Posted inRasifala

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୮ ତାରିଖ – Daily Horoscope

ମେଷ
ଆଜି ଏକାଦଶସ୍ଥ ଚନ୍ଦ୍ର ହେତୁ ଯାହା ଖୋଜୁଛନ୍ତି ତାହା ପାଇବେ ଏବଂ ଅଭିଳାଷ ନିଶ୍ଚିତ ପୂରଣ ହୋଇଯିବ। ଅଫିସରେ କୌଣସି ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ନୂତନ ଯୋଜନା ସକାଶେ ମନ ବଳାଇବେ। ପଡ଼ୋଶୀ କିମ୍ବା ସମ୍ପର୍କୀୟମାନେ କାଳେ ଦେବାକୁ ପଡ଼ିବ ଏହି ଚିନ୍ତାରେ ପାଖ ମାଡ଼ିବେ ନାହିଁ।
ବୃଷ
ବୃଷ
ମଙ୍ଗଳ ରାଶିରେ ଅବସ୍ଥାନ କରୁଥିବାରୁ ଆଶା ପୂରଣ ହେବା କାରଣରୁ ମାନସିକ ଶାନ୍ତି ପାଇବେ। ପାରିବାରିକ କ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବାକୁ ବାଧ୍ୟ ହେବେ । କର୍ମକ୍ଷେତ୍ରରେ ଶୃଙ୍ଖଳା ରକ୍ଷା କରିବେ। କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର ପ୍ରଭୃତିରେ ପ୍ରଶଂସିତ ହେବେ ।
ମିଥୁନ
ମିଥୁନ
ଆଜି ପୂର୍ବ ଯୋଜନା ଅନୁଯାୟୀ କର୍ମ କରିବାରେ ସମର୍ଥ ହେବେ । ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି, ଯାହାକି କଳହର କାରଣ ହୋଇପାରେ। ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାରକରି ଉଚିତ ପଦେକ୍ଷପ ନିଅନ୍ତୁ। ପାଖରେ ପାଇପାରୁ ନ ଥିବା ଫାଇଲ୍‌ପତ୍ର କିମ୍ବା କୌଣସି ଜିନିଷ ପାଇଁ ତର୍କ ଓ ବିବାଦ ବଢ଼ିପାରେ।
କର୍କଟ
କର୍କଟ
କର୍ମାଧିପ ଲାଭ ଭାବରେ ଥିବାରୁ ସବୁ କାମ ସମ୍ପନ୍ନ ହେବାରେ କୌଣସି ଅସୁବିଧା ହେବନାହିଁ। ନୂତନ କର୍ମାରମ୍ଭ ପ୍ରୀତିପଦ ହେବ। ନ୍ୟାୟୋଚିତ ପରାମର୍ଶ ଏବଂ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ତଥା ବନ୍ଧୁମାନଙ୍କ ମଧ୍ୟରେ ପ୍ରଶଂସିତ ହେବେ। ନିର୍ମାଣ, ବାଣିଜ୍ୟ ତଥା ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ।
ସି˚ହ
ସି˚ହ
ରବି ଓ ବୁଧଙ୍କ ସ୍ଥିତିଜନିତ ଆଜି ଯାହା ପାଇବାକୁ ଇଚ୍ଛା କରୁଛନ୍ତି ତାହା ମିଳିବ । ଉଚ୍ଚ ପଦାଧିକାରୀଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ଓ କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ଅଂଶଗ୍ରହଣ କରିପାରନ୍ତି। ଅସଫଳତାର କାରଣ ଖୋଜିବାକୁ ଯାଇ ନିଜଲୋକଙ୍କୁ ଭୁଲ୍‌ ବୁଝିବେ। ପ୍ରଶାସନିକ ସ୍ତରରେ ସମସ୍ୟା ବୃଦ୍ଧି ପାଇବ।
କନ୍ୟା
ପ୍ରତ୍ୟେକ କାର୍ଯ୍ୟ ବିବାଦୀୟ ହେବାରୁ ବ୍ୟସ୍ତତା ବୃଦ୍ଧି ପାଇପାରେ । ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ପ୍ରିୟ ବନ୍ଧୁଟି ସାହାଯ୍ୟ କରିବାର ପ୍ରତିଶ୍ରୁତି ଦେଇ ମଧ୍ୟ ପାଖ ମାଡିବେ ନାହିଁ। ଜମିଜମା କିଣାବିକା କିମ୍ବା ବ୍ୟବସାୟ ଓ ପରିବହନରେ ଝଗଡ଼ା ଲାଗିପାରେ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଲାଗିରହିଥିବା ସମସ୍ୟା ସମାଧାନ ହେବ। ରାହୁଙ୍କ କୁପ୍ରଭାବରୁ ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିପାରେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭକରିବେ। ପଡ଼ୋଶୀମାନେ ନିଜ ସ୍ବାର୍ଥସାଧନ ମାନସରେ ବାକ୍‌ଚାତୁରି କଥା କହି କାର୍ଯ୍ୟ ହାସଲ କରିପାରନ୍ତି।
ବିଛା
ବିଛା
ଆଜିର ପ୍ରତ୍ୟୁଷ ଯାତ୍ରା ମନକୁ ଆହ୍ଲାଦିତ କରିବ କିନ୍ତୁ ଅନ୍ୟମନସ୍କ କାରଣରୁ ଟଙ୍କା ପଇସା ହଜି ଯାଇପାରେ। କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ପ୍ରଶଂସିତ ହେବା ସହିତ ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। କାମହାସଲ ପାଇଁ କୌଣସି ପଦସ୍ଥ ବ୍ୟକ୍ତିଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ।
ଧନୁ
ଧନୁ
ନିଜର କାର୍ଯ୍ୟକଳାପ ଅନ୍ୟମାନଙ୍କ ପାଇଁ ଗାତ୍ରଦାହର କାରଣ ହୋଇପାରେ। ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ବନ୍ଧୁଙ୍କ ଜରିଆରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ, କିନ୍ତୁ ଏଥିପାଇଁ ବହୁତ ଟଣାଓଟରା ଲାଗିବ। ପରିବାରର ଇଚ୍ଛା ବିରୋଧରେ କାମ କରି ସମାଲୋଚିତ ହେବେ।
ମକର
ମକର
ସାମାନ୍ୟ ଅସୁସ୍ଥତାରୁ ମନଟା ଭଲ ଲାଗିବ ନାହିଁ, ଯାହାକି କାମକୁ ନିରୁତ୍ସାହିତ କରିବ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିବେ। ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। କର୍ମକ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିବେ ଏବଂ ପାରିବାରିକ ସ୍ଥିତି ପୂର୍ବପରି ରହିବ।
କୁମ୍ଭ
କୁମ୍ଭ
ପାରିବାରିକ ଶୃଙ୍ଖଳା ରକ୍ଷାକରିବାରେ ସମ୍ପର୍କୀୟଙ୍କ ସହାୟତା ନେବାକୁ ପଡ଼ିପାରେ। ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। କେତେକ କ୍ଷେତ୍ରରେ ନୀରବ ରହିବାକୁ ବାଧ୍ୟ ହେବେ। କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହୋଇପାରନ୍ତି।
ମୀନମୀନ
ପ୍ରତ୍ୟେକ କାର୍ଯ୍ୟାରମ୍ଭରେ ସାମାନ୍ୟ ଅସୁବିଧା ଦେଖା ଦେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍‌ ହୋଇଯିବ। ହଠାତ୍‌ ଜରୁରୀ କାମରେ ବାହାରକୁ ଯିବାକୁ ପଡିପାରେ। ଅଫିସ କାମରେ କିମ୍ବା ରାଜନୈତିକ ସ୍ତରରେ ସମସ୍ୟା ବୃଦ୍ଧି ପାଇବା କାରଣରୁ ମାନସିକ ସୁସ୍ଥତା ରହିବ ନାହିଁ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର , ଅଗଷ୍ଟ ୨୯ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷ ଯାତ୍ରାକାଳରେ କୌଣସି ନୂତନ ବନ୍ଧୁଙ୍କ ସହ ବନ୍ଧୁତା ସୃଷ୍ଟିହେବ। ପରିବାରର ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ପାଉଥିବା ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୨୮ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଅସୁବିଧା ହେବନାହିଁ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ…

ରାଶିଫଳ: ଗୁରୁବାର, ଅଗଷ୍ଟ ୨୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନିଷ୍ଠା ନକ୍ଷତ୍ରରେ ରହି ନୂତନ କର୍ମାରମ୍ଭ ସକାଶେ ମନ ବଳାଇବେ। ସକାଳୁ ସକାଳୁ ପ୍ରୀତିପ୍ରଦ ଯାତ୍ରା କରିବାର ଅପୂର୍ବ ସୁଯୋଗ ଲାଭ କରିପାରନ୍ତି।…

ରାଶିଫଳ: ବୁଧବାର, ଅଗଷ୍ଟ ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହି ଗଜକେଶରୀ ଯୋଗ ସୃଷ୍ଟି କରୁଥିବାରୁ ଅର୍ଥ, ସମ୍ମାନ ଏବଂ ପ୍ରତିଷ୍ଠା ପ୍ରତ୍ୟେକ ସ୍ତରରେ ରହିବ। ପାରିବାରିକ ଶାନ୍ତି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri