Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ
ଆଜି ଆର୍ଥିକ ଉନ୍ନତି, ଜମିଜମା କାରବାର, ପାରିବାରିକ ସାହାଯ୍ୟ ସମର୍ଥନ ପ୍ରାପ୍ତି ପ୍ରଦାନ କରିବ। କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଜନିତ ବିଷୟକୁ ନେଇ ଚିନ୍ତିତ ରହିବେ। ଅନ୍ୟମାନଙ୍କ କଥାଗୁଡ଼ିକ ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ସଭାସମିତି ଓ ସଂଗଠନ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି।
ବୃଷ
ବୃଷ
ଆଜି ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ। କ୍ରୀଡ଼ା, କଳା, ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତା, ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପ୍ରଦାନ କରିବ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁଁ ବିଚଳିତ ହୋଇପାରନ୍ତି। ପୂର୍ବରୁ ଲାଗି ରହିଥିବା ଶାରୀରିକ ଅସୁସ୍ଥତା ଜନିତ ପୀଡ଼ାରେ କଷ୍ଟ ପାଇପାରନ୍ତି।
ମିଥୁନ
ମିଥୁନ
ବନ୍ଧୁମିଳନ, ଜନ ସମର୍ଥନ ଦିଗରୁ ସୁଫଳ ପାଇବା ସହ ପାରିବାରିକ ଜୀବନ ସୁଖପ୍ରଦ ରହିବ। ପ୍ରତିଶ୍ରୁତି ଦେଇଥିବା ମିତ୍ରମାନେ ନିଜର ମତ ହଠାତ୍‌ ବଦଳାଇ ଅସହଯୋଗ କରିବେ। ଶିଳ୍ପ, ବାଣିଜ୍ୟ ପ୍ରଭୃତିରେ ପ୍ରତିଦ୍ୱନ୍ଦ୍ୱିତା ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। ଘରେ ବନ୍ଧୁମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ।
କର୍କଟ
କର୍କଟ
ପ୍ରତ୍ୟେକ କ୍ଷେତ୍ରରେ ସଂଘର୍ଷପୂର୍ଣ୍ଣ ସ୍ଥିତି ଲାଗି ରହିଲେ ମଧ୍ୟ ଆପଣ କଦାପି ଫେରିବେ ନାହିଁ। ଦୀର୍ଘ ଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ଖୁସି ହେବେ। ଶିଳ୍ପ, ସାମ୍ବାଦିକତା, ପରିବହନ ଓ ବାଣିଜ୍ୟରେ ଲାଭ ପାଇପାରିବେ। ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅବଶ୍ୟ ସବୁ କଥାରେ ନରମି ରହି ପାରିଲେ ହିଁ ସୁଫଳ ପାଇବେ।
ସି˚ହ
ସି˚ହ
ଶାରୀରିକ ଦୁର୍ବଳତା ଅନୁଭବ କଲେ ମଧ୍ୟ ଦୃଢ଼ ମନୋବଳ ଯୋଗୁ ପ୍ରତିବନ୍ଧକକୁ ଦୂରେଇବାରେ ସମର୍ଥ ହେବ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ସମାଲୋଚିତ ହୋଇପାରନ୍ତି। ଆଗାମୀ ସାଂସ୍କୃତିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରି ବ୍ୟସ୍ତତା ବୃଦ୍ଧି ପାଇବ।
କନ୍ୟା
ବନ୍ଧୁଙ୍କ ସହ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବାରେ ପଡ଼ୋଶୀ ମୁଖ୍ୟ ଭୂମିକା ଗ୍ରହଣ କରିବେ। ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ, ତଥାପି କାମ ଅଟକିବ ନାହିଁ। ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବା କାରଣରୁ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡ଼ିପାରେ।
ତୁଳା
ତୁଳା
ଆପଣ କାହାର ମିଠା କଥାରେ ଭାସି ଯାଆନ୍ତୁ ନାହିଁ, ଯାହାକି ସମସ୍ୟାର ହେତୁ ସ୍ବରୂପ ହୋଇପାରେ। ଖଳ ଲୋକଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ। ହଠାତ୍‌ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ।
ବିଛା
ବିଛା
ଆପଣ ଯେଉଁ କାମରେ ହାତ ଦେଇଛନ୍ତି, ସେଥିରେ କୃତକାର୍ଯ୍ୟ ଅବଶ୍ୟ ହେବେ। ଲେଖାପଢ଼ାରୁ, କଳା, ସାହିତ୍ୟରେ ଓ ଅଭିନୟ କ୍ଷେତ୍ରରୁ ପ୍ରଶଂସା ପାଇବେ। ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ଆବଶ୍ୟକତା ପୂରଣ କରିବା ସକାଶେ ବନ୍ଧୁଙ୍କ ହାତକୁ ଚାହିଁ ବସିବେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସାଧାରଣ କଥାରେ ଅନ୍ୟମାନଙ୍କ ଉପରେ ଅଯଥା ବିରକ୍ତି ପ୍ରକାଶ କରନ୍ତୁ ନାହିଁ। କେତେକ ନୂତନ କାମର ପରିକଳ୍ପନା କରିବେ, କିନ୍ତୁ ଖର୍ଚ୍ଚଭାର ଯୋଗୁଁ ଚିନ୍ତାପ୍ରକଟ କରିପାରନ୍ତି। ପାରିବାରିକ ସମସ୍ୟାକୁ ସୁଧାରି ନେବାରେ ବନ୍ଧୁମାନେ ସାହାଯ୍ୟ କରିବେ। ଶିଳ୍ପ, ବାଣିଜ୍ୟ ଓ ପରିବହନରେ ସମସ୍ୟା ଲାଗି ରହିବ।
ମକର
ମକର
ଆଜି କୌଣସି କାମ ଅଟକିବ ନାହିଁ, କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ଟେନ୍ସନ ଲାଗି ରହିବ। ଉଚ୍ଚ ବର୍ଗର ବ୍ୟକ୍ତି ବିଶେଷଙ୍କଠାରୁ ଶ୍ରଦ୍ଧା ଓ ଗଠନମୂଳକ ପରାମର୍ଶ ପାଇ ଖୁସି ରହିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦୌରାମତ୍‌ୟ ଅସହ୍ୟ ହୋଇପାରେ। ଦୀର୍ଘଦିନର ବନ୍ଧୁତାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବାର ସୂଚନା ରହିଛି।
କୁମ୍ଭ
କୁମ୍ଭ
ପିଲାମାନଙ୍କର କିଛି ସମସ୍ୟା ଓ ପରିବାରରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ଯଦ୍ଦ୍ବାରା ଲାଭ ବଦଳରେ କ୍ଷତିହିଁ ହେବ। ଜମିଜମା, କଳ କାରଖାନା, ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହେବ। ଚିନ୍ତା କରିଥିବା ଯୋଜନା ବିଗିଡ଼ିଯିବା କାରଣରୁ ମନ ଭଲ ରହିବ ନାହିଁ।
ମୀନମୀନ

ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ରହିଲେ ମଧ୍ୟ ବିଶେଷ କ୍ଷତି ହେବନାହିଁ। ବନ୍ଧୁମାନଙ୍କ ଗହଣରେ ସାଧାରଣ କଥାରେ ଆପଣ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇପାରନ୍ତି। ସଭାସମିତିରେ, ଆନୁଷ୍ଠାନିକ କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପରିବାରରେ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri