Posted inRasifala

ରାଶିଫଳ: ସୋମବାର, ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ
ଏଇ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। କୃତ୍ତିକା ନକ୍ଷତ୍ରର କାମଗୁଡ଼ିକ ଟିକିଏ ବିଳମ୍ବ ଓ ଝାମେଲା ଭିତରେ ହିଁ ହେବ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି। କେତେକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ।
ବୃଷ
ବୃଷ
ସ୍ବାସ୍ଥ୍ୟ ବିଶେଷ ଖରାପ ନ ଥିଲେ ମଧ୍ୟ ବିଭିନ୍ନ ଘରୋଇ ଝାମେଲା କାରଣରୁ ମନଟା ଭଲ ରହିବ ନାହିଁ। କେତେକ କ୍ଷେତ୍ରରେ ହଠାତ୍‌ ମତ ପରିବର୍ତ୍ତନ ଅନର୍ଥର କାରଣ ହୋଇପାରେ। ବ୍ୟବସାୟ, ଲେଖାପଢ଼ା, ପ୍ରଶାସନ ତଥା ପ୍ରକାଶନରେ ଶୁଭଫଳ। ରୋହିଣୀ ନକ୍ଷତ୍ର, ଆଜି ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ।
ମିଥୁନ
ମିଥୁନ
ଅଟକି ରହିଥିବା କାମ ସୁବିଧାରେ ହୋଇଯିବ। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ। ଆର୍ଥିକ ପରିସ୍ଥିତି ବଦଳାଇବା ପାଇଁ କର୍ମମୁଖର ହେବେ। ନିର୍ମାଣ କ୍ଷେତ୍ରରେ ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢ଼ିଚାଲିବ। ପୁନର୍ବସୁ ନକ୍ଷତ୍ର ଲକ୍ଷ୍ୟ ହାସଲରେ ସମର୍ଥ ହେବେ ଓ ସଫଳତା ମଧ୍ୟ ପାଇବେ।
କର୍କଟ
କର୍କଟ
ଆପଣ ପରିସ୍ଥିତିକୁ ଯେତେ ଜଟିଳ ମନେକରୁଛନ୍ତି ସେମିତି କିଛି ହେବନି। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ତଥା ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଭୁଲ୍‌ ବୁଝାମଣାରୁ ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେଇପାରେ। ପୁଷ୍ୟା ନକ୍ଷତ୍ର ଜାତ ବ୍ୟକ୍ତି ଅର୍ଥହାନି ଓ ଅଭାବ ଅସୁବିଧା ଯୋଗୁଁ ଚିନ୍ତିତ ରହିବେ।
ସି˚ହ
ସି˚ହ
ଆର୍ଥିକ ଅନଟନ ମଧ୍ୟରେ ଅଣନିଃଶ୍ୱାସୀ ହେବେ, କିନ୍ତୁ ପରିଶେଷରେ କିଛି ପାଇବେ। ହଠାତ୍‌ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିପାରେ। କଳା, ସାହିତ୍ୟ, ରଚନାତ୍ମକ କାର୍ଯ୍ୟରେ ପ୍ରତିଦ୍ୱନ୍ଦ୍ୱିତା କଲେ ମଧ୍ୟ ସଫଳତା ଯୋଗୁଁ ମନ ଖୁସି ରହିବ। ମଘା ନକ୍ଷତ୍ର ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ପରିବହନରେ ଲାଭବାନ୍‌ ହେବେ।
କନ୍ୟା
ବନ୍ଧୁଙ୍କ ଅନୁରୋଧରେ କୌଣସି କାମ କରିବା ସକାଶେ ମନ ବଳାଇବେ। ଖଳ ଲୋକଙ୍କ କଥାରେ ପଡ଼ି ହଇରାଣ ହେବେ। କର୍ମକ୍ଷେତ୍ରରେ ଅବହେଳା ଯୋଗୁଁ  କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ମାଲି ମକଦ୍ଦମା, ତର୍କ, ସଭା ସମିତି, ସଂଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବେ।
ତୁଳା
ତୁଳା
ବନ୍ଧୁଙ୍କୁ ବିଭିନ୍ନ କଥା କହିବା କାରଣରୁ ବିବାଦ ବଢ଼ିପାରେ। ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ସାମାଜିକ ସ୍ତରରେ କିମ୍ବା ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ। ଶିଳ୍ପ, ବାଣିଜ୍ୟ, ରାଜନୀତି, କଳା, ସାହିତ୍ୟ, ସାମ୍ବାଦିକତା ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ବିଛା
ବିଛା
ଅଭିଳାଷ ପୂରଣ ହେବାରୁ ମନ ପ୍ରଫୁଲ୍ଲ ରହିବ। ଦ୍ରବ୍ୟ ନଷ୍ଟ ହେବା କାରଣରୁ ଅନ୍ୟ ଉପରେ ରାଗି ପାରନ୍ତି। ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। କଳା, ସାହିତ୍ୟ, ପ୍ରକାଶନ, ସାମ୍ବାଦିକତା, ରାଜନୀତି, ସଂଗଠନ, କ୍ରୀଡ଼ା, ଚଳଚ୍ଚିତ୍ରରେ ସମସ୍ୟା ଆପଣାଛାଏଁ ସମାଧାନ ହୋଇଯିବ।
ଧନୁ
ଧନୁ
ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ପରିବାରରେ ଭୁଲ୍‌ ବୁଝାମଣା ହେତୁକ ସମସ୍ୟାକୁ ସୁଧାରି ନେବେ। ପଡ଼ୋଶୀ କିମ୍ବା ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ବିବାଦୀୟ ମନ୍ତବ୍ୟ ଦେବେ। ବ୍ୟବସାୟ, ପ୍ରଶାସନ, ରାଜନୀତି ଓ ଗବେଷଣାରେ ଉନ୍ନତି କରିବେ।
ମକର
ମକର
ମନରେ ସରସତା ରହିବ ନାହିଁ। ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ କରନ୍ତୁ, ନତୁବା ଆକସ୍ମିକ ଭାବେ କଳହର ସମ୍ମୁଖୀନ ହୋଇ ପାରନ୍ତି। ଧନିଷ୍ଠା ନକ୍ଷତ୍ର ସକାଶେ ଆଜିର ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ। ରପ୍ତାନି କାରବାର, କଳା, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ହଠାତ୍‌ ଜଣେ ବନ୍ଧୁଙ୍କ ମଧ୍ୟସ୍ଥତାରେ ପାରିବାରିକ ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କଲେ ଭଲ ହେବ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ପୂର୍ବଭାଦ୍ର ନକ୍ଷତ୍ରର ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ଆଜିର ଯାତ୍ରା ଅବଶ୍ୟ ସଫଳ ହେବ, ତଥାପି ଟେନ୍‌ସନ୍‌ ଲାଗି ରହିବ।
ମୀନମୀନ
ଆଜି ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟର ମନ ବୁଝିଲା ଭଳି କଥା କହି କାମ ହାସଲ କରିବେ। ପୂର୍ବଭାଦ୍ରପଦ୍‌ ନକ୍ଷତ୍ର ମିଥ୍ୟା ଭାଷଣରୁ ସମାଲୋଚିତ ହୋଇପାରନ୍ତି। ପରିବାରର ଖର୍ଚ୍ଚ ବୃଦ୍ଧି ହେତୁ ମନରେ ସରସତା ରହି ନ ପାରେ। ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର, ନିର୍ମାଣ, ପରିବହନ, ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ ଆଜି ଯେକୌଣସି କ୍ଷେତ୍ରରେ ମଧ୍ୟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ସାମାଜିକ ଜୀବନରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ…

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

ରାଶିଫଳ: ଶନିବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ ଟେନସନ୍‍ କିଛି ମାତ୍ରାରେ କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ପାଇପାରନ୍ତି। କର୍ମକ୍ଷେତ୍ରରେ ଅର୍ଥ…

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?