Posted inRasifala

ରାଶିଫଳ: ସୋମବାର, ନଭେମ୍ବର ୮ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ର ସହ ଶୁକ୍ର ସଂଯୁକ୍ତ ହେତୁ ପାରିବାରିକ ସମସ୍ୟା ସମାଧାନରେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ଧାର କରଜ କରି କାମ ଚଳାଇନେବେ। ଯାତ୍ରା, ଆନୁଷ୍ଠାନିକ କାମ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। କର୍ମକ୍ଷତ୍ରରେ ସାଧାରଣ ଘଟଣାକୁ କେନ୍ଦ୍ରକରି ମନସ୍ତାପ କରିବାକୁ ପଡ଼ିପାରେ।
ବୃଷ
ବୃଷ
ମାପିଚୁପି ନ ଚଳିଲେ ଆକସ୍ମିକ କଳହ ଲାଗିପାରେ। ମୃଗଶିରା ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ମନୋବଳ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିବେ। ପରିବାର ମଧ୍ୟରେ ସମସ୍ୟା ଭିତରେ ଗତିକଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ।
ମିଥୁନ
ମିଥୁନ
ଉକ୍ତ ରାଶି ପ୍ରତି ଗୁରୁଦୃଷ୍ଟି ଯୋଗୁ ଦୀର୍ଘଦିନରୁ ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମ ସଫଳତାର ସହ ସମ୍ପନ୍ନ କରିବେ। ନିଜ ପରିସରରେ ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ବ୍ୟବସାୟରେ ସମସ୍ୟା ବଡ଼ ଆକାର ହୋଇପାରେ। ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
କର୍କଟ
କର୍କଟ
ଅନ୍ୟମାନଙ୍କ କାନକୁହା କଥାକୁ ସତ୍ୟ ମନେକରି କର୍ମକ୍ଷେତ୍ରରେ ସମାଲୋଚନାର ପାତ୍ର ସାଜିବେ। ମଧୁର କଥା କହି ସମସ୍ୟାର ସରଳ ସମାଧାନରେ ସଫଳ ହେବେ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ହିଁ ପଡ଼ିବେ।
ସି˚ହ
ସି˚ହ
କେତୁଙ୍କ କୁପ୍ରଭାବରୁ ପରିବାର ଓ କର୍ମକ୍ଷେତ୍ରରେ ରହିଥିବା ବ୍ୟତିକ୍ରମ ବିଷୟ ଚିନ୍ତାକରି ବିଚଳିତ ହେବେ। ଅଧିକାଂଶ ସମୟ ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିପାରନ୍ତି। ବହୁତ ଦିନରୁ ଲାଗି ରହିଥିବା ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। ପ୍ରତ୍ୟେକ କ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
କନ୍ୟା
ନୀଚସ୍ଥ ବୃହସ୍ପତି କୋଣଭାବସ୍ଥ ହେତୁ ବନ୍ଧୁ କଥାରେ ପ୍ରଭାବିତ ହୋଇ ଭୁଲ କରିପାରନ୍ତି। ଧର୍ମଚର୍ଚ୍ଚା, କଳା, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସମ୍ମାନିତ ହେବେ। ସଭା ସମିତିରେ ସମସ୍ୟା ସମାଧାନର ରାସ୍ତା ଖୋଜି ପାଇବେ। ବନ୍ଧୁଙ୍କ ସହ ଆଲୋଚନା କରିବାର ସୁଯୋଗ ଲାଭ କରି ଆଜିର ସନ୍ଧ୍ୟା ସମୟଟି ପ୍ରାୟତଃ ଭଲ ରହିବ।
ତୁଳା
ତୁଳା
ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବାକୁ ଚେଷ୍ଟା କଲେ ସଫଳ ହେବେ। ଚିତ୍ରା ନକ୍ଷତ୍ର ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। ସାଧାରଣ କଥାରେ ତର୍କ କାରଣରୁ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ। ରଚନାମତ୍କ କାମ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ, ଚୁକ୍ତିପତ୍ର କରିବାରେ ସଫଳ ହେବେ।
ବିଛା
ବିଛା
କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ପ୍ରଶଂସିତ ହେବେ। କ୍ରୀଡ଼ା, କଳା, ସାମ୍ବାଦିକତା, ପ୍ରଶାସନ, ରାଜନୀତି , ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ସତର୍କତା ଅଭାବରୁ ଯାନବାହନରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ଦେଖାସାକ୍ଷାତ୍‌ରୁ ଉପକୃତ ହେବେ।
ଧନୁ
ଧନୁ
ଉତ୍ତରାଷାଢ଼ା ନକ୍ଷତ୍ରର ଅନ୍ୟମନସ୍କତା ଓ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସ୍ଥଗିତ କାମକୁ ପୂରା କରିବେ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବକେୟା ଅର୍ଥ ଆଦାୟ କରିବାରେ ଜଣେ ବନ୍ଧୁ ସାହାଯ୍ୟ କରିବାକୁ ଆଗେଇ ଆସିବେ।
ମକର
ମକର
ଶନିଙ୍କ ପ୍ରଭାବରୁ ଯେତେ ଚେଷ୍ଟା କଲେ ମଧ୍ୟ କାମଗୁଡ଼ିକ ବିଳମ୍ବ ହେବ। ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି ଅସୁବିଧାର ସମ୍ମୁଖୀନ ହେବେ। କଥା ଦେଇଥିବା ବନ୍ଧୁ ଠିକ୍‌ ସମୟରେ ନ ଫେରିବା କାରଣରୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ପରିବାର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରି ମଧ୍ୟ ଓଲଟା ଫଳ ପାଇବେ। ମଙ୍ଗଳ ଓ ଶନିଙ୍କ ଶତ୍ରୁତା କାରଣରୁ ପଡ଼ୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପରିବାର ଓ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇପାରିବ। ଆନୁଷ୍ଠାନିକ କାର୍ଯ୍ୟ, କଚେରି, ଜମିଜମା ବିବାଦରେ ଉପକୃତ ହେବେ।
ମୀନମୀନ
ପରିବାର ମଧ୍ୟରେ ବିଭିନ୍ନ ସମସ୍ୟାର ସାମ୍‌ନା କରି ନ ପାରି ବିବ୍ରତ ହେବେ। ପାଖପଡ଼ୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ। ଅତି ଭଲ ସମ୍ପର୍କ ରହିଥିବା ବନ୍ଧୁଙ୍କ ନିକଟରୁ ଅନାଦର ପାଇପାରନ୍ତି। ଦୋକାନ, ନିର୍ମାଣ, ଯାତ୍ରା, ବିବାଦ, ସଭାସମିତି ପ୍ରଭୃତିରୁ ଆଶ୍ୱସ୍ତି ଲାଭ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri