Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ
ଆଜି ଆର୍ଥିକ ଉନ୍ନତି, ଜମିଜମା କାରବାର, ପାରିବାରିକ ସାହାଯ୍ୟ ସମର୍ଥନ ପ୍ରାପ୍ତି ପ୍ରଦାନ କରିବ। କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଜନିତ ବିଷୟକୁ ନେଇ ଚିନ୍ତିତ ରହିବେ। ଅନ୍ୟମାନଙ୍କ କଥାଗୁଡ଼ିକ ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ସଭାସମିତି ଓ ସଂଗଠନ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି।
ବୃଷ
ବୃଷ
ଆଜି ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ। କ୍ରୀଡ଼ା, କଳା, ସାହିତ୍ୟ ଚର୍ଚ୍ଚା ଓ ସାମ୍ବାଦିକତା, ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପ୍ରଦାନ କରିବ। ପରିବାରରେ ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁଁ ବିଚଳିତ ହୋଇପାରନ୍ତି। ପୂର୍ବରୁ ଲାଗି ରହିଥିବା ଶାରୀରିକ ଅସୁସ୍ଥତା ଜନିତ ପୀଡ଼ାରେ କଷ୍ଟ ପାଇପାରନ୍ତି।
ମିଥୁନ
ମିଥୁନ
ବନ୍ଧୁମିଳନ, ଜନ ସମର୍ଥନ ଦିଗରୁ ସୁଫଳ ପାଇବା ସହ ପାରିବାରିକ ଜୀବନ ସୁଖପ୍ରଦ ରହିବ। ପ୍ରତିଶ୍ରୁତି ଦେଇଥିବା ମିତ୍ରମାନେ ନିଜର ମତ ହଠାତ୍‌ ବଦଳାଇ ଅସହଯୋଗ କରିବେ। ଶିଳ୍ପ, ବାଣିଜ୍ୟ ପ୍ରଭୃତିରେ ପ୍ରତିଦ୍ୱନ୍ଦ୍ୱିତା ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ। ଘରେ ବନ୍ଧୁମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ।
କର୍କଟ
କର୍କଟ
ପ୍ରତ୍ୟେକ କ୍ଷେତ୍ରରେ ସଂଘର୍ଷପୂର୍ଣ୍ଣ ସ୍ଥିତି ଲାଗି ରହିଲେ ମଧ୍ୟ ଆପଣ କଦାପି ଫେରିବେ ନାହିଁ। ଦୀର୍ଘ ଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ଖୁସି ହେବେ। ଶିଳ୍ପ, ସାମ୍ବାଦିକତା, ପରିବହନ ଓ ବାଣିଜ୍ୟରେ ଲାଭ ପାଇପାରିବେ। ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅବଶ୍ୟ ସବୁ କଥାରେ ନରମି ରହି ପାରିଲେ ହିଁ ସୁଫଳ ପାଇବେ।
ସି˚ହ
ସି˚ହ
ଶାରୀରିକ ଦୁର୍ବଳତା ଅନୁଭବ କଲେ ମଧ୍ୟ ଦୃଢ଼ ମନୋବଳ ଯୋଗୁ ପ୍ରତିବନ୍ଧକକୁ ଦୂରେଇବାରେ ସମର୍ଥ ହେବ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ସମାଲୋଚିତ ହୋଇପାରନ୍ତି। ଆଗାମୀ ସାଂସ୍କୃତିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରି ବ୍ୟସ୍ତତା ବୃଦ୍ଧି ପାଇବ।
କନ୍ୟା
ବନ୍ଧୁଙ୍କ ସହ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବାରେ ପଡ଼ୋଶୀ ମୁଖ୍ୟ ଭୂମିକା ଗ୍ରହଣ କରିବେ। ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ, ତଥାପି କାମ ଅଟକିବ ନାହିଁ। ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇବା କାରଣରୁ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡ଼ିପାରେ।
ତୁଳା
ତୁଳା
ଆପଣ କାହାର ମିଠା କଥାରେ ଭାସି ଯାଆନ୍ତୁ ନାହିଁ, ଯାହାକି ସମସ୍ୟାର ହେତୁ ସ୍ବରୂପ ହୋଇପାରେ। ଖଳ ଲୋକଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। ପରିବାରରେ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ। ହଠାତ୍‌ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ।
ବିଛା
ବିଛା
ଆପଣ ଯେଉଁ କାମରେ ହାତ ଦେଇଛନ୍ତି, ସେଥିରେ କୃତକାର୍ଯ୍ୟ ଅବଶ୍ୟ ହେବେ। ଲେଖାପଢ଼ାରୁ, କଳା, ସାହିତ୍ୟରେ ଓ ଅଭିନୟ କ୍ଷେତ୍ରରୁ ପ୍ରଶଂସା ପାଇବେ। ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ। ଆବଶ୍ୟକତା ପୂରଣ କରିବା ସକାଶେ ବନ୍ଧୁଙ୍କ ହାତକୁ ଚାହିଁ ବସିବେ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସାଧାରଣ କଥାରେ ଅନ୍ୟମାନଙ୍କ ଉପରେ ଅଯଥା ବିରକ୍ତି ପ୍ରକାଶ କରନ୍ତୁ ନାହିଁ। କେତେକ ନୂତନ କାମର ପରିକଳ୍ପନା କରିବେ, କିନ୍ତୁ ଖର୍ଚ୍ଚଭାର ଯୋଗୁଁ ଚିନ୍ତାପ୍ରକଟ କରିପାରନ୍ତି। ପାରିବାରିକ ସମସ୍ୟାକୁ ସୁଧାରି ନେବାରେ ବନ୍ଧୁମାନେ ସାହାଯ୍ୟ କରିବେ। ଶିଳ୍ପ, ବାଣିଜ୍ୟ ଓ ପରିବହନରେ ସମସ୍ୟା ଲାଗି ରହିବ।
ମକର
ମକର
ଆଜି କୌଣସି କାମ ଅଟକିବ ନାହିଁ, କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ଟେନ୍ସନ ଲାଗି ରହିବ। ଉଚ୍ଚ ବର୍ଗର ବ୍ୟକ୍ତି ବିଶେଷଙ୍କଠାରୁ ଶ୍ରଦ୍ଧା ଓ ଗଠନମୂଳକ ପରାମର୍ଶ ପାଇ ଖୁସି ରହିବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦୌରାମତ୍‌ୟ ଅସହ୍ୟ ହୋଇପାରେ। ଦୀର୍ଘଦିନର ବନ୍ଧୁତାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବାର ସୂଚନା ରହିଛି।
କୁମ୍ଭ
କୁମ୍ଭ
ପିଲାମାନଙ୍କର କିଛି ସମସ୍ୟା ଓ ପରିବାରରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ଯଦ୍ଦ୍ବାରା ଲାଭ ବଦଳରେ କ୍ଷତିହିଁ ହେବ। ଜମିଜମା, କଳ କାରଖାନା, ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହେବ। ଚିନ୍ତା କରିଥିବା ଯୋଜନା ବିଗିଡ଼ିଯିବା କାରଣରୁ ମନ ଭଲ ରହିବ ନାହିଁ।
ମୀନମୀନ

ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ରହିଲେ ମଧ୍ୟ ବିଶେଷ କ୍ଷତି ହେବନାହିଁ। ବନ୍ଧୁମାନଙ୍କ ଗହଣରେ ସାଧାରଣ କଥାରେ ଆପଣ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହୋଇପାରନ୍ତି। ସଭାସମିତିରେ, ଆନୁଷ୍ଠାନିକ କାମରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପରିବାରରେ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri