Posted inRasifala

ରାଶିଫଳ: ସୋମବାର, ଅଗଷ୍ଟ ୯ ତାରିଖ – Daily Horoscope

ମେଷ
ଆଜି ରବି ଓ ଚନ୍ଦ୍ରଙ୍କ ଏକତ୍ର ଅବସ୍ଥାନ ହେତୁ ପାରିବାରିକ ସମସ୍ୟା ସୁଧାରିବାକୁ ପ୍ରଯତ୍ନ କରିବେ। ନୂତନ ଯୋଜନା ଲାଗି ସାହାଯ୍ୟ, ସହଯୋଗ ପାଇବାରେ ଅସୁବିଧା ହେବ ନାହିଁ। ଆବଶ୍ୟକତା ପୂରଣ ସକାଶେ ଧାର କରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ବିଶେଷ ଭ୍ରମଣ ଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।
ବୃଷ
ବୃଷ
ଚନ୍ଦ୍ରଙ୍କ ଏକାଦଶରେ ରାହୁ ସପ୍ତମଭାବକୁ ଦୃଷ୍ଟି ଦେଉଥିବାରୁ ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବ। ଯେଉଁ କାର୍ଯ୍ୟ ପାଇଁ ତପତ୍ର ହୋଇ ଉଠିଛନ୍ତି, ତାହା ନିଶ୍ଚିତ ପୂରଣ ହୋଇଯିବ। ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଧପଡ଼ କରିବାକୁ ପଡ଼ିବ। ଘରକୁ ଆସୁଥିବା ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ।
ମିଥୁନ
ମିଥୁନ
ତୃତୀୟାଧିପ ଦ୍ୱିତୀୟସ୍ଥ ଯୋଗୁ ସହକର୍ମୀ କିମ୍ବା ପଡ଼ୋଶୀଙ୍କ ସହ ସମ୍ପର୍କ ମଧୁର ରହିବ। ଅଟକି ରହିଥିବା ଫାଇଲ୍‌ କାମ ସକାଶେ ମାନସିକ ସ୍ଥିରତା ରହିନପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସାମୟିକ ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିବେ ।
କର୍କଟ
କର୍କଟ
ଚନ୍ଦ୍ର ସ୍ବଗୃହୀ ଓ ରବିଙ୍କ ସହ ଥିବାରୁ ସ୍ବାସ୍ଥ୍ୟ ପରିସ୍ଥିତିରେ ବିଶେଷ ଉନ୍ନତି ଦେଖାଯାଇ ନ ପାରେ। କୌଣସି ଅତୀତ ଘଟଣା ପ୍ରତି ସିଂହାବଲୋକନ କରି ଅନୁତାପ କରିପାରନ୍ତି। ଉପରିସ୍ଥଙ୍କ ଆଶ୍ୱାସନା କାରଣରୁ ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ। ଅଫିସ୍‌ରୁ ଫେରନ୍ତା ବାଟରେ କୌଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିପାରନ୍ତି।
ସି˚ହ
ସି˚ହ
ଧନାଧିପତି ରାଶିରେ ରହିଥିବାରୁ ଆବଶ୍ୟକତା ପୂରଣ ସକାଶେ ଟଙ୍କା ଯୋଗାଡ଼ ଯୋଜନା କରିବେ। ପରିବାରର ଆବଶ୍ୟକତା ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିବାର ଇଚ୍ଛା ପ୍ରବଳତର ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଶିଳ୍ପ, ବାଣିଜ୍ୟ, ପରିବହନ, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କନ୍ୟା
ବକ୍ରୀ ବୃହସ୍ପତିଙ୍କ ଯୋଗୁ ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ଭଲ ରହି ନ ପାରେ। ତରବର ନ ହୋଇ କାମ କଲେ ସମସ୍ୟାର ସମାଧାନ ହେବାରେ କୌଣସି ଅସୁବିଧା ନାହିଁ। ସ୍ବାର୍ଥର ବଶବର୍ତ୍ତୀ ହୋଇ ଆମତ୍ୀୟମାନେ ଶତ୍ରୁତା କରିପାରନ୍ତି। ଇଚ୍ଛା ନ ଥିଲେ ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ତୁଳା
ତୁଳା
ଶନି ଓ ରବି ସହ ଚନ୍ଦ୍ରଙ୍କ ପାରସ୍ପରିକ ଦୃଷ୍ଟିଭେଦ କାରଣରୁ ମାନସିକ ଅବସ୍ଥା ବିଗିଡ଼ିଯିବ। ଆଜି ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହେବ। କୌଣସି ଜିନିଷ କ୍ରୟ ସକାଶେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ପଡ଼ିପାରେ। ଘରକୁ ଆସିଥିବା ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ପରିବାରରେ ଝଗଡ଼ାର ସମ୍ଭାବନା ରହିଛି।
ବିଛା
ବିଛା
ଅଷ୍ଟମାଧିପତି ଯୁକ୍ତ ରାଶ୍ୟାଧିପତି ହେତୁ ସ୍ବାସ୍ଥ୍ୟ ବିଶେଷ ଭଲ ରହି ନ ପାରେ। କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସୂଚନା ମଧ୍ୟ ରହିଛି। ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ଈର୍ଷା ଓ ଅସୂୟା ମନୋଭାବ ପୋଷଣ ପୂର୍ବକ ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବ।
ଧନୁ
ଧନୁ
ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ଭାବୁଥିବା କଥାଟି ଯଥା ସମୟରେ ହୋଇଯିବ। ପ୍ରତିଯୋଗିତାରେ ସଫଳତା ପାଇବେ। ବୃହସ୍ପତି ଭାଗ୍ୟସ୍ଥାନକୁ ଦେଖୁଥିବାରୁ ପରିବାରର ଆବଶ୍ୟକତାକୁ ଉପଲବ୍ଧି କରି ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
ମକର
ମକର
କର୍ମାଧିପ ଅଷ୍ଟମସ୍ଥ ହେତୁ ସ୍ଥଗିତ କାମ ସମ୍ପନ୍ନ କଷ୍ଟକର ହେବ। ଆଜି ପ୍ରତି କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣରେ ରଖିବା ଭଲ। ସନ୍ଧ୍ୟା ସମୟରେ ନିକଟ ସମ୍ପର୍କୀୟମାନଙ୍କ ସହ ସୁଖଭ୍ରମଣ ଯୋଗ ରହିଛି। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ରରେ ଉନ୍ନତି କରିବେ ଏବଂ ପ୍ରଶଂସିତ ମଧ୍ୟ ହେବେ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ କ୍ରମଶଃ ନିରାମୟ ଦିଗକୁ ଗତି କରୁଥିବାରୁ ସାମୟିକ ଆଶ୍ୱସ୍ତି ଲାଭ କରିପାରନ୍ତି। ନିଜର ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ଆକସ୍ମିକ ଭାବରେ ଦୀର୍ଘଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ।
ମୀନମୀନ
ଷଷ୍ଠ ସ୍ଥାନରେ ବୁଧ ରହିଥିବାରୁ ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ। ପାରିବାରିକ କ୍ଷେତ୍ରରେ ସମସ୍ୟା ସୁଧାରିବା ସକାଶେ ବନ୍ଧୁମାନଙ୍କ ହସ୍ତକ୍ଷେପରୁ ପରିସ୍ଥିତିକୁ ସୁଧାରି ନେବେ। ଚେଷ୍ଟା କରୁଥିବା କାମରେ ଓ ସଫଳତାରେ ଆନନ୍ଦ ଅନୁଭବ କରିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri