତୀତ ଦୁଃଖକୁ ସାମୟିକ ଭାବରେ ପାସୋରି ଦେଇ ପାରନ୍ତି। ମାଙ୍ଗଳିକ, ଆନୁଷ୍ଠାନିକ କିମ୍ବା ଧର୍ମକାର୍ଯ୍ୟ, ସତ୍‌ସଙ୍ଗରେ ନିଜକୁ ନିୟୋଜିତ କଲେ ପ୍ରଶଂସିତ ହେବେ। ଦୀର୍ଘ ଦିନର ପରିକଳ୍ପିତ ନୂତନ ଯୋଜନା ପାଇଁ କର୍ମତପତ୍ର ହୋଇ ଉଠିବେ।
ଧନୁ
ଧନୁ
ଆପଣଙ୍କର କୌଣସି କାମ ଅଟକିବ ନାହିଁ କିମ୍ବା ଯିଏ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ କିଛି କରି ପାରିବେ ନାହିଁ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବା କାରଣରୁ ସାମୟିକ ଖୁସୀ ରହିବେ। ଜମିଜମା ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ। ଆଜିର ଦୂରଯାତ୍ରା, ବନ୍ଧୁ ମିଳନଜନିତ ଆନନ୍ଦ ଅନୁଭବ କରିବେ।
ମକର
ମକର
ବନ୍ଧୁମାନଙ୍କ ସହଯୋଗ କ୍ରମେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ମଧ୍ୟ ହୋଇଯିବ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ସହକର୍ମୀଙ୍କ ସାହାଯ୍ୟ ନେଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଉପରିସ୍ଥଙ୍କ ନିକଟରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ।
କୁମ୍ଭ
କୁମ୍ଭ
ନିଜର ଲୋକଙ୍କ ପରୋକ୍ଷ ଶତ୍ରୁତା ଓ ବିରୋଧ ମନୋଭାବ ଯୋଗୁଁ ମାନସିକ ସ୍ତରରେ ବିଚଳିତବୋଧ କରିବେ। ନିର୍ମାଣ କ୍ଷେତ୍ରରେ ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ।
ମୀନମୀନ
ଯାହାକୁ ବିଶ୍ୱାସ କରି କିଛି ଗୋପନୀୟ କଥା କହିବେ ସେହି ବ୍ୟକ୍ତି ହିଁ ସବୁ ସମସ୍ୟା ସୃଷ୍ଟି କରିବ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ଆଶଙ୍କା ରହିଛି। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗଁୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ। ଅବଶ୍ୟ ବ୍ୟୟ ଭାର କ୍ରମଶଃ କମି ଆସିବାରୁ ସାମୟିକ ଆଶ୍ୱସ୍ତି ଲାଭ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri