Posted inRasifala

ରାଶିଫଳ: ବୁଧବାର, ଜୁନ୍ ୮ ତାରିଖ – Daily Horoscope

ମେଷ
ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ପୂର୍ବ କଳହ, ସମ୍ପର୍କୀୟ ଆଲୋଚନାରେ ନିମଜ୍ଜିତ କରାଇବ। ଅଭାବ ଦୂରୀକରଣ କ୍ଷେତ୍ରରେ ବନ୍ଧୁମାନଙ୍କ ସହଯୋଗରେ ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ। ପାରିବାରିକ ସ୍ତରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। କଳା, ସାହିତ୍ୟ, ସାମ୍ବାଦିକତା, ଚଳଚ୍ଚିତ୍ର କ୍ଷେତ୍ରରୁ ସୁଫଳ ମିଳିବ।
ବୃଷ
ବୃଷ
ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାମଗୁଡିକ ଅଟକି ରହିଯାଇଥିବାରୁ ମାନସିକ ସ୍ଥିତି ସେତେଟା ଭଲ ରହିବ ନାହିଁ। ପୂର୍ବପରି କର୍ମକ୍ଷେତ୍ରରେ ଆଉ ସ୍ନେହ, ସଦିଚ୍ଛା ଓ ସମ୍ମାନର ଅଭାବ ମନରେ ବହୁତ କ୍ଷୋଭ ଆଣିବ। ପରିବାରରେ ଅର୍ଥ ସମ୍ପର୍କକୁ ନେଇ ଭା୍ରତୃବିବାଦ ଦେଖାଦେଇ ପାରେ। ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।
ମିଥୁନ
ମିଥୁନ
ମନର କଥାକୁ ଅନ୍ୟମାନଙ୍କୁ ଜଣାଇଲେ ମଧ୍ୟ ସହାନୁଭୂତି ପାଇବା ଦୁର୍ଲଭ ହୋଇପଡିବ। ପାରିବାରିକ କ୍ଷେତ୍ରରେ ଟେନସନ୍‌ ଲାଗିରହିବ। ସବୁ କାମ ବିଗିଡି ଯାଉଥିବାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ଆଜି କର୍ମ କ୍ଷେତ୍ରରେ, ପରିବାରରେ, ମିତ୍ର ବନ୍ଧୁରେ, ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରିବେ।
କର୍କଟ
କର୍କଟ
ପରିସ୍ଥିତି ବିଶେଷ ଅନୁକୂଳ ନ ହେବାରୁ ଉସତ୍ାହିତ ହୋଇପାରିବେ ନାହିଁ। ଅନିଦ୍ରା, କଠୋର ପରିଶ୍ରମ ଓ ଖାଦ୍ୟପେୟରେ ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହେବ। ଆଶା ପୂରଣ ନ ହେଲେ ମଧ୍ୟ କେତେକାଂଶରେ ଉପକୃତ ହେବା କାରଣରୁ ମନକୁ ବୁଝାଇନେବେ। ଶିଳ୍ପ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଅଚାନକ ସମସ୍ୟା ସୃଷ୍ଟି ହୋଇପାରେ।
ସି˚ହ
ସି˚ହ
ଅନ୍ୟମାନଙ୍କୁ ବୁଝାଇ ଶୁଝାଇ କାମ ହାସଲ ପାଇଁ ଚେଷ୍ଟା କଲେ ହୁଏତ କେତେକାଂଶରେ ଉପକୃତ ହୋଇ ପାରିବେ। କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ। କର୍ମକ୍ଷେତ୍ରରେ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ। ସାମାଜିକ ସ୍ତରରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ।
କନ୍ୟା
କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନ ହୋଇ ଆଜିର କାମଗୁଡିକୁ ସମ୍ପନ୍ନ କରିପାରିବେ। ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ବିଶ୍ୱାସ କରି କାମ କଲେ ଅସୁବିଧାରେ ପଡି ପାରନ୍ତି। କୌଣସି ଲୋଭନୀୟ ପ୍ରତିଶ୍ରୁତି କିମ୍ବା ସାହାଯ୍ୟ କରିବା କଥା କହି ବନ୍ଧୁଙ୍କୁ ଆପ୍ୟାୟିତ କରିବେ। କର୍ମାରମ୍ଭ ସକାଶେ ପରିବାରରୁ ପ୍ରତିରୋଧର ସମ୍ଭାବନା ରହିଛି।
ତୁଳା
ତୁଳା
ଆତ୍ମବଳ ଓ ଦକ୍ଷତା ମାଧ୍ୟମରେ ପ୍ରତ୍ୟେକ ପରିସ୍ଥିତିକୁ ସାମନା କରିପାରିବେ। ଲାଗି ରହିଥିବା ପାରିବାରିକ ସମସ୍ୟାର ସରଳ ସମାଧାନ ହୋଇଯିବ। ପଡୋଶୀମାନେ ନିଜର ସ୍ବାର୍ଥ ହାସଲ ପରିପ୍ରେକ୍ଷୀରେ ଅଯଥା ମିଥ୍ୟାରୋପ କରି କଳହ କରିପାରନ୍ତି। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ଦୁଶ୍ଚିନ୍ତା ବଢି ଯାଇପାରେ।
ବିଛା
ବିଛା
କାମଗୁଡିକ ସବୁ ଠିକ୍‌ ଠିକ୍‌ ହୋଇଯିବ କିନ୍ତୁ ତରବରିଆ ନିଷ୍ପତ୍ତି ନେବା ଠିକ୍‌ ହେବ ନାହିଁ। ବନ୍ଧୁଙ୍କ ଆଦର, ଗୌରବରେ ଅତୀତ ଦୁଃଖକୁ ପାସୋରି ଦେଇପାରନ୍ତି। ମାଙ୍ଗଳିକ କାର୍ଯ୍ୟ, ଆନୁଷ୍ଠାନିକ କିମ୍ବା ଧର୍ମକାର୍ଯ୍ୟ, ସତ୍‌ସଙ୍ଗରେ ଯୋଗଦେଲେ ପ୍ରଶଂସିତ ହେବେ। କୌଣସି ଯୁବକ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ।
ଧନୁ
ଧନୁ
ଆପଣଙ୍କର କୌଣସି କାମ ଅଟକିବ ନାହିଁ କିମ୍ବା ଯିଏ ଯେତେ ସମସ୍ୟା ସୃଷ୍ଟି କଲେ ମଧ୍ୟ କିଛି କରି ପାରିବେ ନାହିଁ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍‌ ରହିବା କାରଣରୁ ସାମୟିକ ଖୁସି ରହିବେ। ଜମିଜମା ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ। ଅଫିସ୍‌ କାମରେ ମଧ୍ୟାହ୍ନରେ ଟେନସନ୍‌ ବଢିପାରେ।
ମକର
ମକର
ବନ୍ଧୁ ମାନଙ୍କ ସହଯୋଗ କ୍ରମେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ମଧ୍ୟ ହୋଇଯିବ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ସହକର୍ମୀଙ୍କ ସାହାଯ୍ୟ ନେଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଉପରିସ୍ଥଙ୍କ ନିକଟରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ।
କୁମ୍ଭ
କୁମ୍ଭ
ନିଜ ଲୋକଙ୍କ ପରୋକ୍ଷ ଶତ୍ରୁତା ଓ ବିରୋଧ ଯୋଗୁ ମାନସିକ ସ୍ତରରେ ବିଚଳିତ ହେବେ। ନିର୍ମାଣ କ୍ଷେତ୍ରରେ ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ଯେକୌଣସି କ୍ଷେତ୍ରରେ ହେଉନା କାହିଁକି, ଆପଣ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ମୀନମୀନ
ଆବଶ୍ୟକତାରୁ ଅଧିକ କହିବା ଅହିତକର ହୋଇପାରେ। ଯାହାକୁ ବିଶ୍ୱାସରେ ଗୋପନୀୟ କଥା କହିବେ ସେ ହିଁ ସବୁ ସମସ୍ୟା ସୃଷ୍ଟିର କେନ୍ଦ୍ରବିନ୍ଦୁ ପାଲଟି ଯିବ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ଆଶଙ୍କା ରହିଛି। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri