Posted inRasifala

ରାଶିଫଳ: ସୋମବାର, ମେ ୮ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର ଓ ମଙ୍ଗଳ ଷଡ଼ାଷ୍ଟକ ସ୍ଥିତିରେ ଥିବାରୁ ଏକାଧାରରେ ଦୈହିକ ଓ ମାନସିକ ସ୍ଥିତି ଠିକ୍‌ ରହି ନ ପାରେ। ରାଶିରେ ରାଜଯୋଗ ସୃଷ୍ଟି ହୋଇଥିବାରୁ କୃତ୍ତିକା ନକ୍ଷତ୍ର ଉଚ୍ଚଚିନ୍ତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ସାମିଲ ହେବେ। ଆଜିର ଯାତ୍ରା, ବାଣିଜ୍ୟ, ମାଙ୍ଗଳିକ କାମ ଫଳପ୍ରଦ ରହିବ।
ବୃଷ
ବୃଷ
ଧନ ସ୍ଥାନ ପ୍ରତି ଚନ୍ଦ୍ରଙ୍କ ପ୍ରତ୍ୟକ୍ଷଦୃଷ୍ଟି କାରଣରୁ ଅଭାବକୁ ଦୂରେଇବାରେ ବନ୍ଧୁ ସାହାଯ୍ୟ କରିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସାଙ୍ଗକୁ ପ୍ରକଳ୍ପ କାର୍ଯ୍ୟରେ ଅଗ୍ରଗତି ଘଟିବ। ବ୍ୟବସାୟ, ବାଣିଜ୍ୟ, ନିର୍ମାଣ ପାଇଁ ଦିନଟି ଭଲ ରହିବ। ବନ୍ଧୁ ମିଳନ ସାଙ୍ଗକୁ କଳା, ସାହିତ୍ୟ, ପ୍ରବଚନ, ଆଧ୍ୟାମତ୍ିକ ସଭା ସମିତିରେ ସମ୍ମାନିତ ହେବେ।
ମିଥୁନ
ମିଥୁନ
ନିଜ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେଇପାରନ୍ତି। କୌଣସି ବ୍ୟକ୍ତି ନିକଟରେ ବାକି ରହିଥିବା ଟଙ୍କା, ପଇସାକୁ କେନ୍ଦ୍ର କରି ଅନର୍ଥ ସୃଷ୍ଟି ହୋଇପାରେ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ଆଲୋଚନା, ଆନୁଷ୍ଠାନିକ କାମ, ସଭା ସମିତିରେ ପ୍ରତିଷ୍ଠା ଅକ୍ଷୁଣ୍ଣ ରହିବ। ରବି ଏକାଦଶ ଭାବରେ ଥିବାରୁ ଆମତ୍ୀୟଙ୍କ ସୁନଜରରେ ଆସିବେ।
କର୍କଟ
କର୍କଟ
କର୍ମଭାବରେ ରାଜଯୋଗ ହେତୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୈାଭାଗ୍ୟ ପାଇବେ। ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି,ଏଣୁ ସତର୍କତାର ସହ କାମ କରିବା ଭଲ। ପାରିବାରିକ କ୍ଷେତ୍ରରେ ରହିଥିବା ଟେନସନ୍‌ କେତେକାଂଶରେ କମିଯିବ।
ସି˚ହ
ସି˚ହ
ଶନିଦୃଷ୍ଟ ଗ୍ରହସମୂହ ହେତୁ ବିଭିନ୍ନ ସମସ୍ୟା ଜାଲରେ ଛନ୍ଦିହୋଇ ମାନସିକ ସନ୍ତୁଳନ ହରାଇବେ। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ମାନସିକ ଶାନ୍ତି ବ୍ୟାହତ ହେବ। ରାଜନୀତି ତଥା ପ୍ରଶାସନିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ବ୍ୟବସାୟ,ବାଣିଜ୍ୟ, ପରିବହନ, ଜମିଜମା, କଳକାରଖାନାରେ ସଫଳତା ଅର୍ଜନ କରିବେ।
କନ୍ୟା
କର୍ମକ୍ଷେତ୍ରରେ କାମ ବିଳମ୍ବ ହେବାରୁ ବିରକ୍ତି ପ୍ରକାଶ କରିବେ। ଉତ୍ତରା ଫାଲଗୁନୀ ନକ୍ଷତ୍ର ସକାଶେ ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ କିନ୍ତୁ କିଛି ବି କରିବେ ନାହିଁ। ଆଇନ ଅଦାଲତରୁ ସୁଫଳ ପାଇବେ। ଅର୍ଥ ଲାଭରୁ କିମ୍ବା କଳ୍ପନାର ବାହାରେ ଥିବା କୌଣସି କାର୍ଯ୍ୟ ହାସଲ ହେତୁ ଖୁସି ରହିବେ।
ତୁଳା
ତୁଳା
ପାପଗ୍ରହଯୁକ୍ତ ଗୁରୁ ଯୋଗୁ ଲୋକମାନଙ୍କ ଉପରେ ଭରସା କରିପାରିବେ ନାହିଁ। ଯାନବାହନ ଚାଳନା ସମୟରେ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ। ଆନୁଷ୍ଠାନିକ, ମାଙ୍ଗଳିକ କିମ୍ବା ସଭାସମିତିରେ ଯୋଗ ଦେଇ ପ୍ରଶଂସିତ ହେବେ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ।
ବିଛା
ବିଛା
ଦୋଷଯୁକ୍ତ କର୍ମାଧିପତି ହେତୁ କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। କୌଣସି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବେ। ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ପୂର୍ଣ୍ଣ ସମ୍ଭାବନା ରହିଛି।
ଧନୁ
ଧନୁ
ଶନିଦୃଷ୍ଟ ଚନ୍ଦ୍ର ହେତୁ ଅତୀତ ଘଟଣା ବିଷୟରେ ଚିନ୍ତା କରି ମନ ଭଲ ଲାଗିବ ନାହିଁ। ପାରିବାରିକ ଜଞ୍ଜାଳ ଚିନ୍ତା ବଢ଼ାଇପାରେ। ଗଠନମୂଳକ ପ୍ରେରଣା ଦେଇ ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ। ନିର୍ମାଣ, ଚୁକ୍ତିପତ୍ର, ମାଲିମକଦ୍ଦମା, ବ୍ୟବସାୟ, ଯାତ୍ରା ଓ ପାରିବାରିକ ସମସ୍ୟା କ୍ଷେତ୍ରରେ ମଧ୍ୟମ ଧରଣର ଫଳ ପାଇବେ।
ମକର
ମକର
ଗୁରୁଚଣ୍ଡାଳ ଯୋଗଜନିତ ସକାଳୁ କର୍ମକ୍ଷେତ୍ରରେ ବନ୍ଧୁଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ। କାମ ହାସଲରେ ପ୍ରତିବନ୍ଧକ ଆଶଙ୍କା ରହିଛି। ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ଅସ୍ଥିରତା ସୃଷ୍ଟି କରିପାରନ୍ତି। କିନ୍ତୁ ଶ୍ରବଣା କୌଶଳ ପ୍ରୟୋଗ କରି ନିଜ ଲୋକମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ।
କୁମ୍ଭ
କୁମ୍ଭ
ପୂର୍ବ ଯୋଜନାନୁଯାୟୀ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂର ଯାତ୍ରା କରିବାକୁ ପଡ଼ିପାରେ। ସମସ୍ୟା ଲାଗି ରହିଥିଲେ ମଧ୍ୟ ପ୍ରିୟ କଥା କହି ଏହାକୁ ସୁଧାରି ନେବେ। ଶନିଙ୍କ ପ୍ରଭାବରେ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ। ଅର୍ଥନୈତିକ, ପ୍ରଶାସନିକ, ସାମାଜିକ ତଥା ଆନୁଷ୍ଠାନିକ କ୍ଷେତ୍ରରେ ଦକ୍ଷତା ବୃଦ୍ଧି ହେତୁ ପ୍ରଶଂସିତ ହେବେ।
ମୀନମୀନ
କର୍ମାଧିପ ସ୍ବଗୃହକୁ ଦେଖୁଥିବାରୁ ସାମାଜିକ ସ୍ତରରେ ଉନ୍ନତମାନର ଫଳ ପାଇ ଖୁସି ରହିବେ। ପୂର୍ବ ବିବାଦର ସମାଧାନ ହେବା ସାଙ୍ଗକୁ ଟେନସନ୍‌ ମଧ୍ୟ କମିଯିବ। କଠୋର ବାକ୍ୟାଳାପରୁ ନିବୃତ୍ତ ହୋଇ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ସାହିତ୍ୟ, ସଙ୍ଗୀତ, କଳା, ଆଲୋଚନା, ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସା ପ୍ରାପ୍ତି ଘଟିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri