Posted inRasifala

ରାଶିଫଳ: ସୋମବାର, ନଭେମ୍ବର ୮ ତାରିଖ – Daily Horoscope

ମେଷ
ଆଜିର ଚନ୍ଦ୍ର ସହ ଶୁକ୍ର ସଂଯୁକ୍ତ ହେତୁ ପାରିବାରିକ ସମସ୍ୟା ସମାଧାନରେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ଧାର କରଜ କରି କାମ ଚଳାଇନେବେ। ଯାତ୍ରା, ଆନୁଷ୍ଠାନିକ କାମ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। କର୍ମକ୍ଷତ୍ରରେ ସାଧାରଣ ଘଟଣାକୁ କେନ୍ଦ୍ରକରି ମନସ୍ତାପ କରିବାକୁ ପଡ଼ିପାରେ।
ବୃଷ
ବୃଷ
ମାପିଚୁପି ନ ଚଳିଲେ ଆକସ୍ମିକ କଳହ ଲାଗିପାରେ। ମୃଗଶିରା ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ଅସୁବିଧା ହେବ ନାହିଁ। କର୍ମକ୍ଷେତ୍ରରେ ମନୋବଳ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିବେ। ପରିବାର ମଧ୍ୟରେ ସମସ୍ୟା ଭିତରେ ଗତିକଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ।
ମିଥୁନ
ମିଥୁନ
ଉକ୍ତ ରାଶି ପ୍ରତି ଗୁରୁଦୃଷ୍ଟି ଯୋଗୁ ଦୀର୍ଘଦିନରୁ ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମ ସଫଳତାର ସହ ସମ୍ପନ୍ନ କରିବେ। ନିଜ ପରିସରରେ ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ। ବ୍ୟବସାୟରେ ସମସ୍ୟା ବଡ଼ ଆକାର ହୋଇପାରେ। ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ।
କର୍କଟ
କର୍କଟ
ଅନ୍ୟମାନଙ୍କ କାନକୁହା କଥାକୁ ସତ୍ୟ ମନେକରି କର୍ମକ୍ଷେତ୍ରରେ ସମାଲୋଚନାର ପାତ୍ର ସାଜିବେ। ମଧୁର କଥା କହି ସମସ୍ୟାର ସରଳ ସମାଧାନରେ ସଫଳ ହେବେ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ହିଁ ପଡ଼ିବେ।
ସି˚ହ
ସି˚ହ
କେତୁଙ୍କ କୁପ୍ରଭାବରୁ ପରିବାର ଓ କର୍ମକ୍ଷେତ୍ରରେ ରହିଥିବା ବ୍ୟତିକ୍ରମ ବିଷୟ ଚିନ୍ତାକରି ବିଚଳିତ ହେବେ। ଅଧିକାଂଶ ସମୟ ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିପାରନ୍ତି। ବହୁତ ଦିନରୁ ଲାଗି ରହିଥିବା ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ। ପ୍ରତ୍ୟେକ କ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
କନ୍ୟା
ନୀଚସ୍ଥ ବୃହସ୍ପତି କୋଣଭାବସ୍ଥ ହେତୁ ବନ୍ଧୁ କଥାରେ ପ୍ରଭାବିତ ହୋଇ ଭୁଲ କରିପାରନ୍ତି। ଧର୍ମଚର୍ଚ୍ଚା, କଳା, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସମ୍ମାନିତ ହେବେ। ସଭା ସମିତିରେ ସମସ୍ୟା ସମାଧାନର ରାସ୍ତା ଖୋଜି ପାଇବେ। ବନ୍ଧୁଙ୍କ ସହ ଆଲୋଚନା କରିବାର ସୁଯୋଗ ଲାଭ କରି ଆଜିର ସନ୍ଧ୍ୟା ସମୟଟି ପ୍ରାୟତଃ ଭଲ ରହିବ।
ତୁଳା
ତୁଳା
ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବାକୁ ଚେଷ୍ଟା କଲେ ସଫଳ ହେବେ। ଚିତ୍ରା ନକ୍ଷତ୍ର ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ। ସାଧାରଣ କଥାରେ ତର୍କ କାରଣରୁ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ। ରଚନାମତ୍କ କାମ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ, ଚୁକ୍ତିପତ୍ର କରିବାରେ ସଫଳ ହେବେ।
ବିଛା
ବିଛା
କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ପ୍ରଶଂସିତ ହେବେ। କ୍ରୀଡ଼ା, କଳା, ସାମ୍ବାଦିକତା, ପ୍ରଶାସନ, ରାଜନୀତି , ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ସତର୍କତା ଅଭାବରୁ ଯାନବାହନରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇପାରେ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ ଦେଖାସାକ୍ଷାତ୍‌ରୁ ଉପକୃତ ହେବେ।
ଧନୁ
ଧନୁ
ଉତ୍ତରାଷାଢ଼ା ନକ୍ଷତ୍ରର ଅନ୍ୟମନସ୍କତା ଓ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସ୍ଥଗିତ କାମକୁ ପୂରା କରିବେ। ଅସମର୍ଥିତ ସୂତ୍ରରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ବକେୟା ଅର୍ଥ ଆଦାୟ କରିବାରେ ଜଣେ ବନ୍ଧୁ ସାହାଯ୍ୟ କରିବାକୁ ଆଗେଇ ଆସିବେ।
ମକର
ମକର
ଶନିଙ୍କ ପ୍ରଭାବରୁ ଯେତେ ଚେଷ୍ଟା କଲେ ମଧ୍ୟ କାମଗୁଡ଼ିକ ବିଳମ୍ବ ହେବ। ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି ଅସୁବିଧାର ସମ୍ମୁଖୀନ ହେବେ। କଥା ଦେଇଥିବା ବନ୍ଧୁ ଠିକ୍‌ ସମୟରେ ନ ଫେରିବା କାରଣରୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ପରିବାର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରି ମଧ୍ୟ ଓଲଟା ଫଳ ପାଇବେ। ମଙ୍ଗଳ ଓ ଶନିଙ୍କ ଶତ୍ରୁତା କାରଣରୁ ପଡ଼ୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। ପରିବାର ଓ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇପାରିବ। ଆନୁଷ୍ଠାନିକ କାର୍ଯ୍ୟ, କଚେରି, ଜମିଜମା ବିବାଦରେ ଉପକୃତ ହେବେ।
ମୀନମୀନ
ପରିବାର ମଧ୍ୟରେ ବିଭିନ୍ନ ସମସ୍ୟାର ସାମ୍‌ନା କରି ନ ପାରି ବିବ୍ରତ ହେବେ। ପାଖପଡ଼ୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ। ଅତି ଭଲ ସମ୍ପର୍କ ରହିଥିବା ବନ୍ଧୁଙ୍କ ନିକଟରୁ ଅନାଦର ପାଇପାରନ୍ତି। ଦୋକାନ, ନିର୍ମାଣ, ଯାତ୍ରା, ବିବାଦ, ସଭାସମିତି ପ୍ରଭୃତିରୁ ଆଶ୍ୱସ୍ତି ଲାଭ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri