Posted inRasifala

ରାଶିଫଳ: ସୋମବାର, ମେ ୮ ତାରିଖ – Daily Horoscope

ମେଷ
ଆଜି ଚନ୍ଦ୍ର ଓ ମଙ୍ଗଳ ଷଡ଼ାଷ୍ଟକ ସ୍ଥିତିରେ ଥିବାରୁ ଏକାଧାରରେ ଦୈହିକ ଓ ମାନସିକ ସ୍ଥିତି ଠିକ୍‌ ରହି ନ ପାରେ। ରାଶିରେ ରାଜଯୋଗ ସୃଷ୍ଟି ହୋଇଥିବାରୁ କୃତ୍ତିକା ନକ୍ଷତ୍ର ଉଚ୍ଚଚିନ୍ତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ସାମିଲ ହେବେ। ଆଜିର ଯାତ୍ରା, ବାଣିଜ୍ୟ, ମାଙ୍ଗଳିକ କାମ ଫଳପ୍ରଦ ରହିବ।
ବୃଷ
ବୃଷ
ଧନ ସ୍ଥାନ ପ୍ରତି ଚନ୍ଦ୍ରଙ୍କ ପ୍ରତ୍ୟକ୍ଷଦୃଷ୍ଟି କାରଣରୁ ଅଭାବକୁ ଦୂରେଇବାରେ ବନ୍ଧୁ ସାହାଯ୍ୟ କରିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସାଙ୍ଗକୁ ପ୍ରକଳ୍ପ କାର୍ଯ୍ୟରେ ଅଗ୍ରଗତି ଘଟିବ। ବ୍ୟବସାୟ, ବାଣିଜ୍ୟ, ନିର୍ମାଣ ପାଇଁ ଦିନଟି ଭଲ ରହିବ। ବନ୍ଧୁ ମିଳନ ସାଙ୍ଗକୁ କଳା, ସାହିତ୍ୟ, ପ୍ରବଚନ, ଆଧ୍ୟାମତ୍ିକ ସଭା ସମିତିରେ ସମ୍ମାନିତ ହେବେ।
ମିଥୁନ
ମିଥୁନ
ନିଜ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେଇପାରନ୍ତି। କୌଣସି ବ୍ୟକ୍ତି ନିକଟରେ ବାକି ରହିଥିବା ଟଙ୍କା, ପଇସାକୁ କେନ୍ଦ୍ର କରି ଅନର୍ଥ ସୃଷ୍ଟି ହୋଇପାରେ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ଆଲୋଚନା, ଆନୁଷ୍ଠାନିକ କାମ, ସଭା ସମିତିରେ ପ୍ରତିଷ୍ଠା ଅକ୍ଷୁଣ୍ଣ ରହିବ। ରବି ଏକାଦଶ ଭାବରେ ଥିବାରୁ ଆମତ୍ୀୟଙ୍କ ସୁନଜରରେ ଆସିବେ।
କର୍କଟ
କର୍କଟ
କର୍ମଭାବରେ ରାଜଯୋଗ ହେତୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୈାଭାଗ୍ୟ ପାଇବେ। ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି,ଏଣୁ ସତର୍କତାର ସହ କାମ କରିବା ଭଲ। ପାରିବାରିକ କ୍ଷେତ୍ରରେ ରହିଥିବା ଟେନସନ୍‌ କେତେକାଂଶରେ କମିଯିବ।
ସି˚ହ
ସି˚ହ
ଶନିଦୃଷ୍ଟ ଗ୍ରହସମୂହ ହେତୁ ବିଭିନ୍ନ ସମସ୍ୟା ଜାଲରେ ଛନ୍ଦିହୋଇ ମାନସିକ ସନ୍ତୁଳନ ହରାଇବେ। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ମାନସିକ ଶାନ୍ତି ବ୍ୟାହତ ହେବ। ରାଜନୀତି ତଥା ପ୍ରଶାସନିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ବ୍ୟବସାୟ,ବାଣିଜ୍ୟ, ପରିବହନ, ଜମିଜମା, କଳକାରଖାନାରେ ସଫଳତା ଅର୍ଜନ କରିବେ।
କନ୍ୟା
କର୍ମକ୍ଷେତ୍ରରେ କାମ ବିଳମ୍ବ ହେବାରୁ ବିରକ୍ତି ପ୍ରକାଶ କରିବେ। ଉତ୍ତରା ଫାଲଗୁନୀ ନକ୍ଷତ୍ର ସକାଶେ ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ କିନ୍ତୁ କିଛି ବି କରିବେ ନାହିଁ। ଆଇନ ଅଦାଲତରୁ ସୁଫଳ ପାଇବେ। ଅର୍ଥ ଲାଭରୁ କିମ୍ବା କଳ୍ପନାର ବାହାରେ ଥିବା କୌଣସି କାର୍ଯ୍ୟ ହାସଲ ହେତୁ ଖୁସି ରହିବେ।
ତୁଳା
ତୁଳା
ପାପଗ୍ରହଯୁକ୍ତ ଗୁରୁ ଯୋଗୁ ଲୋକମାନଙ୍କ ଉପରେ ଭରସା କରିପାରିବେ ନାହିଁ। ଯାନବାହନ ଚାଳନା ସମୟରେ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ। ଆନୁଷ୍ଠାନିକ, ମାଙ୍ଗଳିକ କିମ୍ବା ସଭାସମିତିରେ ଯୋଗ ଦେଇ ପ୍ରଶଂସିତ ହେବେ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯାଇପାରେ।
ବିଛା
ବିଛା
ଦୋଷଯୁକ୍ତ କର୍ମାଧିପତି ହେତୁ କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। କୌଣସି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବେ। ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବାର ପୂର୍ଣ୍ଣ ସମ୍ଭାବନା ରହିଛି।
ଧନୁ
ଧନୁ
ଶନିଦୃଷ୍ଟ ଚନ୍ଦ୍ର ହେତୁ ଅତୀତ ଘଟଣା ବିଷୟରେ ଚିନ୍ତା କରି ମନ ଭଲ ଲାଗିବ ନାହିଁ। ପାରିବାରିକ ଜଞ୍ଜାଳ ଚିନ୍ତା ବଢ଼ାଇପାରେ। ଗଠନମୂଳକ ପ୍ରେରଣା ଦେଇ ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ। ନିର୍ମାଣ, ଚୁକ୍ତିପତ୍ର, ମାଲିମକଦ୍ଦମା, ବ୍ୟବସାୟ, ଯାତ୍ରା ଓ ପାରିବାରିକ ସମସ୍ୟା କ୍ଷେତ୍ରରେ ମଧ୍ୟମ ଧରଣର ଫଳ ପାଇବେ।
ମକର
ମକର
ଗୁରୁଚଣ୍ଡାଳ ଯୋଗଜନିତ ସକାଳୁ କର୍ମକ୍ଷେତ୍ରରେ ବନ୍ଧୁଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ। କାମ ହାସଲରେ ପ୍ରତିବନ୍ଧକ ଆଶଙ୍କା ରହିଛି। ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ଅସ୍ଥିରତା ସୃଷ୍ଟି କରିପାରନ୍ତି। କିନ୍ତୁ ଶ୍ରବଣା କୌଶଳ ପ୍ରୟୋଗ କରି ନିଜ ଲୋକମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ।
କୁମ୍ଭ
କୁମ୍ଭ
ପୂର୍ବ ଯୋଜନାନୁଯାୟୀ ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂର ଯାତ୍ରା କରିବାକୁ ପଡ଼ିପାରେ। ସମସ୍ୟା ଲାଗି ରହିଥିଲେ ମଧ୍ୟ ପ୍ରିୟ କଥା କହି ଏହାକୁ ସୁଧାରି ନେବେ। ଶନିଙ୍କ ପ୍ରଭାବରେ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ। ଅର୍ଥନୈତିକ, ପ୍ରଶାସନିକ, ସାମାଜିକ ତଥା ଆନୁଷ୍ଠାନିକ କ୍ଷେତ୍ରରେ ଦକ୍ଷତା ବୃଦ୍ଧି ହେତୁ ପ୍ରଶଂସିତ ହେବେ।
ମୀନମୀନ
କର୍ମାଧିପ ସ୍ବଗୃହକୁ ଦେଖୁଥିବାରୁ ସାମାଜିକ ସ୍ତରରେ ଉନ୍ନତମାନର ଫଳ ପାଇ ଖୁସି ରହିବେ। ପୂର୍ବ ବିବାଦର ସମାଧାନ ହେବା ସାଙ୍ଗକୁ ଟେନସନ୍‌ ମଧ୍ୟ କମିଯିବ। କଠୋର ବାକ୍ୟାଳାପରୁ ନିବୃତ୍ତ ହୋଇ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ସାହିତ୍ୟ, ସଙ୍ଗୀତ, କଳା, ଆଲୋଚନା, ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସା ପ୍ରାପ୍ତି ଘଟିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

ରାଶିଫଳ: ରବିବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଦ୍ୱିଜା ନକ୍ଷତ୍ରରେ ରହିଥିବାରୁ ପାରିବାରିକ ସ୍ଥିରତା, ଲୋକ ସମ୍ପର୍କରେ ଉନ୍ନତି ସାଙ୍ଗକୁ ବନ୍ଧୁମିଳନରୁ ଆନନ୍ଦିତ ରହିବେ। ମନ ଅନୁଯାୟୀ କାମ କରିପାରିବେ। ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri