Posted inRasifala

ରାଶିଫଳ: ରବିବାର, ମେ ୮ ତାରିଖ – Daily Horoscope

ମେଷ
ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ, ଧର୍ମକାର୍ଯ୍ୟ, ଆନୁଷ୍ଠାନିକ କ୍ଷେତ୍ରରେ ସାମିଲ ହୋଇପାରନ୍ତି। ଆଜିର ଯାତ୍ରା, ବାଣିଜ୍ୟ, ମାଙ୍ଗଳିକ କାମ ଫଳପ୍ରଦ ରହିବ। କିନ୍ତୁ ବ୍ୟବହାରରେ ଶାଳୀନତା ରକ୍ଷା ନ କଲେ ଓଲଟା ଫଳ ପାଇବେ। ଅବଶ୍ୟ ପାରିବାରିକ, ପରିବହନ, ସାଧାରଣ ଆଲୋଚନା କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ ଲାଗି ରହିବ।
ବୃଷ
ବୃଷ
ଲାଭ ଭାବରେ ବୃହସ୍ପତି ଓ ଶୁକ୍ରଙ୍କ ପ୍ରଭାବରୁ ସାମଗ୍ରିକ ସୁଖ, ସୁବିଧା ଲାଭ କରିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସାଙ୍ଗକୁ ପ୍ରକଳ୍ପ କାର୍ଯ୍ୟରେ ଅଗ୍ରଗତି ଘଟିବ। ବ୍ୟବସାୟ, ବାଣିଜ୍ୟ, ନିର୍ମାଣ ପାଇଁ ଦିନଟି ଭଲ ରହିବ। ବନ୍ଧୁମିଳନ ସାଙ୍ଗକୁ କଳା, ସାହିତ୍ୟ, ପ୍ରବଚନ, ଆଧ୍ୟାମତ୍ିକ ସଭା ସମିତିରେ ସମ୍ମାନିତ ହେବେ।
ମିଥୁନ
ମିଥୁନ
ଆପଣଙ୍କ ସରଳ ଓ ମଧୁର ବ୍ୟବହାର ଅନ୍ୟମାନଙ୍କୁ ଖୁସି କରିବ। ଦୂରଯାତ୍ରାରେ ଲକ୍ଷ୍ୟ ପୂରଣ ହେବା ସହ ମୂଲ୍ୟବାନ୍‌ ଜିନିଷ ପ୍ରାପ୍ତିର ସୁଯୋଗ ଲାଭ କରିବେ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ଆଲୋଚନା, ଆନୁଷ୍ଠାନିକ କାମ, ସଭା ସମିତିରେ ପ୍ରତିଷ୍ଠା ଅକ୍ଷୁଣ୍ଣ ରହିବ। ପାରିବାରିକ ସ୍ଥିତି କେତେକାଂଶରେ ସନ୍ତୋଷଜନକ ନ ହୋଇପାରେ।
କର୍କଟ
କର୍କଟ
ଆଜି ସକାଳ ସମୟଟି ଭଲରେ କଟିବା ସାଙ୍ଗକୁ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ଆନୁଷଙ୍ଗିକ ସାହାଯ୍ୟ, ସହଯୋଗ ମାଧ୍ୟମରେ ଅଫିସିଆଲ କାମଗୁଡ଼ିକ ସହଜ ଓ ସୁବିଧାରେ ହେବ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। କିନ୍ତୁ ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି।
ସି˚ହ
ସି˚ହ
ଉଚ୍ଚସ୍ଥ ରବି ପାପଗ୍ରହ ଦ୍ୱାରା ଆକ୍ରାନ୍ତ ହେବାରୁ ସମସ୍ୟା ଜାଲରେ ଛନ୍ଦି ହୋଇ ମାନସିକ ସନ୍ତୁଳନ ହରାଇବେ। ରାଜନୀତି ତଥା ପ୍ରଶାସନିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନ ରୂପ ନେଇପାରେ। ଆଜି ବ୍ୟବସାୟ, ପରିବହନ ପ୍ରଭୃତିରେ ସଫଳତା ଅର୍ଜନ କରିବେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହୋଇପାରନ୍ତି।
କନ୍ୟା
କର୍ମକ୍ଷେତ୍ରରେ କାମ ବିଳମ୍ବ ହେବାରୁ ଅନ୍ୟକୁ ଦାୟୀ କରି ବିରକ୍ତି ପ୍ରକାଶ କରିପାରନ୍ତି। ବନ୍ଧୁମାନେ ସହଯୋଗ କରିବା ପାଇଁ ପ୍ରତିଶ୍ରୁତି ଦେବେ, କିନ୍ତୁ କିଛି କରିବେ ନାହିଁ। ଅର୍ଥ ଲାଭରୁ କିମ୍ବା କଳ୍ପନାର ବାହାରେ ଥିବା କୌଣସି କାର୍ଯ୍ୟ ହାସଲ ହେତୁ ଖୁସି ରହିବେ। ସଭାସମିତି, କଳା, ସାହିତ୍ୟ, ମନୋରଞ୍ଜନାଦି କାର୍ଯ୍ୟକ୍ରମରେ ସାମିଲ ହୋଇପାରନ୍ତି।
ତୁଳା
ତୁଳା
ନିଜ ଲୋକଙ୍କ ବ୍ୟତୀତ କାମ ହାସଲ ପାଇଁ ଅନ୍ୟର ସାହାଯ୍ୟ ଲୋଡ଼ିବେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ ନ କଲେ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିବ। ଆନୁଷ୍ଠାନିକ, ମାଙ୍ଗଳିକ କିମ୍ବା ସଭାସମିତିରେ ଯୋଗ ଦେଇ ପ୍ରଶଂସିତ ହେବେ। ରପ୍ତାନି ବାଣିଜ୍ୟ ଓ ବ୍ୟବସାୟରେ ଉନ୍ନତି ଘଟିବାର ସୂଚନା ରହିଛି।
ବିଛା
ବିଛା
ବୃଥାଭିମାନ ଏବଂ କ୍ରୋଧମିଶ୍ରିତ ବ୍ୟବହାରରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। କୌଣସି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିପାରନ୍ତି। ବନ୍ଧୁମାନଙ୍କ ସହ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ବହୁତ ସମ୍ଭାବନା ଅଛି।
ଧନୁ
ଧନୁ
ଅତୀତ କଥା ଚିନ୍ତା କରି ମନ ଭଲ ରହି ନ ପାରେ। ଲାଗିବ ନାହିଁ। ପାରିବାରିକ ଜଞ୍ଜାଳ ବୃଦ୍ଧିଜନିତ ଚିନ୍ତାଗ୍ରସ୍ତ ହୋଇପାରନ୍ତି। ଗଠନମୂଳକ ପ୍ରେରଣା ଦେଇ ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ। ନିର୍ମାଣ, ଚୁକ୍ତିପତ୍ର, ମାଲିମକଦ୍ଦମା, ବ୍ୟବସାୟ, ଯାତ୍ରା ଓ ପାରିବାରିକ ସମସ୍ୟା କ୍ଷେତ୍ରରେ ମଧ୍ୟମ ଧରଣର ଫଳ ପାଇବେ।
ମକର
ମକର
ସକାଳୁ ସକାଳୁ କର୍ମକ୍ଷେତ୍ରରେ ବନ୍ଧୁଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। କାମ ହାସଲ କରିବାରେ କେତେକ ପ୍ରତିବନ୍ଧକ ଦେଖାଦେବାର ଆଶଙ୍କା ରହିଛି। ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ଅସ୍ଥିରତା ସୃଷ୍ଟି କରିପାରନ୍ତି। କୌଶଳ ପ୍ରୟୋଗ କରି ନିଜ ଲୋକମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ।
କୁମ୍ଭ
କୁମ୍ଭ
ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂର ଯାତ୍ରା କରିପାରନ୍ତି। ସମସ୍ୟା ଥିଲେ ମଧ୍ୟ ପ୍ରିୟ କଥା କହି ସ୍ଥିତି ସୁଧାରି ନେବେ। ଭ୍ରମଣ ହେତୁକ ଅବସାଦ ଦେଖାଦେଇପାରେ। ବ୍ୟବସାୟ, ପରିବହନ କ୍ଷେତ୍ର ମାନ୍ଦା ହେବ ନାହିଁ। ଅର୍ଥନୈତିକ, ପ୍ରଶାସନିକ, ସାମାଜିକ ତଥା ଆନୁଷ୍ଠାନିକ କ୍ଷେତ୍ରରେ ଦକ୍ଷତା ବୃଦ୍ଧି ହେତୁ ପ୍ରଶଂସିତ ହେବେ।
ମୀନମୀନ
ବ୍ୟକ୍ତିଗତ ସମସ୍ୟା ରହିଥିଲେ ମଧ୍ୟ ସାମାଜିକ ସ୍ତରରେ ଉନ୍ନତ ମାନର ଫଳ ପାଇ ଖୁସି ରହିବେ। ପୂର୍ବ ବିବାଦର ସମାଧାନ ହେବା ସାଙ୍ଗକୁ ଟେନସନ୍‌ ମଧ୍ୟ କମିଯିବ। କଠୋର ବାକ୍ୟାଳାପରୁ ନିବୃତ୍ତ ହୋଇ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ସାହିତ୍ୟ, ସଙ୍ଗୀତ, କଳା, ଆଲୋଚନା, ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସା ପ୍ରାପ୍ତି ଘଟିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଜୁନ୍ ୧୭ ତାରିଖ – Daily Horoscope

ମେଷ କେନ୍ଦ୍ରକୋଣାଧିପଙ୍କ ଅଷ୍ଟମଭାବ ସଂସ୍ଥିତି ବନ୍ଧୁମିଳନ ସଙ୍ଗକୁ ଆର୍ଥିକ ଅଭିବୃଦ୍ଧି କରାଇବ। ପାରିବାରିକ ସ୍ତରରେ ସାମୟିକ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଦିନଟି ପ୍ରାୟତଃ ଭଲରେ ବିତିବ।…

ରାଶିଫଳ: ମଙ୍ଗଳବାର, ଜୁନ୍ ୧୬ ତାରିଖ – Daily Horoscope

ମେଷ ସ୍ବଗୃହୀ ମଙ୍ଗଳଙ୍କ ପ୍ରଭାବରେ ଦୈହିକ ସୁସ୍ଥତା ସହ କର୍ମକ୍ଷେତ୍ର ଏବଂ ବ୍ୟବସାୟିକ ସ୍ଥିତି ବହୁତ ଭଲ ରହିବ। ବନ୍ଧୁମାନଙ୍କ ପ୍ରେରଣାରେ ଉଦ୍‍ବୁଦ୍ଧ ହୋଇ ନୂତନ ଉତ୍ସାହର…

ରାଶିଫଳ: ସୋମବାର, ଜୁନ୍ ୧୫ ତାରିଖ – Daily Horoscope

ମେଷ ଶୁକ୍ର ମୁଖଭାବରେ ରହି ଏକାଧାରରେ ଅର୍ଥ, ବସ୍ତ୍ରଭୂଷଣ, ବନ୍ଧୁଙ୍କ ଆତିଥ୍ୟଯୋଗ ଲାଭ କରି ଖୁସୀ ହେବେ ା ଅଫିସରେ ସହକର୍ମୀଙ୍କ ସୈାହାର୍ଦ୍ଦ୍ୟ ମଧ୍ୟରେ ନୂତନ ଯୋଜନା…

ରାଶିଫଳ: ରବିବାର, ଜୁନ୍ ୧୪ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ ମଙ୍ଗଳଙ୍କ ଯୋଗୁ ଦୈହିକ ସ୍ବାସ୍ଥ୍ୟ ଭଲ ରହିବ। ବନ୍ଧୁଙ୍କ ସହଯୋଗରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସ୍ତରରେ ଭାବ ପ୍ରବଣତା…

ରାଶିଫଳ: ଶନିବାର, ଜୁନ୍ ୧୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସହ ବୈଷୟିକ ଅଭିବୃଦ୍ଧି ଘଟିବ। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କାର୍ଯ୍ୟରେ…

ରାଶିଫଳ: ଶୁକ୍ରବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେ କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ।…

ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ…

ରାଶିଫଳ: ବୁଧବାର, ଜୁନ୍ ୧୦ ତାରିଖ – Daily Horoscope

ମେଷ ଆପଣଙ୍କ ଦକ୍ଷତା ଏବଂ କର୍ତ୍ତବ୍ୟନିଷ୍ଠା କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଈର୍ଷାପରାୟଣ ବନ୍ଧୁ ଓ ସହକର୍ମୀ ଅପପ୍ରଚାର ଚଳାଇପାରନ୍ତି। ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri