Posted inRasifala

ରାଶିଫଳ: ମଙ୍ଗଳବାର, ନଭେମ୍ବର ୮ ତାରିଖ – Daily Horoscope

ମେଷ
ନିଜ ପରିସରରେ ଅନ୍ୟମାନଙ୍କ ସକାଶେ ପରାମର୍ଶ ଦାତା ହୋଇ ପ୍ରଶଂସିତ ହେବେ। ବାଣିଜ୍ୟ, ବ୍ୟବସାୟ ଓ କଳାସାହିତ୍ୟରେ ସମସ୍ୟା ସମାଧାନ ହେବ। ରାଜନୀତି , ଯାତ୍ରା ଓ କଚେରି ମାମଲାରେ ଆଶାଜନକ ଫଳ ପାଇବେ। ଅର୍ଥଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।
ବୃଷ
ବୃଷ
ପାପଯୁକ୍ତ ରାହୁ ହେତୁ ଭାବପ୍ରବଣତା ବୃଦ୍ଧି ପାଇବ ଓ ମନୋବଳ ହ୍ରାସ ପାଇବ। କର୍ମକ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଆହାର ବିହାରରେ ସଂଯମ ବ୍ୟତିରେକ ସ୍ବାସ୍ଥ୍ୟହାନି ସମ୍ଭାବନା ରହିଛି। ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ସମାଲୋଚନାମତ୍କ ମନ୍ତବ୍ୟ ଦେବେ ।
ମିଥୁନ
ମିଥୁନ
ଚନ୍ଦ୍ରଙ୍କ ଅଶୁଭତ୍ୱରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସମୟାନୁକ୍ରମେ ଭାଙ୍ଗିପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିହୋଇଯିବ। ଆଜି ଦିନଟିରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବା ସୁଯୋଗ ପାଇବେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ।
କର୍କଟ
କର୍କଟ
ସରକାରୀ ଅନୁଦାନପ୍ରାପ୍ତ ଯୋଗୁ ଆର୍ଥିକ ସ୍ବଚ୍ଛଳତା ଓ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ। କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ସବୁକଥାକୁ ହାଲୁକା ଭାବେ ଗ୍ରହଣକଲେ କ୍ଷତିରେ ପଡ଼ିବେ। ଅଫିସ୍‌ ସମୟରେ ଶୁଭଖବର ପାଇ ଉଲ୍ଲସିତ ହେବେ। ଆଳସ୍ୟ ଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି।
ସି˚ହ
ସି˚ହ
ପରିବାର ବୋଝ ବୃଦ୍ଧିପାଇବା କାରଣରୁ ଆର୍ଥିକ ଅନଟନର ସମ୍ମୁଖୀନ ହେବେ। ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। ପରୋକ୍ଷଭାବରେ ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧିପାଇବ। ଆଧ୍ୟାମତ୍ିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି।
କନ୍ୟା
ଚନ୍ଦ୍ରଙ୍କ କୁପ୍ରଭାବରୁ ବୃଥା ଅନିଷ୍ଟ ଆଶଙ୍କା କରି ମାନସିକ ସ୍ତରରେ ଅସୁସ୍ଥତା ଅନୁଭବ କରିବେ। କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ। ଅପରାହ୍ନେ ବନ୍ଧୁଙ୍କ ଆଗମନ ଯୋଗୁ ମଉଜ ମଜଲିସରେ ସମୟ ଅତିବାହିତ କରିବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ।
ତୁଳା
ତୁଳା
ଆଜି ଏକ ଭିନ୍ନ ପରିବେଶରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉସତ୍ାହିତ ହେବେ। ଏଜେନ୍ସି, କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ସାମ୍ବାଦିକତାରେ ଉଚ୍ଚ ପ୍ରଶଂସିତ ହେବେ। ଭଲ ବୁଝାମଣା ହେତୁ ପରିବାରରେ ସୁଖଶାନ୍ତି ରାଜୁତି କରିବ। ଏହା ସାଙ୍ଗକୁ ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିବେ।
ବିଛା
ବିଛା
ପ୍ରତ୍ୟେକ କ୍ଷେତ୍ରରେ ସଂଯମ ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ। ଯେଉଁ କାମ ହେଉନା କାହିଁକି, ତରବରିଆ ପଦକ୍ଷେପ ନେଲେ ହଇରାଣ ହେବେ। ଯେତେ ଭଲ କାମ କଲେ କ’ଣ ହେବ, ଟିକିଏ ଟିକିଏ କଥାରେ ଚିହ୍ନାପଡ଼ି ସମାଲୋଚିତ ହେବେ । ରାଜନୀତି, ପ୍ରେସ୍‌, ପବ୍ଳିକେଶନ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧିପାଇବ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। କରଜଦାତାଙ୍କ ଚାପ କ୍ରମଶଃ ବୃଦ୍ଧି ପାଇବା କାରଣରୁ ଦୁଶ୍ଚିନ୍ତାଗ୍ରସ୍ତ ହୋଇପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆନନ୍ଦିତ ହେବେ । ଅବହେଳିତ କାମ ସକାଶେ ଅନୁତାପ କରିବାକୁ ପଡ଼ିପାରେ।
ମକର
ମକର
କର୍ମକ୍ଷେତ୍ରରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଆଜି ଦିନରେ ଭ୍ରମଣ, ରାଜନୀତି, ପ୍ରଶାସନ ପାଇଁ ଭଲ। ପରିସ୍ଥିତିରେ ପଡ଼ି ଦୁଇ ପଇସା ଜାଗାରେ ଛପଇସା ଖର୍ଚ୍ଚ କରିବାକୁ ବାଧ୍ୟ ହେବେ।
କୁମ୍ଭ
କୁମ୍ଭ
କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଖଳଲୋକଙ୍କ କଥାରେ ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍‌ ଧାରଣା ପୋଷଣ କରିପାରନ୍ତି। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ । ଅବସର ବିନୋଦନ କ୍ଷେତ୍ରରେ ପଡ଼ୋଶୀଙ୍କ ସହ ମିଷ୍ଟାଳାପରେ ମାତିରହିବେ।
ମୀନମୀନ
ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହେବ। ଟୁପ୍‌ଟାପ୍‌ କଥାକୁ ଅନ୍ୟମାନେ ଭିନ୍ନ ଦୃଷ୍ଟିକୋଣରୁ ବିଚାର କରିବେ। ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଧନ୍ଦାମୂଳକ ଶିକ୍ଷାରେ ସଫଳତା ଲାଭ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜି ମଙ୍ଗଳ ସହ ଶନିଙ୍କ ସଂଯୋଗ ହେତୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ। ବ୍ୟବସାୟ,ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ସାଧନ ପାଇଁ କୌଣସି...

