Posted inRasifala

ରାଶିଫଳ: ଶନିବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ
ଆଜି ଏକାଦଶସ୍ଥ ଚନ୍ଦ୍ରଙ୍କ ଯୋଗୁ ଆର୍ଥିକ ଉନ୍ନତି, ଜମିଜମା କାରବାର, ପାରିବାରିକ ସାହାଯ୍ୟ ସମର୍ଥନ ମିଳିବ। କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଜନିତ ବିଷୟକୁ ନେଇ ଚିନ୍ତିତ ରହିବେ। ଅନ୍ୟମାନଙ୍କ କଥାଗୁଡ଼ିକ ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ପାରିବାରିକ ଜୀବନରେ ଉତ୍ଥାନ ପତନ ଲାଗି ରହିବ।
ବୃଷ
ବୃଷ
ମଙ୍ଗଳଙ୍କ ସ୍ଥିତି ଜନିତ ଆପଣ ଘର, ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ରୟ ନେଇ ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ। କ୍ରୀଡ଼ା, କଳା, ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତାରେ ସଫଳତା ହାସଲ କରିବେ । ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ବିଚଳିତ ହେବେ। ପୂବରୁ ଲାଗି ରହିଥିବା ଶାରୀରିକ ଅସୁସ୍ଥତାଜନିତ ପୀଡ଼ାରେ କଷ୍ଟ ପାଇପାରନ୍ତି।
ମିଥୁନ
ମିଥୁନ
ଜନ ସମର୍ଥନ, ଯାନବାହନ ଦିଗରୁ ସୁଫଳ ସହ ପାରିବାରିକ ଜୀବନ ମଧ୍ୟ ସୁଖପ୍ରଦ ରହିବ। ଅଫିସରେ କିଛି କଡ଼ା ଭାଷା ପ୍ରୟୋଗ କରି ଶତ୍ରୁତା ଅର୍ଜନ କରିବେ। ପ୍ରତିଶ୍ରୁତି ଦେଇଥିବା ମିତ୍ରମାନେ ମଧ୍ୟ ନିଜର ମତ ହଠାତ୍‌ ବଦଳାଇ ଅସହଯୋଗ କରିବେ। ଶିଳ୍ପ, ବାଣିଜ୍ୟ ପ୍ରଭୃତିରେ ପ୍ରତିଦ୍ୱନ୍ଦ୍ୱିତା ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
କର୍କଟ
କର୍କଟ
ପ୍ରତ୍ୟେକ କ୍ଷେତ୍ରରେ ସଂଘର୍ଷପୂର୍ଣ୍ଣ ସ୍ଥିତି ଲାଗି ରହିଲେ ମଧ୍ୟ ଆପଣ କଦାପି ଫେରିବେ ନାହିଁ। ଦୀର୍ଘ ଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ସାମୟିକ ଖୁସି ହେବେ। ଶିଳ୍ପ, ସାମ୍ବାଦିକତା, ପରିବହନ, ବାଣିଜ୍ୟ ଓ ବ୍ୟବସାୟରେ ଲାଭ ଆଶାନୁରୂପ ପାଇପାରିବେ । ପାରିବାରିକ କ୍ଷେତ୍ରରେ ପ୍ରତିକ୍ରିୟା ପ୍ରକାଶ କରି ବିବାଦୀୟ ହୋଇପାରନ୍ତି।
ସି˚ହ
ସି˚ହ
ବନ୍ଧୁଙ୍କ ସାହାଯ୍ୟ/ସହଯୋଗ ପ୍ରତିବନ୍ଧକକୁ ଦୂରେଇବାରେ ସମର୍ଥ ହେବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ। କର୍ମକ୍ଷେତ୍ରରେ ବିଶେଷ କାରଣ ନ ଥାଇ ମଧ୍ୟ ସମାଲୋଚିତ ହୋଇପାରନ୍ତି। ଆଗାମୀ ସାଂସ୍କୃତିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭକରି ବ୍ୟସ୍ତତା ବୃଦ୍ଧି ପାଇବ ।
କନ୍ୟା
ପାରିବାରିକ ଅଶାନ୍ତି କ୍ଷେତ୍ରରେ ଭୁଲ୍‌ ବୁଝାମଣା ହିଁ ପ୍ରଧାନ କାରଣ ହେବ। ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବାରେ ପଡ଼ୋଶୀ ମୁଖ୍ୟ ଭୂମିକା ଗ୍ରହଣ କରିବେ । ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ, ତଥାପି କାମ ଅଟକିବ ନାହିଁ। କେତେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରିନେବେ।
ତୁଳା
ତୁଳା
ଭାବପ୍ରବଣତାର ବଶବର୍ତ୍ତୀ ହୋଇ ଆପଣ କାହାର ମିଠା କଥାରେ ଭାସି ଯାଆନ୍ତୁ ନାହିଁ। ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ତର୍କର ସମ୍ମୁଖୀନ ହେବେ। ହଠାତ୍‌ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ।
ବିଛା
ବିଛା
ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ଅବଶ୍ୟ ହେବେ। ଲେଖାପଢ଼ାରୁ, କଳା, ସାହିତ୍ୟରେ ଓ ଅଭିନୟ କ୍ଷେତ୍ରରୁ ପ୍ରଶଂସା ପାଇବେ। ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ଆବଶ୍ୟକତା ପୂରଣ କରିବା ସକାଶେ ବନ୍ଧୁଙ୍କ ହାତକୁ ଚାହିଁ ବସିବେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସାଧାରଣ କଥାରେ ଅନ୍ୟମାନଙ୍କ ଉପରେ ଅଯଥା ବିରକ୍ତି ପ୍ରକାଶ କରନ୍ତୁ ନାହିଁ। ନୂତନ କାମର ପରିକଳ୍ପନା କରିବେ କିନ୍ତୁ ଖର୍ଚ୍ଚଭାର ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ପାରିବାରିକ ସମସ୍ୟାକୁ ସୁଧାରି ନେବାରେ ବନ୍ଧୁମାନେ ସାହାଯ୍ୟ କରିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ଲାଗି ରହିବ।
ମକର
ମକର
ଆଜି କୌଣସି କାମ ଅଟକିବ ନାହିଁ କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ଖର୍ଚ୍ଚାନ୍ତ ସହ ଟେନ୍‌ସନ ଲାଗି ରହିବ। ଉଚ୍ଚ ବର୍ଗର ବ୍ୟକ୍ତି ବିଶେଷଙ୍କଠାରୁ ଶ୍ରଦ୍ଧା ଓ ଗଠନମୂଳକ ପରାମର୍ଶ ପାଇ ଖୁସି ରହିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହୋଇପାରେ । ଭାଙ୍ଗିପଡ଼ିଥିବା ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବାର ସୂଚନା ରହିଛି।
କୁମ୍ଭ
କୁମ୍ଭ
ପରିବାରରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ଯାହାଦ୍ୱାରା ଲାଭ ବଦଳରେ କ୍ଷତି ହିଁ ହେବ। ଜମିଜମା, କଳକାରଖାନା, ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହେବ। ଚିନ୍ତା କରିଥିବା ଯୋଜନା ବିଗିଡ଼ି ଯିବା କାରଣରୁ ମନ ଭଲ ରହିବ ନାହିଁ।
ମୀନମୀନ
ବନ୍ଧୁଙ୍କ ଗହଣରେ ସାଧାରଣ କଥାରେ ଆପଣ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇପାରନ୍ତି । ସଭାସମିତିରେ, ଆନୁଷ୍ଠାନିକ କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପରିବାରରେ ଛୋଟ କଥାକୁ କେନ୍ଦ୍ରକରି କଳହ ସୃଷ୍ଟି ହେବ। ଅଭାବ ନଥିଲେ ମଧ୍ୟ ଭୁଲ୍‌ ବୁଝାମଣା କାରଣରୁ ମାନସିକ ଶାନ୍ତି ପାଇବା କଷ୍ଟକର ହୋଇପଡ଼ିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri