Posted inRasifala

ରାଶିଫଳ: ଶନିବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ
ଆଜିର ଯାତ୍ରା ଓ ସାନ୍ଧ୍ୟ ଭ୍ରମଣରେ ଜଣେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ସରକାରୀ ସ୍ତରରୁ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। ଭୁଲ୍‌ ବୁଝାମଣା କାରଣରୁ କୌଣସି ଅପରିଚିତଙ୍କ ସହ କଳହ ଲାଗିପାରେ।
ବୃଷ
ବୃଷ
ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ। ବନ୍ଧୁମାନଙ୍କ ସହାନୁଭୂତି ଲାଭ କରି ବିବାଦୀୟ ଘଟଣାର ସମାଧାନ କରିବେ। ପ୍ରତ୍ୟେକ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ଆକସ୍ମିକ ଭାବେ ସୁଖଭ୍ରମଣ ଯୋଗ ରହିଛି।
ମିଥୁନ
ମିଥୁନ
ଆଜିର ଯାତ୍ରା ଓ ନୂତନ କାର୍ଯ୍ୟାରମ୍ଭ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। କିନ୍ତୁ ଯାହା କଲେ ମଧ୍ୟ ବିନା ଖର୍ଚ୍ଚରେ କାମ ହାସଲ ହୋଇପାରିବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌ବେଗର କାରଣ ହୋଇପାରେ। ଆକସ୍ମିକ ଭାବରେ ମିତ୍ର ବନ୍ଧୁଙ୍କ ସହ ମନାନ୍ତର ଘଟିବାର ସମ୍ଭାବନା ରହିଛି।
କର୍କଟ
କର୍କଟ
ଦୀର୍ଘ ଦିନର ସ୍ଥଗିତ କାମକୁ ଆରମ୍ଭ କରିବା ସକାଶେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ସହକର୍ମୀମାନେ ପ୍ରତ୍ୟେକ କ୍ଷେତ୍ରରେ ସହଯୋଗର ହାତ ବଢ଼ାଇବେ। ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।
ସି˚ହ
ସି˚ହ
କୌଣସି କ୍ଷେତ୍ରକୁ ନ ଡାକିଲେ ଯାଆନ୍ତୁ ନାହିଁ ଏବଂ ନ ପଚାରିଲେ କିଛି କହିବା ଠିକ୍‌ ହେବ ନାହିଁ। ଚେଷ୍ଟା କରୁଥିବା କାମ, ଅର୍ଥ ସମ୍ପର୍କ ପ୍ରଭୃତି ପ୍ରତ୍ୟେକ ଦିଗରୁ ଶୁଭଫଳ ପାଇବେ। ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। କାର୍ଯ୍ୟବ୍ୟସ୍ତ ଯୋଗୁ ମିଶିବାକୁ ଆସିଥିବା ବନ୍ଧୁଙ୍କ ସହ ଆଲୋଚନା କରିବାର ଅବସର ପାଇବେ ନାହିଁ।
କନ୍ୟା
ଅନ୍ୟ ପାଇଁ ତ୍ୟାଗ ସ୍ବୀକାର କଲେ ମଧ୍ୟ ସେମାନେ ତାହାକୁ ଗ୍ରହଣ କରିପାରିବେ ନାହିଁ। ଅସାବଧାନତା କାରଣରୁ ଆଘାତ କିମ୍ବା ଧନହାନିର ସମ୍ଭାବନା ରହିଛି। ଚିନ୍ତା କରିଥିବା କାମଗୁଡ଼ିକ ପରିସ୍ଥିତିବଶତଃ ବାସ୍ତବରେ ଓଲଟା ହେବାରୁ ଚିନ୍ତା ପ୍ରକଟ କରିବେ । କଳା, ସାହିତ୍ୟ, ସାମ୍ବାଦିକତା ଓ ଆଧ୍ୟାତ୍ମିକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ତୁଳା
ତୁଳା
ଆଜିହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଖର୍ଚ୍ଚାନ୍ତ ହେଲେ ମଧ୍ୟ ଶେଷ କରିପାରିବେନି। ପ୍ରତିଟି କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା କରନ୍ତୁ, ନତୁବା ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିପାରନ୍ତି। କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିପାରନ୍ତି। ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ।
ବିଛା
ବିଛା
ଅତୀତ ଘଟଣା ମନରେ ଆଲୋଡ଼ନ ସୃଷ୍ଟି କରି ମାନସିକ ସ୍ଥିତିକୁ ଅସ୍ଥିର କରିପାରେ। କାଳେ ସାହାଯ୍ୟ କରିବାକୁ ବନ୍ଧୁ କହିପାରନ୍ତି,ଏହି କଥା ମନରେ ଚିନ୍ତାକରି ସମ୍ପର୍କୀୟ ପାଖ ମାଡିବେ ନାହିଁ। ଆପଣଙ୍କ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ, ଯାହାକି କାମକୁ ଆସିବ । ଜମିଜମା କାରଣକୁ ନେଇ କୌଣସି ନିକଟ ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ।
ଧନୁ
ଧନୁ
ଗୋଟିଏ ସ୍ଥାନରେ ଦୀର୍ଘ ସମୟ ରହିବା ଆପଣଙ୍କ ପାଇଁ ସମସ୍ୟାର କାରଣ ହୋଇପାରେ। ପୂର୍ବରୁ ପରିକଳ୍ପିତ ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ନିର୍ମାଣ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚାପର ସମ୍ମୁଖୀନ ହୋଇପାରନ୍ତି। ଆଜିର ପ୍ରାତଃଭ୍ରମଣ ସୁଖ ବେଶ୍‌ ଉପଭୋଗ୍ୟ ହୋଇପାରେ।
ମକର
ମକର
ଆଜି ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ। କେତେକ କ୍ଷେତ୍ରରେ ହାତ ପାହାନ୍ତାକୁ ସୁଯୋଗ ଆସିଯିବ କିନ୍ତୁ ଧନିଷ୍ଠା ନିଜ ଦୋଷରୁ ତାହା ହରାଇ ପାରନ୍ତି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସମସ୍ୟା ସୃଷ୍ଟି ହେବା କାରଣରୁ କାମଟି ଅସମ୍ପୂର୍ଣ୍ଣ ରହଯିବ। ଯାତ୍ରାରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ।
କୁମ୍ଭ
କୁମ୍ଭ
ଆଜିର ପ୍ରତ୍ୟେକ କାମ ସମସ୍ୟାବହୁଳ ହୋଇପାରେ। କର୍ମକ୍ଷେତ୍ରରେ ଅସଫଳ ହେବାକୁ ନେଇ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ଆଜି ସଭାସମିତି,ସତ୍‌ସଙ୍ଗ,ଅଧ୍ୟାତ୍ମିକତା, ରାଜନୀତି, ପ୍ରଶାସନ ପାଇଁ ଭଲ।
ମୀନମୀନ
ଆଜି ଯାହା କରିବେ କିମ୍ବା କହିବେ, ପ୍ରତ୍ୟେକ ଦିଗରୁ ତାହା ଅନୁକୂଳ ସୁଫଳ ପ୍ରଦାନ କରିବ। କିନ୍ତୁ କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବାକୁ ପଡ଼ିପାରେ । ଆନୁଷ୍ଠାନିକ କାମରେ ଗୁରୁଦାୟିତ୍ୱ ବହନ କରି ପ୍ରସ୍ତୁତିପଥେ କର୍ମମୁଖର ରହିପାରନ୍ତି। ଅଫିସ୍‌ରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ...

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା,...

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri