Posted inRasifala

ରାଶିଫଳ: ବୁଧବାର, ନଭେମ୍ବର ୮ ତାରିଖ – Daily Horoscope

ମେଷ
ଚନ୍ଦ୍ର କୋଣଭାବରେ ଥିବାରୁ ଅନ୍ୟମାନଙ୍କ ସକାଶେ ପରାମର୍ଶ ଦାତା ହୋଇ ପ୍ରଶଂସିତ ହେବ। ବ୍ୟବସାୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ରାଜନୈତିକ ଆଲୋଚନା ଓ କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। କିଛି ପାରିବାରିକ କଥାକୁ ନେଇ ମନରେ ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହୋଇପାରେ।
ବୃଷ
ବୃଷ
ରବି ରାଶିସ୍ଥ ଚନ୍ଦ୍ରଜନିତ ଭାବପ୍ରବଣତା ବୃଦ୍ଧି ଯୋଗୁ ମନୋବଳ ହ୍ରାସ ପାଇବ। ଆକସ୍ମିକ ଭାବରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ। ଆହାର ବିହାରରେ ସଂଜମତା ରକ୍ଷା ନ କଲେ ସ୍ବାସ୍ଥ୍ୟହାନିର ସମ୍ଭାବନା ରହିଛି। ସହକର୍ମୀମାନେ ପରାମର୍ଶ ଲୋଡ଼ିପାରନ୍ତି। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିବେ।
ମିଥୁନ
ମିଥୁନ
ରବିଙ୍କ ଦୁର୍ବଳତା ହେତୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ବନ୍ଧୁସମ୍ପର୍କ କ୍ଷେତ୍ରରେ ସମୟାନୁକ୍ରମେ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ଆଜି ଦିନଟିରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ।
କର୍କଟ
କର୍କଟ
ଶନିଦୃଷ୍ଟ ଚନ୍ଦ୍ର ପ୍ରଭାବରେ କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡ଼ିପାରେ। କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ। କୌଣସି ନୀଚଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ। ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ସି˚ହ
ସି˚ହ
ଆର୍ଥିକ ଅନଟନର ସମ୍ମୁଖୀନ ହେବା କାରଣରୁ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି। ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍‌ ଆରମ୍ଭକରିବାକୁ ମନ ବଳାଇବେ। ପରୋକ୍ଷଭାବରେ ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବ। ଶନିଙ୍କ ଶୁଭପ୍ରଭାବ ଯୋଗୁ ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହୋଇପାରନ୍ତି।
କନ୍ୟା
ଦୁଃସ୍ଥାନସ୍ଥ ଚନ୍ଦ୍ର ହେତୁ ବୃଥା ଅନିଷ୍ଟ ଆଶଙ୍କା କରି ମାନସିକ ସ୍ତରରେ ଅସୁସ୍ଥତା ଅନୁଭବ କରିବେ। କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ। ଅପରାହ୍ନେ ବନ୍ଧୁଙ୍କ ଆଗମନ ଯୋଗୁ ମଉଜ ମଜଲିସରେ ସମୟ ଅତିବାହିତ କରିବେ। ଅପେକ୍ଷା କରିଥିବା ସରକାରୀ ସ୍ତରରୁ ଖବରଟି ମଧ୍ୟାହ୍ନ ପରେ ପାଇବେ।
ତୁଳା
ତୁଳା
କର୍ମାଧିପ ଲାଭସ୍ଥ ଯୋଗୁ ଆଜି ଏକ ଭିନ୍ନ ପରିବେଶରେ ଆପଣଙ୍କୁ ଉଚ୍ଚବର୍ଗଙ୍କ ସାହାଯ୍ୟ ପ୍ରାପ୍ତ ହେବ। ଏଜେନ୍‌ସି, କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ସାମ୍ବାଦିକତାରେ ଉଚ୍ଚ ପ୍ରଶଂସିତ ହେବେ। ଭଲ ବୁଝାମଣା ହେତୁ ପରିବାରରେ ସୁଖଶାନ୍ତି ରାଜୁତି କରିବ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି।
ବିଛା
ବିଛା
ନୀଚଭାବରେ କର୍ମାଧିପ ରହିଥିବାରୁ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହେବେ। ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। ଯେତେ ଭଲ କାମ କଲେ କ’ଣ ହେବ, ଟିକିଏ ଟିକିଏ କଥାରେ ଚିହ୍ନା ପଡ଼ି ସମାଲୋଚିତ ହେବେ। ରାଜନୀତି, ପ୍ରେସ୍‌, ପବ୍ଲିକେଶନ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ।
ଧନୁ
ଧନୁ
ବୁଧଙ୍କ ପ୍ରଭାବରେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ଦୁଶ୍ଚିନ୍ତାଗ୍ରସ୍ତ ହୋଇପାରନ୍ତି। ସ୍ବାସ୍ଥ୍ୟରେ ଅବନ୍ନତିଜନିତ ଅବହେଳିତ କାମ ସକାଶେ ଅନୁତାପ କରିବାକୁ ପଡ଼ିପାରେ। ସାମାଜିକ ସ୍ତରରେ ଖଳ ଲୋକମାନଙ୍କର କାନ କୁହାକଥା ଶୁଣନ୍ତୁ ନାହିଁ ।
ମକର
ମକର
ପାପଗ୍ରହମାନଙ୍କ ସ୍ଥିତିଜନିତ କର୍ମକ୍ଷେତ୍ରରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି। ସାମାଜିକ ସ୍ତରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ସମସ୍ୟାମୂଳକ କାମରେ ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ମିଳିବ। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।
କୁମ୍ଭ
କୁମ୍ଭ
କର୍ମଭାବରେ ବୁଧଥିବାରୁ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଖଳ ଲୋକଙ୍କ କଥାରେ ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍‌ ଧାରଣା ପୋଷଣ କରିପାରନ୍ତି। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଅବସର ବିନୋଦନ କ୍ଷେତ୍ରରେ ପଡ଼ୋଶୀଙ୍କ ସହ ମିଷ୍ଟାଳାପରେ ମାତିରହିବେ।
ମୀନମୀନ

ଚତୁର୍ଥାଧିପ ନିଜ ଭାବରୁ ଷଷ୍ଠସ୍ଥ ଯୋଗୁ ଖାଦ୍ୟପେୟର ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ବନ୍ଧୁମାନଙ୍କ ଟୁପ୍‌ଟାପ କଥାକୁ ଅନ୍ୟମାନେ ଭିନ୍ନ ଦୃଷ୍ଟି କୋଣରୁ ବିଚାର କରିବେ। ମାଲିକଙ୍କ ସହିତ ଘରଭଡ଼ାକୁ କେନ୍ଦ୍ରକରି ସମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। ଧୀରସ୍ଥିର ମନଦେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri