Posted inRasifala

ରାଶିଫଳ: ବୁଧବାର, ଜୁନ୍ ୮ ତାରିଖ – Daily Horoscope

ମେଷ
ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ପୂର୍ବ କଳହ, ସମ୍ପର୍କୀୟ ଆଲୋଚନାରେ ନିମଜ୍ଜିତ କରାଇବ। ଅଭାବ ଦୂରୀକରଣ କ୍ଷେତ୍ରରେ ବନ୍ଧୁମାନଙ୍କ ସହଯୋଗରେ ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ। ପାରିବାରିକ ସ୍ତରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। କଳା, ସାହିତ୍ୟ, ସାମ୍ବାଦିକତା, ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ।
ବୃଷ
ବୃଷ
ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାମଗୁଡିକ ଅଟକି ରହିଯାଇଥିବାରୁ ମାନସିକ ସ୍ଥିତି ସେତେଟା ଭଲ ରହିବ ନାହିଁ। ପୂର୍ବପରି କର୍ମକ୍ଷେତ୍ରରେ ଆଉ ସ୍ନେହ, ସଦିଚ୍ଛା ଓ ସମ୍ମାନର ଅଭାବ ମନରେ ବହୁତ କ୍ଷୋଭ ଆଣିବ। ପରିବାରରେ ଅର୍ଥ ସମ୍ପର୍କକୁ ନେଇ ଭା୍ରତୃବିବାଦ ଦେଖାଦେଇ ପାରେ। ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।
ମିଥୁନ
ମିଥୁନ
ମନର କଥାକୁ ଅନ୍ୟମାନଙ୍କୁ ଜଣାଇଲେ ମଧ୍ୟ ସହାନୁଭୂତି ପାଇବା ଦୁର୍ଲଭ ହୋଇପଡିବ। ପାରିବାରିକ କ୍ଷେତ୍ରରେ ଟେନସନ୍‌ ଲାଗିରହିବ। ସବୁ କାମ ବିଗିଡି ଯାଉଥିବାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ଆଜି କର୍ମ କ୍ଷେତ୍ରରେ, ପରିବାରରେ, ମିତ୍ର ବନ୍ଧୁରେ, ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରିବେ।
କର୍କଟ
କର୍କଟ
ପରିସ୍ଥିତି ବିଶେଷ ଅନୁକୂଳ ନ ହେବାରୁ ଉସତ୍ାହିତ ହୋଇପାରିବେ ନାହିଁ। ଅନିଦ୍ରା, କଠୋର ପରିଶ୍ରମ ଓ ଖାଦ୍ୟପେୟରେ ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହେବ। ଆଶା ପୂରଣ ନ ହେଲେ ମଧ୍ୟ କେତେକାଂଶରେ ଉପକୃତ ହେବା କାରଣରୁ ମନକୁ ବୁଝାଇନେବେ। ଶିଳ୍ପ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଅଚାନକ ସମସ୍ୟା ସୃଷ୍ଟି ହୋଇପାରେ।
ସି˚ହ
ସି˚ହ
ଅନ୍ୟମାନଙ୍କୁ ବୁଝାଇ ଶୁଝାଇ କାମ ହାସଲ ପାଇଁ ଚେଷ୍ଟା କଲେ ହୁଏତ କେତେକାଂଶରେ ଉପକୃତ ହୋଇ ପାରିବେ। କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ। କର୍ମକ୍ଷେତ୍ରରେ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ସାମାଜିକ ସ୍ତରରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ।
କନ୍ୟା
କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନ ହୋଇ ଆଜିର କାମଗୁଡିକୁ ସମ୍ପନ୍ନ କରିପାରିବେ। ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ବିଶ୍ୱାସ କରି କାମ କଲେ ଅସୁବିଧାରେ ପଡି ପାରନ୍ତି। କୌଣସି ଲୋଭନୀୟ ପ୍ରତିଶ୍ରୁତି କିମ୍ବା ସାହାଯ୍ୟ କରିବା କଥା କହି ବନ୍ଧୁଙ୍କୁ ଆପ୍ୟାୟିତ କରିବେ। କର୍ମାରମ୍ଭ ସକାଶେ ପରିବାରରୁ ପ୍ରତିରୋଧର ସମ୍ଭାବନା ରହିଛି।
ତୁଳା
ତୁଳା
ଆତ୍ମବଳ ଓ ଦକ୍ଷତା ମାଧ୍ୟମରେ ପ୍ରତ୍ୟେକ ପରିସ୍ଥିତିକୁ ସାମନା କରିପାରିବେ। ଲାଗି ରହିଥିବା ପାରିବାରିକ ସମସ୍ୟାର ସରଳ ସମାଧାନ ହୋଇଯିବ। ପଡୋଶୀମାନେ ନିଜର ସ୍ବାର୍ଥ ହାସଲ ପରିପ୍ରେକ୍ଷୀରେ ଅଯଥା ମିଥ୍ୟାରୋପ କରି କଳହ କରିପାରନ୍ତି। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ଦୁଶ୍ଚିନ୍ତା ବଢି ଯାଇପାରେ।
ବିଛା
ବିଛା
କାମଗୁଡିକ ସବୁ ଠିକ୍‌ ଠିକ୍‌ ହୋଇଯିବ କିନ୍ତୁ ତରବରିଆ ନିଷ୍ପତ୍ତି ନେବା ଠିକ୍‌ ହେବ ନାହିଁ। ବନ୍ଧୁଙ୍କ ଆଦର, ଗୌରବରେ ଅତୀତ ଦୁଃଖକୁ ପାସୋରି ଦେଇପାରନ୍ତି। ମାଙ୍ଗଳିକ କାର୍ଯ୍ୟ, ଆନୁଷ୍ଠାନିକ କିମ୍ବା ଧର୍ମକାର୍ଯ୍ୟ, ସତ୍‌ସଙ୍ଗରେ ଯୋଗଦେଲେ ପ୍ରଶଂସିତ ହେବେ। କୌଣସି ଯୁବକ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ।
ଧନୁ
ଧନୁ
ଆପଣଙ୍କର କୌଣସି କାମ ଅଟକିବ ନାହିଁ କିମ୍ବା ଯିଏ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ କିଛି କରି ପାରିବେ ନାହିଁ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବା କାରଣରୁ ସାମୟିକ ଖୁସି ରହିବେ। ଜମିଜମା ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ। ଅଫିସ୍‌ କାମରେ ମଧ୍ୟାହ୍ନରେ ଟେନସନ୍‌ ବଢିପାରେ।
ମକର
ମକର
ବନ୍ଧୁ ମାନଙ୍କ ସହଯୋଗ କ୍ରମେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ମଧ୍ୟ ହୋଇଯିବ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ସହକର୍ମୀଙ୍କ ସାହାଯ୍ୟ ନେଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଉପରିସ୍ଥଙ୍କ ନିକଟରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ।
କୁମ୍ଭ
କୁମ୍ଭ
ନିଜ ଲୋକଙ୍କ ପରୋକ୍ଷ ଶତ୍ରୁତା ଓ ବିରୋଧ ଯୋଗୁ ମାନସିକ ସ୍ତରରେ ବିଚଳିତ ହେବେ। ନିର୍ମାଣ କ୍ଷେତ୍ରରେ ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ଯେକୌଣସି କ୍ଷେତ୍ରରେ ହେଉନା କାହିଁକି, ଆପଣ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ମୀନମୀନ
ଆବଶ୍ୟକତାରୁ ଅଧିକ କହିବା ଅହିତକର ହୋଇପାରେ। ଯାହାକୁ ବିଶ୍ୱାସରେ ଗୋପନୀୟ କଥା କହିବେ ସେ ହିଁ ସବୁ ସମସ୍ୟା ସୃଷ୍ଟିର କେନ୍ଦ୍ରବିନ୍ଦୁ ପାଲଟି ଯିବ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ଆଶଙ୍କା ରହିଛି। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri