Posted inRasifala

ରାଶିଫଳ: ମଙ୍ଗଳବାର, ନଭେମ୍ବର ୮ ତାରିଖ – Daily Horoscope

ମେଷ
ନିଜ ପରିସରରେ ଅନ୍ୟମାନଙ୍କ ସକାଶେ ପରାମର୍ଶ ଦାତା ହୋଇ ପ୍ରଶଂସିତ ହେବେ। ବାଣିଜ୍ୟ, ବ୍ୟବସାୟ ଓ କଳାସାହିତ୍ୟରେ ସମସ୍ୟା ସମାଧାନ ହେବ। ରାଜନୀତି , ଯାତ୍ରା ଓ କଚେରି ମାମଲାରେ ଆଶାଜନକ ଫଳ ପାଇବେ। ଅର୍ଥଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
ବୃଷ
ବୃଷ
ପାପଯୁକ୍ତ ରାହୁ ହେତୁ ଭାବପ୍ରବଣତା ବୃଦ୍ଧି ପାଇବ ଓ ମନୋବଳ ହ୍ରାସ ପାଇବ। କର୍ମକ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଆହାର ବିହାରରେ ସଂଯମ ବ୍ୟତିରେକ ସ୍ବାସ୍ଥ୍ୟହାନି ସମ୍ଭାବନା ରହିଛି। ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ସମାଲୋଚନାମତ୍କ ମନ୍ତବ୍ୟ ଦେବେ ।
ମିଥୁନ
ମିଥୁନ
ଚନ୍ଦ୍ରଙ୍କ ଅଶୁଭତ୍ୱରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସମୟାନୁକ୍ରମେ ଭାଙ୍ଗିପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିହୋଇଯିବ। ଆଜି ଦିନଟିରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବା ସୁଯୋଗ ପାଇବେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ।
କର୍କଟ
କର୍କଟ
ସରକାରୀ ଅନୁଦାନପ୍ରାପ୍ତ ଯୋଗୁ ଆର୍ଥିକ ସ୍ବଚ୍ଛଳତା ଓ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ସବୁକଥାକୁ ହାଲୁକା ଭାବେ ଗ୍ରହଣକଲେ କ୍ଷତିରେ ପଡ଼ିବେ। ଅଫିସ୍‌ ସମୟରେ ଶୁଭଖବର ପାଇ ଉଲ୍ଲସିତ ହେବେ। ଆଳସ୍ୟ ଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି।
ସି˚ହ
ସି˚ହ
ପରିବାର ବୋଝ ବୃଦ୍ଧିପାଇବା କାରଣରୁ ଆର୍ଥିକ ଅନଟନର ସମ୍ମୁଖୀନ ହେବେ। ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। ପରୋକ୍ଷଭାବରେ ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧିପାଇବ। ଆଧ୍ୟାମତ୍ିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି।
କନ୍ୟା
ଚନ୍ଦ୍ରଙ୍କ କୁପ୍ରଭାବରୁ ବୃଥା ଅନିଷ୍ଟ ଆଶଙ୍କା କରି ମାନସିକ ସ୍ତରରେ ଅସୁସ୍ଥତା ଅନୁଭବ କରିବେ। କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ। ଅପରାହ୍ନେ ବନ୍ଧୁଙ୍କ ଆଗମନ ଯୋଗୁ ମଉଜ ମଜଲିସରେ ସମୟ ଅତିବାହିତ କରିବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ।
ତୁଳା
ତୁଳା
ଆଜି ଏକ ଭିନ୍ନ ପରିବେଶରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉସତ୍ାହିତ ହେବେ। ଏଜେନ୍ସି, କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ସାମ୍ବାଦିକତାରେ ଉଚ୍ଚ ପ୍ରଶଂସିତ ହେବେ। ଭଲ ବୁଝାମଣା ହେତୁ ପରିବାରରେ ସୁଖଶାନ୍ତି ରାଜୁତି କରିବ। ଏହା ସାଙ୍ଗକୁ ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିବେ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ସଂଯମ ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। ଯେଉଁ କାମ ହେଉନା କାହିଁକି, ତରବରିଆ ପଦକ୍ଷେପ ନେଲେ ହଇରାଣ ହେବେ। ଯେତେ ଭଲ କାମ କଲେ କ’ଣ ହେବ, ଟିକିଏ ଟିକିଏ କଥାରେ ଚିହ୍ନାପଡ଼ି ସମାଲୋଚିତ ହେବେ । ରାଜନୀତି, ପ୍ରେସ୍‌, ପବ୍ଳିକେଶନ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧିପାଇବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। କରଜଦାତାଙ୍କ ଚାପ କ୍ରମଶଃ ବୃଦ୍ଧି ପାଇବା କାରଣରୁ ଦୁଶ୍ଚିନ୍ତାଗ୍ରସ୍ତ ହୋଇପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆନନ୍ଦିତ ହେବେ । ଅବହେଳିତ କାମ ସକାଶେ ଅନୁତାପ କରିବାକୁ ପଡ଼ିପାରେ।
ମକର
ମକର
କର୍ମକ୍ଷେତ୍ରରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଆଜି ଦିନରେ ଭ୍ରମଣ, ରାଜନୀତି, ପ୍ରଶାସନ ପାଇଁ ଭଲ। ପରିସ୍ଥିତିରେ ପଡ଼ି ଦୁଇ ପଇସା ଜାଗାରେ ଛପଇସା ଖର୍ଚ୍ଚ କରିବାକୁ ବାଧ୍ୟ ହେବେ।
କୁମ୍ଭ
କୁମ୍ଭ
କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଖଳଲୋକଙ୍କ କଥାରେ ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍‌ ଧାରଣା ପୋଷଣ କରିପାରନ୍ତି। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ । ଅବସର ବିନୋଦନ କ୍ଷେତ୍ରରେ ପଡ଼ୋଶୀଙ୍କ ସହ ମିଷ୍ଟାଳାପରେ ମାତିରହିବେ।
ମୀନମୀନ
ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହେବ। ଟୁପ୍‌ଟାପ୍‌ କଥାକୁ ଅନ୍ୟମାନେ ଭିନ୍ନ ଦୃଷ୍ଟିକୋଣରୁ ବିଚାର କରିବେ। ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଧନ୍ଦାମୂଳକ ଶିକ୍ଷାରେ ସଫଳତା ଲାଭ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?