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ନିଜ ପରିବେଶରେ ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ନିଷ୍ପତ୍ତି ନେଇପାରନ୍ତି। ଅର୍ଥନୈତିକ ଅଭିବୃଦ୍ଧିଜନିତ ବୈଷୟିକ ସୁଖ, ସମୃଦ୍ଧି ପାଇପାରିବେ। ଆଲୋଚନା ସଭାରେ ଅନ୍ୟମାନଙ୍କ...

ରାଶିଫଳ: ବୁଧବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମନକୁ ସୁହାଇଲା ଭଳି କଥାରୁ ପ୍ରଶଂସିତ ହେବେ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାଙ୍କ ସଫଳତା, ଉନ୍ନତ ମାନର ଆଲୋଚନା କାରଣରୁ ଖୁସି...

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଯୁକ୍ତ କେତୁ କାରଣରୁ ମାନସିକ ସ୍ବାସ୍ଥ୍ୟହାନି ଅଶାନ୍ତ ରହିପାରନ୍ତି। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ଅଭାବଜନିତ ଦୁଶ୍ଚିନ୍ତା ସୃଷ୍ଟିହୋଇପାରେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ...

ରାଶିଫଳ: ସୋମବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆପଣଙ୍କ ରାଶିରେ ମଙ୍ଗଳ ସ୍ବାସ୍ଥ୍ୟକୁ ନିୟନ୍ତ୍ରଣ ମଧ୍ୟରେ ରଖିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ଚେଷ୍ଟା କରି ବିଫଳ...

ରାଶିଫଳ: ରବିବାର, ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ ସାମାଜିକ ସ୍ତରରେ ନିଜର ପ୍ରାଧାନ୍ୟ ବୃଦ୍ଧି କରିପାରିବେ। କର୍ମକ୍ଷେତ୍ର, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା...

ରାଶିଫଳ: ଶନିବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ କାମକୁ ତ୍ୱରାନ୍ବିତ କରିବାରେ ସହାୟ ହେବ। ଖାଦ୍ୟପେୟର ଅନିୟମିତତା କାରଣରୁ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖାଦେବ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ...

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଉତ୍ସାହର ସହ କାମ କରିବାରେ ସମର୍ଥ ହେବେ। ଭୁଲ୍‌ ବୁଝାମଣା କାରଣରୁ ସବୁ ସୁବିଧା ଥିଲେ ମଧ୍ୟ ପାରିବାରିକ ଶାନ୍ତି ବ୍ୟାହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri