Posted inRasifala

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୯ ତାରିଖ – Daily Horoscope

ମେଷ
ଆଜି ପାରିବାରିକ ସମସ୍ୟା ସୁଧାରିନେବା ସହ ଆବଶ୍ୟକତା ପୂରଣ କରିବା ପାଇଁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ପାଇଁ ଘର ସାଜସଜ୍ଜାରେ ମଜ୍ଜିରହିବେ। ବ୍ୟବସାୟିକ ସ୍ଥିତି ସୁଦୃଢ଼ ରହିବ ଏବଂ ନୂତନ କାମ ହାତକୁ ନେଇପାରନ୍ତି।
ବୃଷ
ବୃଷ
ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବ ଏବଂ ଆନୁଷ୍ଠାନିକ କାମ ସକାଶେ ବ୍ୟସ୍ତତା ପ୍ରକାଶ କରିବେ। ଘରକୁ ଆସୁଥିବା ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହୋଇପାରେ। ପୁରାତନ ରୋଗରୁ ପୀଡ଼ା ଅନୁଭବ କରିପାରନ୍ତି। ଶିଳ୍ପ, ବାଣିଜ୍ୟ ଏବଂ ପରିବହନ କ୍ଷେତ୍ରରେ ସମସ୍ୟା ଦୂରହେବା ଆଶା ରହିଛି।
ମିଥୁନ
ମିଥୁନ
ଆମତ୍ୀୟସ୍ବଜନ କିମ୍ବା ସହକର୍ମୀମାନଙ୍କ ସହ ସମ୍ପର୍କରେ ହ୍ରାସ ଘଟିବ। କର୍ମକ୍ଷେତ୍ରର ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିରତା ରହି ନ ପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନ ସାମୟିକ ବାଧାପ୍ରାପ୍ତ ହେବ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ବ୍ୟସ୍ତତା ପ୍ରକାଶ କରିବେ ।
କର୍କଟ
କର୍କଟ
କୌଣସି ଅତୀତ ଘଟଣା ପ୍ରତି ସିଂହାବଲୋକନ କରି ଅନୁତାପ କରିପାରନ୍ତି। ଅର୍ଥ ସମ୍ପର୍କିତ କୌଣସି ଅନୁଚିନ୍ତା ସାୟାହ୍ନେ ଦୂରହେବ। ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ। ପାରିବାରିକ ସ୍ତରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ସି˚ହ
ସି˚ହ
ଆବଶ୍ୟକତା ପୂରଣ ସକାଶେ ଟଙ୍କା ପଇସା ଯୋଗାଡ଼ କରିବା ସକାଶେ ବିଭିନ୍ନ ପ୍ରକାର ଯୋଜନା କରିବେ। ପରିବାରର ଆବଶ୍ୟକତା ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ବହୁଦିନରୁ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ। ଆକସ୍ମିକ ଭାବରେ କୌଣସି ନୂତନ କାର୍ଯ୍ୟରେ ହାତଦେବାକୁ ସ୍ଥିର କରିପାରନ୍ତି।
କନ୍ୟା
ଗତକାଲିର ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ଭଲ ରହି ନ ପାରେ। ତରବର ନ ହୋଇ କାମକଲେ ସମସ୍ୟାର ସରଳ ସମାଧାନ ହେବାରେ କୌଣସି ଅସୁବିଧା ରହିବ ନାହିଁ । ସ୍ବାର୍ଥର ବଶବର୍ତ୍ତୀ ହୋଇ ଆମତ୍ୀୟମାନେ ହଠାତ୍‌ ଶତ୍ରୁତା କରିବେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟକୁ ଯିବା ପୂର୍ବରୁ ସ୍ଥଗିତ ସୂଚନା ରହିଛି।
ତୁଳା
ତୁଳା
ପାରିବାରିକ ସ୍ତରରେ ବିଭିନ୍ନ ପ୍ରକାର ଅସୁବିଧା ଭିତରେ ଗତି କରିବେ। କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ଘରକୁ ଆସିଥିବା ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବ। କର୍ମକ୍ଷେତ୍ରରେ, ସଭା ସମିତିରେ, ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ବିଛା
ବିଛା
ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ । ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହାକି ସମସ୍ୟା ସୃଷ୍ଟିର କାରଣ ହୋଇପାରେ। ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି । ଗୁପ୍ତ ଶତ୍ରୁମାନଙ୍କର ସକ୍ରିୟତା ବୃଦ୍ଧି ପାଇବା ସୂଚନା ରହିଛି ।
ଧନୁ
ଧନୁ
ପ୍ରତିଯୋଗିତାରେ ସଫଳତା ପାଇବେ। ପରିବାରର ଆବଶ୍ୟକତାକୁ ଉପଲବ୍ଧିକରି ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, ସାମ୍ବାଦିକତା ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ । ବ୍ୟବସାୟ, ପରିବହନ, ଅର୍ଥ ସମ୍ପର୍କ, ସଭା ସମିତି ଓ ଆନୁଷ୍ଠାନିକ କାମରୁ ମନ ଖୁସି ରହିବ।
ମକର
ମକର
ସ୍ଥଗିତ ରହିଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। ବନ୍ଧୁମାନଙ୍କ ସହ ବ୍ୟବହାରରେ ସଂଯମ ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। ନିକଟ ସମ୍ପର୍କୀୟ ମାନଙ୍କ ସହ ସୁଖଭ୍ରମଣ ଯୋଗ ରହିଛି।
କୁମ୍ଭ
କୁମ୍ଭ
ନିଜ ଲୋକମାନେ ଯେତେ ପ୍ରକାର ସମସ୍ୟା ସୃଷ୍ଟିକଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ଦୀର୍ଘଦିନରୁ ଭାଙ୍ଗିପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପରିବାରରେ ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ।
ମୀନମୀନ
ପାରିବାରିକ କ୍ଷେତ୍ରରେ କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ। କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ। ବନ୍ଧୁମାନଙ୍କ ହସ୍ତକ୍ଷେପ ଫଳରେ ପରିସ୍ଥିତିକୁ ସୁଧାରି ନେବେ। ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହାକି ବ୍ୟସ୍ତତାର କାରଣ ହୋଇପାରେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ।…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri