Posted inRasifala

ରାଶିଫଳ: ରବିବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ
ଆଜିର ଯାତ୍ରା ସମୟରେ ଜଣେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ସରକାରୀ ସ୍ତରରୁ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। ଭୁଲ୍‌ ବୁଝାମଣା ଯୋଗୁ କୌଣସି ଅପରିଚିତଙ୍କ ସହ କଳହ ଲାଗିପାରେ।
ବୃଷ
ବୃଷ
ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ। ବନ୍ଧୁଙ୍କ ସହାନୁଭୂତି ଲାଭ କରିବା ଫଳରେ ବିବାଦୀୟ ଘଟଣା ଓ ଆର୍ଥିକ ସମସ୍ୟାର ସମାଧାନ ଘଟିବ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ପରିସ୍ଥିତି ଜଟିଳ ହେବ ନାହିଁ। ପରିଜନଙ୍କ ସହିତ ସୁଖଭ୍ରମଣ ଯୋଗ ରହିଛି।
ମିଥୁନ
ମିଥୁନ
ଆଜି ନୂତନ କାର୍ଯ୍ୟାରମ୍ଭ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। କିନ୍ତୁ ଯାହାକଲେ ମଧ୍ୟ ବିନା ଖର୍ଚ୍ଚରେ କାମ ହାସଲ ହୋଇ ପାରିବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଅବହେଳାର କାରଣ ହୋଇପାରେ। ଆକସ୍ମିକ ଭାବରେ ମିତ୍ର ବନ୍ଧୁଙ୍କ ସହ ମନାନ୍ତର ଘଟିବାର ସମ୍ଭାବନା ରହିଛି।
କର୍କଟ
କର୍କଟ
ଦୀର୍ଘ ଦିନର ସ୍ଥଗିତ କାମକୁ ଆରମ୍ଭ କରିବା ସକାଶେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ସହକର୍ମୀମାନେ ପ୍ରତ୍ୟେକ କ୍ଷେତ୍ରରେ ସହଯୋଗର ହାତ ବଢ଼ାଇବେ। ଆଜି ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।
ସି˚ହ
ସି˚ହ
କୌଣସି କ୍ଷେତ୍ରକୁ ନ ଡାକିଲେ ଯାଆନ୍ତୁ ନାହିଁ ଏବଂ ନ ପଚାରିଲେ କିଛି କହିବା ଠିକ୍‌ ହେବନାହିଁ। ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। କାର୍ଯ୍ୟବ୍ୟସ୍ତ ଯୋଗୁ ବନ୍ଧୁଙ୍କ ସହ ଆଲୋଚନା କରିବାର ଅବସର ପାଇବେ ନାହିଁ। ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବା କାରଣରୁ ସାମୟିକ ଭାବରେ ଆଶ୍ୱସ୍ତି ଲାଭ କରିବେ।
କନ୍ୟା
ଅନ୍ୟମାନଙ୍କ ପାଇଁ ତ୍ୟାଗ ସ୍ବୀକାର କଲେ ମଧ୍ୟ ସେମାନେ ତାହାକୁ ସହଜରେ ଗ୍ରହଣ କରିପାରିବେ ନାହିଁ। ଅସାବଧାନତା କାରଣରୁ ଆଘାତ ପ୍ରାପ୍ତି କିମ୍ବା ଧନହାନିର ସମ୍ଭାବନା ରହିଛି। ଚିନ୍ତା କରିଥିବା କାମଗୁଡ଼ିକ ଆଜି ଓଲଟା ହେବାରୁ ଚିନ୍ତା ପ୍ରକଟ କରିବେ। କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ତୁଳା
ତୁଳା
ସମସ୍ୟା ମଧ୍ୟରେ ଆଜିହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଖର୍ଚ୍ଚାନ୍ତ ହେଲେ ମଧ୍ୟ ଶେଷ କରିପାରିବେନି। ପ୍ରତିଟି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିପାରନ୍ତି। କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିପାରନ୍ତି। ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ।
ବିଛା
ବିଛା
ଅତୀତର ଘଟଣା ମାନସିକ ସ୍ଥିତିକୁ ଚିନ୍ତିତ କରାଇପାରେ। କାଳେ ସାହାଯ୍ୟ କରିବାକୁ ପଡ଼ିପାରେ ଏହି ଚିନ୍ତାରେ ନିକଟ ସମ୍ପର୍କୀୟମାନେ ମଧ୍ୟ ଆଜି ପାଖ ମାଡ଼ିବେ ନାହିଁ। ଆପଣଙ୍କ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ, ଯାହାକି କାମକୁ ଆସିବ। ଜମିଜମା କାରଣକୁ ନେଇ କୌଣସି ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ।
ଧନୁ
ଧନୁ
ଗୋଟିଏ ସ୍ଥାନରେ ଦୀର୍ଘ ସମୟ ରହିବା ଆପଣଙ୍କ ପାଇଁ ସମସ୍ୟାର କାରଣ ହୋଇପାରେ। ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ନିର୍ମାଣ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚାପର ସମ୍ମୁଖୀନ ହୋଇପାରନ୍ତି। ଆଜିର ପ୍ରାତଃଭ୍ରମଣ ସୁଖ ବେଶ୍‌ ଉପଭୋଗ୍ୟ ହୋଇପାରେ।
ମକର
ମକର
ଆଜି ଆପଣ ଯେଉଁ କାମରେ ହାତ ଦେବେ, ସେଥିରେ ନିଶ୍ଚିତ ସଫଳତା ପାଇବେ। ମନ ବୁଝିଲାଭଳି କଥା କହି ପଡ଼ୋଶୀମାନେ ନିଜର କାର୍ଯ୍ୟ ହାସଲ କରିନେବେ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହଠାତ୍‌ ସମସ୍ୟା ସୃଷ୍ଟି ହେବା କାରଣରୁ ପୂର୍ଣ୍ଣାଙ୍ଗ ହେବାକୁ ଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ। ଯାତ୍ରାରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଅସଫଳ ହେବାକୁ ନେଇ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ସାମାନ୍ୟ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଦିନଟି ପ୍ରାୟତଃ ଭଲରେ ଅତିବାହିତ ହେବ। ଆଜି ସଭାସମିତି, ଆଧ୍ୟାତ୍ମିକତା, ରାଜନୀତି, ପ୍ରଶାସନ ପାଇଁ ଭଲ।
ମୀନମୀନ
ଆଜି ଯାହା କରିବେ କିମ୍ବା କହିବେ, ପ୍ରତ୍ୟେକ ଦିଗରୁ ତାହା ଅନୁକୂଳ ସୁଫଳ ପ୍ରଦାନ କରିବ। କିନ୍ତୁ କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବାକୁ ପଡ଼ିପାରେ। ଆନୁଷ୍ଠାନିକ କାମରେ ଗୁରୁ ଦାୟିତ୍ୱ ବହନ କରି ପ୍ରସ୍ତୁତିପଥେ କର୍ମମୁଖର ରହିପାରନ୍ତି। ଶୁଣା କଥାକୁ ବିଶ୍ୱାସ ନ କରି କାର୍ଯ୍ୟ କଲେ ଉପକୃତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

ରାଶିଫଳ: ବୁଧବାର, ମେ ୧୩ ତାରିଖ – Daily Horoscope

ମେଷ ପ୍ରତ୍ୟେକ କାମ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। କିନ୍ତୁ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବାକୁ ପଡ଼ିପାରେ।…

ରାଶିଫଳ: ମଙ୍ଗଳବାର, ମେ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ପାରିବାରିକ…

ରାଶିଫଳ: ସୋମବାର, ମେ ୧୧ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ବନ୍ଧୁଙ୍କୁ ସୁହାଇଲା ଭଳି ମଉଜିଆ କଥା କହି ପରିସ୍ଥିତିକୁ…

ରାଶିଫଳ: ରବିବାର, ମେ ୧୦ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। କୃତ୍ତିକା ନକ୍ଷତ୍ରକୁ ଅର୍ଥ ଲାଭ ସହ ଶାରୀରିକ ସୁସ୍ଥତା କାମ କରିବା…

ରାଶିଫଳ: ଶନିବାର, ମେ ୯ ତାରିଖ – Daily Horoscope

ମେଷ ସମ୍ପର୍କୀୟ କିମ୍ବା ଆତ୍ମୀୟଙ୍କ ସାହାଯ୍ୟରୁ କୌଣସି କାମ ଅଟକି ରହିବନାହିଁ। ବିବାଦୀୟ ଘଟଣାରେ କୌଣସି ନିର୍ଦ୍ଦିଷ୍ଟ ପକ୍ଷକୁ ସମର୍ଥନ କରିବା ଠିକ୍‌ ହେବ ନାହିଁ। ଦ୍ୱିଜା…

ରାଶିଫଳ: ଶୁକ୍ରବାର, ମେ ୮ ତାରିଖ – Daily Horoscope

ମେଷ କେନ୍ଦ୍ରସ୍ଥ ଗ୍ରହଙ୍କ ସୁପ୍ରଭାବରୁ ଉଚ୍ଚଚିନ୍ତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ, ଧର୍ମକାର୍ଯ୍ୟକୁ ମନ ବଳିବ। ଆନୁଷ୍ଠାନିକ କ୍ଷେତ୍ରରେ ସାମିଲ ସହ ସତ୍‍ସଙ୍ଗର ସୁଯୋଗ ପାଇବେ। ଆଜିର ଯାତ୍ରା,…

ରାଶିଫଳ: ଗୁରୁବାର, ମେ ୭ ତାରିଖ – Daily Horoscope

ମେଷ ଆଜି ଯାତ୍ରା, ବ୍ୟବସାୟ, ପରିବହନ, ରାଜନୀତି ପାଇଁ ବହୁତ ଭଲ। ମାତ୍ର କର୍ମ କ୍ଷେତ୍ରରେ କେତେକ ବ୍ୟତିକ୍ରମ ଲାଗି ରହିବା କାରଣରୁ ଟେନ୍ସନ ପିଛା ଛାଡିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri