Posted inRasifala

ରାଶିଫଳ: ଶନିବାର, ମେ ୦୮ ତାରିଖ – Daily Horoscope

ମେଷ
ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ, ଧର୍ମକାର୍ଯ୍ୟ, ଆନୁଷ୍ଠାନିକ କ୍ଷେତ୍ରରେ ସାମିଲ୍‌ ହୋଇପାରନ୍ତି। ଆଜିର ଯାତ୍ରା, ବାଣିଜ୍ୟ, ମାଙ୍ଗଳିକ କାମ ପୂର୍ଣ୍ଣ ଫଳପ୍ରଦ ରହିବ। କିନ୍ତୁ କଥାରେ, ବ୍ୟବହାରରେ ଶାଳୀନତା ରକ୍ଷା ନ କଲେ ଓଲଟା ଫଳ ପାଇବେ। ଅବଶ୍ୟ ପାରିବାରିକ, ପରିବହନ, ସାଧାରଣ ଆଲୋଚନା କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ ଲାଗି ରହିବ।
ବୃଷ
ବୃଷ
ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସଙ୍ଗକୁ ପ୍ରକଳ୍ପ କାର୍ଯ୍ୟରେ ଅଗ୍ରଗତି ଘଟିବ। ବ୍ୟବସାୟ, ବାଣିଜ୍ୟ, ନିର୍ମାଣ ପାଇଁ ଦିନଟି ଭଲ ରହିବ। ବନ୍ଧୁ ମିଳନ ସଙ୍ଗକୁ କଳା, ସାହିତ୍ୟ, ପ୍ରବଚନ, ଆଧ୍ୟାତ୍ମିକ ସଭା ସମିତିରେ ସମ୍ମାନିତ ହେବେ। ବ୍ୟବସାୟ,ବାଣିଜ୍ୟ, ଶିଳ୍ପ ଓ ଏଜେନ୍ସିପରୁ ଖୁସି ରହିବେ।
ମିଥୁନ
ମିଥୁନ
ଯାତ୍ରା ସମୟରେ ନିଜ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। କୌଣସି ବ୍ୟକ୍ତି ନିକଟରେ ବାକି ରହିଥିବା ଟଙ୍କା, ପଇସାକୁ କେନ୍ଦ୍ରକରି ଅନର୍ଥ ସୃଷ୍ଟି ହେବାର ସୂଚନା ରହିଛି। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ଆଲୋଚନା, ଆନୁଷ୍ଠାନିକ କାମ, ସଭା ସମିତିରେ ପ୍ରତିଷ୍ଠା ଅକ୍ଷୁଣ୍ଣ ରହିବ।
କର୍କଟ
କର୍କଟ
ଆଜି ସକାଳଟି ଭଲରେ କଟିବା ସଙ୍ଗକୁ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲଭିବେ। ଅଫିସିଆଲି କାମ ସହଜ ଓ ସୁବିଧାରେ ହେବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବ। ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ମହିଳାଙ୍କ ପାରିବାରିକ ଟେନସନ୍‌ କେତେକାଂଶରେ କମିଯିବ।
ସି˚ହ
ସି˚ହ
ବିଭିନ୍ନ ସମସ୍ୟାରେ ଛନ୍ଦିହୋଇ ମାନସିକ ସନ୍ତୁଳନ ହରାଇବେ। ମାନସିକ ଶାନ୍ତି ବ୍ୟାହତ ହେବ। ରାଜନୀତି ତଥା ପ୍ରଶାସନିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ବ୍ୟବସାୟ, ବାଣିଜ୍ୟ, ପରିବହନ, ଜମିଜମା, କଳକାରଖାନା, ସଭାସମିତିରେ ସଫଳତା ଅର୍ଜନ କରିବେ। ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ।
କନ୍ୟା
କର୍ମକ୍ଷେତ୍ରରେ କାମଗୁଡିକ ବିଳମ୍ବ ହେବାରୁ ଅନ୍ୟକୁ ଦାୟୀ କରି ବିରକ୍ତି ପ୍ରକାଶ କରିପାରନ୍ତି। ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ କିନ୍ତୁ କିଛି ବି କରିବେ ନାହିଁ। କଳ୍ପନାର ବାହାରେ ଥିବା କୌଣସି କାର୍ଯ୍ୟ ହାସଲ ହେତୁ ଖୁସୀ ରହିବେ। ସଭାସମିତି, କଳା, ସାହିତ୍ୟ, ମନୋରଞ୍ଜନାଦି କାର୍ଯ୍ୟକ୍ରମରେ ସାମିଲ୍‌ ହୋଇପାରନ୍ତି।
ତୁଳା
ତୁଳା
ପୂର୍ବରୁ କଥା ଦେଇଥିବା ନିଜ ଲୋକମାନଙ୍କ ଉପରେ ଭରଷା କରିପାରିବେ ନାହିଁ। ଯାନବାହନ ଚାଳନାରେ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡିବ। ଆନୁଷ୍ଠାନିକ, ମାଙ୍ଗଳିକ କିମ୍ବା ସଭାସମିତିରେ ଯୋଗଦେଇ ପ୍ରଶଂସିତ ହେବେ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।
ବିଛା
ବିଛା
କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଅଫିସ୍‌ କାମରେ ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। କୌଣସି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବେ।
ଧନୁ
ଧନୁ
ଅତୀତ ଘଟଣା ବିଷୟରେ ଚିନ୍ତା କରି ମନଟା ଅଧିକାଂଶ ସମୟ ଭଲ ଲାଗିବ ନାହିଁ। ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇପାରେ, ଯାହା କି ଚିନ୍ତା ବୃଦ୍ଧି କରିବ। ଗଠନମୂଳକ ପ୍ରେରଣା ଦେଇ ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ। ନିର୍ମାଣ, ଚୁକ୍ତିପତ୍ର, ମାଲିମକଦ୍ଦମା, ବ୍ୟବସାୟ, ଯାତ୍ରା ଓ ପାରିବାରିକ ସମସ୍ୟା କ୍ଷେତ୍ରରେ ମଧ୍ୟମ ଧରଣର ଫଳ ପାଇବେ।
ମକର
ମକର
ସକାଳୁ ସକାଳୁ କର୍ମକ୍ଷେତ୍ରରେ ବନ୍ଧୁଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। କାମ ହାସଲ କରିବାରେ କେତେକ ପ୍ରତିବନ୍ଧକ ଦେଖା ଦେବାର ଆଶଙ୍କା ରହିଛି। ଆପଣ କୌଶଳ ପ୍ରୟୋଗ କରି ନିଜ ଲୋକ ମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ ହେବ।
କୁମ୍ଭ
କୁମ୍ଭ
ପୂର୍ବ ଯୋଜନାନୁଯାୟୀ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂର ଯାତ୍ରା କରିବାକୁ ପଡ଼ିପାରେ। ସମସ୍ୟା ଲାଗି ରହିଥିଲେ ମଧ୍ୟ ପରିବାର ଭିତରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ବ୍ୟବସାୟ, ବାଣିଜ୍ୟ, ପରିବହନ କ୍ଷେତ୍ର ଆଜି ପାଇଁ ମାନ୍ଦା ହେବ ନାହିଁ। ଅର୍ଥନୈତିକ, ପ୍ରଶାସନିକ, ସାମାଜିକ ତଥା ଆନୁଷ୍ଠାନିକ କ୍ଷେତ୍ରରେ ଦକ୍ଷତା ବୃଦ୍ଧି ହେତୁ ପ୍ରଶଂସିତ ହେବେ।
ମୀନମୀନ
ବ୍ୟକ୍ତିଗତ ସମସ୍ୟା ରହିଥିଲେ ମଧ୍ୟ ସାମାଜିକ ସ୍ତରରେ ଉନ୍ନତମାନର ଫଳ ପାଇ ଖୁସି ରହିବେ। ପୂର୍ବ ବିବାଦର ସମାଧାନ ହେବା ସଙ୍ଗକୁ ଟେନ୍‌ସନ ମଧ୍ୟ କମିଯିବ। ଆଜିର ଯାତ୍ରା, ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ। ସାହିତ୍ୟ, ସଙ୍ଗୀତ, କଳା, ଆଲୋଚନା, ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସା ପ୍ରାପ୍ତି ଘଟିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri